Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାମ୍ବାଦିକଙ୍କ ସ୍ବର୍ଗତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଜେପି ନେତା ଡ଼ା ସମ୍ବିତ ପାତ୍ର
ଆଞ୍ଚଳିକ

ସାମ୍ବାଦିକଙ୍କ ସ୍ବର୍ଗତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଜେପି ନେତା ଡ଼ା ସମ୍ବିତ ପାତ୍ର

October 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ଅଞ୍ଚଳର ବିଶିଷ୍ଟ ସାମ୍ବାଦିକ ତଥା ଆଇନଜୀବୀ ସୀତାରାମ ଅଗ୍ରୱାଲଙ୍କ ପିତା ସ୍ବର୍ଗତ ଗଣେଶ ପ୍ରସାଦ ଅଗ୍ରୱାଲଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର। ଶ୍ରୀ ପାତ୍ର ଗୁରୁବାର ଦିନ ସୀତାରାମଙ୍କ ବାସଭବନକୁ ଯାଇ ସ୍ବର୍ଗତ ଗଣେଶ ପ୍ରସାଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ଏହାସହିତ ସେ ସୀତାରାମଙ୍କୁ ସାନ୍ତ୍ୱନା ଦେବା ସହ ତାଙ୍କ ପରିବାରବର୍ଗଙ୍କ ସହ ବହୁ ସମୟ ବିତାଇଛନ୍ତି।

ସେହିପରି ଭାବେ ଉକ୍ତଦିନ ହିନ୍ଦୁ ଜାଗରଣ ମଞ୍ଚ ଓଡ଼ିଶା ପ୍ରଦେଶ ସଂଗଠନ ସମ୍ପାଦକ ତନ୍ମୟ ଦାସ ଏବଂ ପୂର୍ବତନ ଏବିଭିପି ଖୋର୍ଦ୍ଧା ଜିଲ୍ଲା ସଂଗଠନ ସମ୍ପାଦକ ଶଶିକାନ୍ତ ମଲିକ ମଧ୍ୟ ସ୍ବର୍ଗତ ଶ୍ରୀ ଅଗ୍ରୱାଲଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସେହିପରି ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ ଏବଂ ବିଜେଡି ନେତା ମନୋଜ ବାରିକୀ ମଧ୍ୟ ଆଜି ସଂନ୍ଧ୍ୟାରେ ସୀତାରାମଙ୍କ ବାସଭବନକୁ ଯାଇ ସ୍ବର୍ଗତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସୂଚନା ଥାଉକି ସୀତାରାମଙ୍କ ପିତାଙ୍କ ଦେହାନ୍ତ ଗତ ୧୮ ତାରିଖରେ ଘଟିଥିଲା ଏବଂ ଏହିଭିତରେ ବହୁ ରାଜନେତା, ସମାଜସେବୀ, ବୁଦ୍ଧିଜୀବୀ, ଏବିଭିପି ଓ ଆରଏସଏସ କର୍ମକର୍ତ୍ତାମାନେ ସୀତାରାମଙ୍କ ଘରକୁ ଯାଇ ତାଙ୍କ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଆସୁଛନ୍ତି।

ଡ଼ା ସମ୍ବିତ ପାତ୍ର ବାଣପୁର-ବାଲୁଗାଁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ହିନ୍ଦୁ ଜାଗରଣ ମଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.