Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ
ଆଞ୍ଚଳିକ

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୂଲ୍ୟରେ ବହୁ ଆଡ଼ମ୍ବରରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରାତଃ କାଳରେ ରାମଧୁନ ଗାନ କରିବାସହ ପରିଷଦ କାର୍ଯ୍ୟାଳୟରେ ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଅଧ୍ୟକ୍ଷାଙ୍କ ସମେତ ସମସ୍ତ କାଉନସିଲର, କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ୱପ୍ନା ରାଣୀ ପାଢ଼ୀ ଏବଂ କର୍ମଚାରୀମାନେ ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିବା ସହ ଜରାଶ୍ରମରେ ଅନ୍ତେବାସୀଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିବା ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।

ବିଭିନ୍ନ ୱାର୍ଡରେ ୭ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ଓ ୧୨ ଗୋଟି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ମଧ୍ୟାହ୍ନରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।

ଅନୁଷ୍ଠିତ ସଭାରେ ଏନଏସିକୁ ସରସ ସୁନ୍ଦର କରି ଗଢିତୋଳିବା ପାଇଁ ବିଭିନ୍ନ ଉନ୍ନତମୂଳକ କାର୍ଯ୍ୟ ଉପରେ ଧ୍ୟାନ ଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସଭା ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରାଯିବାସହ ଚତୁର୍ଥ ଶ୍ରେଣୀ ଓ ପରିମଳ କର୍ମଚାରୀଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା। ପରିଶେଷରେ ସ୍ଥାନୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ସୁକାନ୍ତି ପାଇକରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା

April 25, 2026

ସଖୀ ସେଣ୍ଟରରେ ଝୁଲି ପଡ଼ିଲେ ନାବାଳିକା

April 25, 2026

ଚିଲିକା ପବନରେ ସାହିତ୍ୟର ସୁଗନ୍ଧ: ଜ୍ଞାନ ଓ ସାହିତ୍ୟର ମହାକୁମ୍ଭ ପ୍ରଥମ “ଚିଲିକା ପୁସ୍ତକ ମେଳା” ଉଦଘାଟିତ

April 25, 2026

ଏପ୍ରିଲ ୨୭ରୁ ଖରା ଛୁଟି : ଘରେ ରହି ପିଲାଏ କରିବେ ଆସାଇନମେଣ୍ଟ

April 25, 2026

ବିଶ୍ୱର ଶ୍ରେଷ୍ଠ ୧୦୦ଟି ଚିକେନ୍ ଖାଦ୍ୟରେ ଭାରତୀୟ ଚିକେନ ଡିଶର କମାଲ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.