କେସିଙ୍ଗାଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

Published: Sep 12, 2022, 10:35 pm IST

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି କେସିଙ୍ଗା ବ୍ଲକସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍ ଦାସ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଜୟ କୁମାର ନନ୍ଦ, କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, ଉପାଧ୍ୟକ୍ଷ ରାଜଲକ୍ଷ୍ମୀ ପଟ୍ଟନାୟକ, ବିଡିଓ ପ୍ରଫୁଲ୍ଲ କୁମାର ଓଡ୍ଡୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୫୧୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୭୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଅଭିଯୋଗ ମୁଖ୍ୟତଃ ଆବାସ ଗୃହ, ଭତ୍ତା, ରାସନ୍ କାର୍ଡ, ରାସ୍ତା, ପାନୀୟ ଜଳ, ଶିକ୍ଷକ ପଦବୀ ପୂରଣ ଉପରେ ଥିଲା।

Related posts