Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା
ଆଞ୍ଚଳିକ

ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ମେଳା

October 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ନାକଟିଦେଉଳ ବ୍ଲକ୍ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାକୁ ବିଜେଡି ବ୍ଲକ୍ ସଭାପତି ମୂଳିଆ ରାଉଳ ଉଦ୍ଘାଟନ କରିଥିଲେ। ଏହି ମେଳାରେ ୬ଷ୍ଠରୁ ଦଶମ ଶ୍ରେଣୀ ଯାଏଁ ପଢୁଥିବା ବଛା ବଛା ଛାତ୍ରଛାତ୍ରୀମାନେ ସାମିଲ୍ ହୋଇଥିଲେ। ମେଳାରେ ମୋଟ ୬୧ ଟି ପ୍ରକଳ୍ପ ଆସିଥିଲା। ଅତିଥିମାନେ ପ୍ରୋଜେକଟ ଗୁଡିକ ବୁଲି ଦେଖିଥିଲେ। କାଦୋବାହାଳି ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଝସକେତନ ଦାଶ, ଏବଂ ଗୋଗୁଆ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ନିହାରୀକା ସାହୁ ଜଜ୍ ଭାବରେ ଯୋଗଦେଇଥିଲେ। ବିଜ୍ଞାନ ମେଳା ପରେ ପରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଶ୍ରେଷ୍ଠ କୁନି ବିଜ୍ଞାନୀମାନଙ୍କୁ ପୁରସ୍କୃତ କରାଯାଇଥିଲା।

ଏଥିରେ ନାକଟିଦେଉଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଜୌତିପ୍ରକାଶ ରଥ ମୁଖ୍ୟବକ୍ତା ଭାବରେ ଯୋଗଦେଇ ବିଜ୍ଞାନ ସଂପର୍କରେ କୁନି ବୈଜ୍ଞାନିକ ମାନଙ୍କୁ ଦିଗ୍ ଦର୍ଶନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡଇଁଚା ସମିତି ସଭ୍ୟ ପ୍ରବୀଣ କୁମାର ପ୍ରଧାନ ମୁଖ୍ୟ ଅତିଥି, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଜିତେନ୍ଦ୍ରିୟ ପ୍ରଧାନ, ଗଗନ ବିହାରୀ ଧଳ, ବିଶୁ ମହାରଣା ,ଶିକ୍ଷୟତ୍ରୀ ନିହାରୀକା ପ୍ରଧାନ ସମ୍ମାନୀତ ଅତିଥିଭାବରେ ଯୋଗ ଦେଇଥିଲେ।

ଶ୍ରେଷ୍ଠ ପ୍ରୋଜେକ୍ଟର ଛାତ୍ରଛାତ୍ରୀ ବରିଷ୍ଠ ବର୍ଗରେ ବିବେକ ପ୍ରଧାନ (୧୦ମ) ପ୍ରଥମ, ଭୋଳାନାଥ ପ୍ରଧାନ (୧୦ମ), ଦ୍ୱିତୀୟ , ଭୁପ୍ରିୟା ସାହୁ (୯ମ )ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ କନିଷ୍ଠ ବର୍ଗରେ ତନୁଜା ଧଳ (ଷଷ୍ଠ ଶ୍ରେଣୀ) ପ୍ରଥମ , ଲକ୍ଷ୍ମୀପ୍ରିୟା ସାହୁ (ଅଷ୍ଟମଶ୍ରେଣୀ)ଦ୍ୱିତୀୟ , ଟୁନି ପ୍ରଧାନ(ଅଷ୍ଟମ ଶ୍ରେଣୀ) ତୃତୀୟ ସ୍ଥାନ ଅଧିକାର କରି ଅତିଥି ମାନଙ୍କ ଠାରୁ ଟ୍ରଫି ଗ୍ରହଣ କରିଥିଲେ। ହଳଧର ସାହୁ ସଭା ପରିଚାଳନା ତଥା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମଧୁସୂଦନ ରାଉଳ ଧନ୍ୟବାଦ ଅର୍ପଣ କରିଥିଲେ।

ନାକଟିଦେଉଳ ବ୍ଲକ୍ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ବିଜ୍ଞାନ
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.