Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖବର ପ୍ରସାରଣ ପରେ ସଜାଗ ହେଲା ପ୍ରଶାସନ: ଆରମ୍ଭ ହେଲା ବାଣପୁର କେନାଲ ରୋଡ ମରାମତି କାର୍ଯ୍ୟ
ଆଞ୍ଚଳିକ

ଖବର ପ୍ରସାରଣ ପରେ ସଜାଗ ହେଲା ପ୍ରଶାସନ: ଆରମ୍ଭ ହେଲା ବାଣପୁର କେନାଲ ରୋଡ ମରାମତି କାର୍ଯ୍ୟ

October 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖବର ପ୍ରସାରଣ ପରେ ପ୍ରଶାସନ ଆକ୍ସନ ମୋଡରେ ଆସିଛି। ବାଣପୁର ଅନ୍ତରକିଆରି କେନାଲ ରୋଡ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି।

ପ୍ରକାଶ ଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଅନ୍ତରକିଆରୀ କେନାଲ ରୋଡର ସ୍ଥିତିକୁ ନେଇ ସମୀକ୍ଷା ନିୟୁଜରେ ଗତ ୧୭ ତାରିଖ ଦିନ ଖବର ପ୍ରସାରଣ ହୋଇଥିଲା। ସାମାନ୍ୟ ବର୍ଷା ହେଲେ ଉକ୍ତ ରୋଡ ଦେଇ ପାଣି କେନାଲକୁ ପ୍ରବାହିତ ହେଉଥିବା ଯୋଗୁଁ ରୋଡରୁ ପିଚୁ ଉଠିଯିବା ସହ ବଡ଼ ବଡ଼ ଗତ୍ର ହୋଇଯାଇଥିଲା।

ଯାହାଫଳରେ ଉକ୍ତ ରୋଡରେ ଗତ ଏକ ବର୍ଷ ମଧ୍ୟରେ ଦଶରୁ ଉର୍ଦ୍ଧ୍ଵ ବଡ଼ ଦୁର୍ଘଟଣା ଏବଂ ପ୍ରତ୍ୟେକ ଦିନ ଏକାଧିକ ଛୋଟ ମୋଟ ଦୁର୍ଘଟଣାମାନ ଘଟୁଥିବା ଅଭିଯୋଗ ହେଉଥିଲେ  ସୁଦ୍ଧା ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେଉନଥିଲେ।

https://thesamikhsya.com/odia/wp-content/uploads/2022/10/WhatsApp-Video-2022-10-17-at-11.47.19.mp4

ସେପଟେ ଗ୍ରାମ୍ୟ ଉନ୍ନୟନ ବିଭାଗ ଟାଙ୍ଗୀ ଏସଡ଼ିଓ ସୁଧାକର ନାୟକଙ୍କୁ ଏ ବାବଦରେ ପଚାରିଯାଇଥିଲା। ସେ ଖୁବଶୀଘ୍ର ଉକ୍ତ ରୋଡ ପରିଦର୍ଶନ କରି ତଦନୁଯାୟୀ ପଦକ୍ଷେପ ନେବେ ବୋଲି କହିଥିଲେ। ତେବେ ନୂଆ ରୋଡ ନିର୍ମାଣ ସମୟ ସାପେକ୍ଷ ହୋଇଥିବା ବେଳେ ବର୍ତ୍ତମାନ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ରାସ୍ତାର ମରାମତି ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ ବାଣପୁରବାସୀ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅନୁରୋଧ କରିଥିଲେ।

ତେବେ ଏହାକୁ ଗୁରୁତର ସହ ନେଇ ଆଜି ଏହାର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ବିଭାଗୀୟ ଅଧିକାରୀ ତ୍ରିଲୋଚନ ପାତ୍ରଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟ ଆରମ୍ଭ ହୋଇଛି। କିନ୍ତୁ ଏହି ରାସ୍ତା ଦେଇ ବର୍ଷା ଜଳ ପ୍ରବାହିତ ହେଉଥିବାରୁ ଏହାର ସ୍ଥାୟୀ ସମାଧାନ କରିବା ଜରୁରୀ ବୋଲି ଅଞ୍ଚଳବାସୀ ଅନୁରୋଧ କରିଛନ୍ତି। ନଚେତ୍ ରୋଡଟି ପୁନର୍ବାର ସେହି ପୁରୁଣା ସ୍ଥିତିକୁ ଆସିଯିବ ବୋଲି ସ୍ଥାନୀୟ ଲୋକେ ଅନୁମାନ କରିଛନ୍ତି।

କେନାଲ ରୋଡ ଖବର ପ୍ରସାରଣ ବାଣପୁର ମରାମତି କାର୍ଯ୍ୟ ସମୀକ୍ଷା ନିୟୁଜ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Latest News

ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ମାମଲା ଦାୟର କରିଥିବା ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରାଣାନ୍ତକ ଆକ୍ରମଣ

March 8, 2026

T20 World Cup: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ

March 8, 2026

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.