Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାମ୍ବାଦିକଙ୍କ ପିତୃ ବିୟୋଗ: ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ପୂର୍ବତନ ଚିଲିକା ବିଧାୟକ
ଆଞ୍ଚଳିକ

ସାମ୍ବାଦିକଙ୍କ ପିତୃ ବିୟୋଗ: ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ପୂର୍ବତନ ଚିଲିକା ବିଧାୟକ

October 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ଅଞ୍ଚଳର ଜଣେ ପ୍ରତିଷ୍ଠିତ ସାମ୍ବାଦିକ ତଥା ଆଇନଜୀବୀ ସିତାରାମ ଅଗ୍ରୱାଲଙ୍କ ପିତା ଗଣେଶ ପ୍ରସାଦ ଅଗ୍ରୱାଲଙ୍କର ଅକାଳ ବିୟୋଗ ଘଟିଯାଇଛି। ମାତ୍ର ୬୧ ବର୍ଷ ବୟସରେ ଗଣେଶଙ୍କ ପରଲୋକ ହୋଇଯାଇଛି। ଗତ ୧୮ ତାରିଖ ସକାଳ ୯ ଟା ସମୟରେ ଗଣେଶ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ।

୧୮ ତାରିଖ ସକାଳୁ ତାଙ୍କର ହଠାତ୍ ଦେହ ଅସୁସ୍ଥ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ନିଆଯାଉଥିଲା। କିନ୍ତୁ ଟାଙ୍ଗି ନିକଟରେ ତାଙ୍କର ହଠାତ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବା ଦେଖି ତାଙ୍କ ପୁଅ ସୀତାରାମ ନିକଟସ୍ଥ ଟାଙ୍ଗି ସରକାରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେଠାରୁ ତାଙ୍କର ମର ଶରୀରକୁ ବାଣପୁର ନିଜ ବାସଭବନକୁ ଆଣିବା ପରେ ସ୍ଥାନୀୟ ଅଞ୍ଚଳର ବହୁ ବୁଦ୍ଧିଜୀବୀ, ସମାଜସେବୀ, ଆରଏସଏସ, ଏବିଭିପି କର୍ମକର୍ତ୍ତା, ରାଜନେତା, ସାମ୍ବାଦିକ ଏବଂ ଓକିଲ ବନ୍ଧୁମାନେ ଶେଷ ଦର୍ଶନ କରି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ୧୯ ତାରିଖ ଦିନ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା।

ସ୍ଥାନୀୟ ଅଞ୍ଚଳରେ ସେ ଜଣେ ସୁନାମଧନ୍ୟ ବ୍ୟବସାୟୀ ଭାବରେ ପରିଚିତ ଥିଲେ। ସ୍ବର୍ଗତ ଗଣେଶ ପ୍ରସାଦ ଅଗ୍ରୱାଲ ଜଣେ ମିଷ୍ଟଭାଷୀ, ପରୋଉପକାରୀ ବ୍ୟକ୍ତି ଭାବରେ ବାଣପୁର-ବାଲୁଗାଁ ଅଞ୍ଚଳରେ ବେଶ୍ ଜଣାଶୁଣା ଥିଲେ। ବାଲୁଗାଁରେ ତାଙ୍କର ବ୍ୟବସାୟ ପ୍ରତିଷ୍ଠାନ ‘ବିଦ୍ୟା ମନ୍ଦିର’ ବହୁ ଲୋକପ୍ରିୟ ଥିଲା। ସ୍ବର୍ଗତ ଗଣେଶ ଅଗ୍ରୱାଲଙ୍କ ବିୟୋଗରେ ସମ୍ପୃକ୍ତି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ତେବେ ବିୟୋଗ ଖବର ଶୁଣି ସ୍ଥାନୀୟ ଏବଂ ବହୁ ଦୂର ଦୂରାନ୍ତରୁ ରାଜନେତା, ସମାଜସେବୀ, ଏବିଭିପି ଓ ଆରଏସଏସ କର୍ମକର୍ତ୍ତାମାନେ ଆସି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛନ୍ତି। ଆଜି ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ ସ୍ବର୍ଗତ ଗଣେଶଙ୍କ ଘରକୁ ଆସି ପରିବାର ବର୍ଗକୁ ସମବେଦନା ଜଣାଇଥିବା ବେଳେ ପୂର୍ବରୁ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଭେଟେଶ୍ୱର ସରପଞ୍ଚଙ୍କ ପ୍ରତିନିଧି ଜିତେନ୍ଦ୍ର ଭୋଳ, ଗାଲୁଆ ସରପଞ୍ଚ ସୁରେଶ ଚନ୍ଦ୍ର ବାରିକି ଏବଂ ଏକାଧିକ ଜନପ୍ରତିନିଧି ସ୍ବର୍ଗତ ଅଗ୍ରୱାଲଙ୍କ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଛନ୍ତି।

ପୂର୍ବତନ ବିଧାୟକ ବାଲୁଗାଁ-ବାଣପୁର ଶୋକ ସନ୍ତପ୍ତ ପରିବାର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.