Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ଆୟୋଜିତ ହେଲା ଏଡ଼ସ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ଆୟୋଜିତ ହେଲା ଏଡ଼ସ ସଚେତନତା କାର୍ଯ୍ୟକ୍ରମ

September 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟରେ ଆୟୋଜିତ ହେଲା ଏଡ଼ସ ସଚେତନତା କାର୍ଯ୍ୟକ୍ରମ

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଓ ୟୁଥ ରେଡ଼କ୍ରସ ର ମିଳିତ ସହଯୋଗରେ ଖୋର୍ଦ୍ଧା ଜିଲ୍ଲା ଏଡ୍ସ ନିରାକରଣ ଓ ନିୟନ୍ତ୍ରଣ ଶାଖା ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ମହାବିଦ୍ୟାଳୟର ଅଧ୍ୟକ୍ଷl ଶ୍ରୀମତୀ ବିନତି ମଞ୍ଜରୀ ରାଉତଙ୍କ ଦିଗଦର୍ଶନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଏଡ୍ସ ସଚେତନତା କାର୍ଯ୍ୟକ୍ରମ ପ୍ରମୁଖ ବିଧାନ ନାୟକ ଓ ଶଶିକାନ୍ତ ବରାଳ ସାଧନ କର୍ମୀ ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କ ଏଚ ଆଇ ଭି ତଥା ଏଡ୍ସ ଭୁତାଣୁ ସମ୍ପର୍କରେ ଜାଗରଣ ସୃଷ୍ଟି କରିବା ସହ ରାଷ୍ଟ୍ରୀୟ ଏଡ୍ସ ନିୟନ୍ତ୍ରଣ କେନ୍ଦ୍ରର ଟୋଲ ଫ୍ରି ନମ୍ବର 1097 ର ପ୍ରସାର ନିମିତ୍ତ ଜନ ଜାଗରଣ ପାଇଁ ଆହ୍ୱାନ ଦେଇଥିଲେ।

ଏହା ଦ୍ୱାରା ଏଡ୍ସ ନିରାକରଣ ହେବା ସହ ଏଡ୍ସ ଆକ୍ରାନ୍ତ ବ୍ୟକ୍ତିର ତୁରନ୍ତ ଚିକିତ୍ସା ହୋଇପାରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ l ଏହାପରେ ସ୍ବେଛାସେବୀ ମାନେ ଟୋଲ ଫ୍ରି ନମ୍ବର1097 କୁ ପ୍ରଦର୍ଶିତ କରି ମହାବିଦ୍ୟାଳୟରେ ଯୁବ ପିଢ଼ିଙ୍କୁ ସଚେତନ କରିଥିଲେ।

ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ରୀନା ରାଉତଙ୍କ ସଂଯୋଜନାରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଅତିଥି ପରିଚୟ ଓ ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ବେଳେ ୟୁଥ ରେଡ଼କ୍ରସ ଅଧିକାରୀ ଅଧ୍ୟାପିକା ମନସ୍ବିନୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହାକୁ ନାକୋ ର ଆଞ୍ଚଳିକ କର୍ମୀ ସୁଭଦ୍ରା ବିଶୋଇ ମୋନାଲିସା ରାଉତ, ସ୍ବେଛାସେବୀ ସନ୍ଧ୍ୟାରାଣୀ ବେହେରା ପରିଚାଳନା କରିଥିଲେ

ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.