Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ଗୋପବନ୍ଧୁ ଜୟନ୍ତୀ ପାଳିତ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ଗୋପବନ୍ଧୁ ଜୟନ୍ତୀ ପାଳିତ

October 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟରେ ଗୋପବନ୍ଧୁ ଜୟନ୍ତୀ ପାଳିତ

ବାଲୁଗାଁ: ଆଜି ବାଲୁଗାଁ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଓ ଜାତୀୟ ସେବା ଯୋଜନା ପକ୍ଷରୁ ମିଳିତ ଭାବେ ସେବା ଓ ସଂଗ୍ରାମର ବlର୍ତ୍ତବହ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ 145ତମ ଜୟନ୍ତୀ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷl ବିନତି ମଞ୍ଜରୀ ରାଉତଙ୍କ ଦିଗଦର୍ଶନ ଓ ଯୁକ୍ତ ଦୁଇ ଅଧ୍ୟକ୍ଷl ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପ୍ରଥମେ ଡକ୍ଟର କଳ୍ପନା ଦାଶ କଲେଜ ପରିସରରେ ଥିବା ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ।

ଦର୍ଶନ ବିଭାଗ ମୁଖ୍ୟ ଅଧ୍ୟାପକ ଡକ୍ଟର କୈଳାଶ ଚନ୍ଦ୍ର ମହାରଣ।ଙ୍କ ଏହି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। 145ତମ ଜୟନ୍ତୀ ସଭାରେ ଏନସିସି ଅଧିକାରୀ ଲେଫ୍ଟନାଣ୍ଟ ଡକ୍ଟର ଅକ୍ଷୟ କୁମାର ମିଶ୍ର ଉତ୍କଳମଣିଙ୍କ ଜୀବନାଦର୍ଶ, ରାଜ୍ୟ ଦେଶପାଇଁ ଉତ୍ସର୍ଗୀକୃତ ସେବା, ତ୍ୟାଗ, ମାନବିକତା ସହିତ ସତ୍ୟବାଦୀ ବନବିଦ୍ୟାଳୟପ୍ରତିଷ୍ଠା ଓ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଥିବା ଅବଦାନ ସମ୍ପର୍କରେ ଆଲୋକପାତ କରିଥିବା ବେଳେ ଏନଏସଏସ ଅଧିକାରୀ ଡକ୍ଟର ଲଷ୍ମୀଧର ସୁବୁଦ୍ଧି ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ଜୀବନ ଦର୍ଶନ କିପରି ଚାରୋଟି ମୂଲ୍ୟବୋଧ ଜାତିପ୍ରୀତି, ସେବା, ଭାଷାପ୍ରୀତି, ଓ ସ୍ୱାଧୀନତା ପ୍ରାପ୍ତି ଉପରେ ପର୍ଯ୍ୟବସିତ ଥିଲା ତାହା ପ୍ରତିଫଳିତ କରିଥିଲେ।

ଡକ୍ଟର କୈଳାଶ ଚନ୍ଦ୍ର ମହାରଣା ଉତ୍କଳମଣିଙ୍କ ଦର୍ଶନର ଦଶଟି ମହାନ ଦିଗ ଉପରେ ଆଲୋଚନା କରିଥିଲେ। ଛାତ୍ରୀ ଜୁନାଲି ସୁର ଅନୁଷ୍ଠାନିକ ଧନ୍ୟବାଦ ଅର୍ପଣ କରିବା ପରେ ଏନସିସି କ୍ୟାଡ଼େଟମାନେ କଲେଜ ପରିସରରେ ପ୍ୟାରେଡ କରିଥିବା ବେଳେଏନଏସଏସ ସ୍ବେଛାସେବୀମାନେ ବୃକ୍ଷରୋପଣ କରିଥିଲେ।

କୌଳାସ ମହାରଣା ଗୋପବନ୍ଧୁ ଜୟନ୍ତି ଗୋପବନ୍ଧୁ ଜୟନ୍ତୀ ବାଲୁଗାଁ ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.