ବାଲୁଗାଁ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ପାଳିତ

Published: Sep 24, 2022, 7:49 pm IST

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଜାତୀୟ ସେବା ଯୋଜନା ଦିବସ ବିନତି ମଞ୍ଜରୀ ରାଉତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ରୀନା ରାଉତଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ ଉତ୍ସବରେ ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ, ପ୍ରାକ୍ତନ କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର କୈଳାଶ ଚନ୍ଦ୍ର ମହାରଣା ଅତିଥି ଭାବେ ଯୋଗ ଦେଇ ଜାତୀୟ ସେବା ଯୋଜନାର ଲକ୍ଷ୍ୟ, ଆଦର୍ଶ ଓ଼ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇବା ସହ ପୂର୍ବ ଅନୁଭୂତି ବର୍ଣ୍ଣନା କରିଥିଲେ।

ଏହି ଅବସରରେ ଚଳିତ ବର୍ଷ ରାଜ୍ୟସ୍ତରରେ ଶ୍ରେଷ୍ଠ ସ୍ଵେଚ୍ଛାସେବୀ ଭାବେ ପୁରସ୍କୃତ ହେବାକୁ ମନୋନୀତ ହୋଇଥିବା ଛାତ୍ରୀ ମୋନାଲିସା ରାଉତଙ୍କୁ ଅଧ୍ୟକ୍ଷା ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରି ଥିଲେ। ବରିଷ୍ଠ ସ୍ଵେଚ୍ଛାସେବୀ ସଂଗ୍ରାମ ବେହେରା ଧନ୍ୟବାଦ ଦେଇଥିଲେ।

Related posts