Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

November 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ପଞ୍ଚାୟତ ସମିତି ଆନୁକୂଲ୍ୟରେ ଆଜି ବ୍ଲକ ପରିସରରେ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଏକ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ସମାଜରେ ଏପରି ଅନେକ ଭିନ୍ନକ୍ଷମ ଅଛନ୍ତି, ଯେଉଁମାନେ ସରକାରୀ ସୁଯୋଗ ରୁ ବଞ୍ଚିତ ହେଉଛନ୍ତି। ଆଗକୁ ସେମାନେ କିପରି ସରକାରୀ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବିଭାଗ ତରଫରୁ ଦିଆଯାଉଥିବା ସୁବିଧା ସୁଯୋଗର ଲାଭ ପାଇପାରିବେ ଏବଂ ନିଜକୁ କିପରି ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିପାରିବେ ସେହି ଲକ୍ଷ ନେଇ ଉକ୍ତ ଶିବିର ଅନୁଷ୍ଠିତ ହୋଇଥିଲା।

ବାଣପୁର ବ୍ଲକ ଏବଂ ଏନଏସିର ସମୁଦାୟ ୫୩୦ ଜଣ ହିତାଧିକାରୀ ପଞ୍ଜିକରଣ କରିଥିବା ଜଣାଯାଇଛି। ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଏବଂ ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକଙ୍କ ଦ୍ୱାରା ଶିବିରକୁ ଉଦଘାଟନ କରାଯାଇଥିଲା।

ବିଭିନ୍ନ ବର୍ଗର ହିତାଧିକାରୀ ମାନଙ୍କ ପାଇଁ ଯଥା ଅସ୍ଥିଶଲ୍ୟ, ମାନସିକ ଅନଗ୍ରସର, ଶ୍ରବଣ ବାଧିତ, ଦୃଷ୍ଟି ବାଧିତ ହିତାଧିକାରୀମାନଙ୍କ ନିମନ୍ତେ ଖୋର୍ଦ୍ଧାରୁ ଆସିଥିବା ବିଭାଗୀୟ ଡାକ୍ତରମାନଙ୍କ ମାଧ୍ୟମରେ ପରୀକ୍ଷଣ କରାଯାଇଥିଲା। ଯାହାଫଳରେ ବ୍ଲକ ପରିସରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା।

ବିଧାୟକଙ୍କ ପ୍ରତିନିଧି ମନୋଜ କୁମାର ପ୍ରଧାନ ଓ ପ୍ରତ୍ୟେକ ପଞ୍ଚାୟତର ସରପଞ୍ଚ ମାନେ ହିତାଧିକାରୀ ମାନଙ୍କୁ ସୁବିଧାରେ ପରୀକ୍ଷଣ କରାଇବାରେ ସହଯୋଗ କରିଥିଲେ। ସମସ୍ତ କାର୍ଯ୍ୟକୁ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକରିଣୀ ଗିରିବାଳା ନାୟକ ଓ ସଂଯୋଜକ ଅମୂଲ୍ୟ କୁମାର ସୁବୁଦ୍ଧି ତଦାରଖ କରିଥିଲେ।

ସମୁଦାୟ ୩୨୭ଜଣ ହହିତାଧିକାରୀଙ୍କୁ ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣସିଂହ ସେମାନଙ୍କର ପ୍ରମାଣପତ୍ର ବଣ୍ଟନ କରିଥିବା ଅତିରିକ୍ତ ବ୍ଲକ ଅଧିକାରୀ ସୀମାଦ୍ରୀ ପାତ୍ର କହିଛନ୍ତି।

ବାଣପୁର ବ୍ଲକ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ତୋରସିଂହ ଗ୍ରାମପଞ୍ଚାୟତର କାର୍ଯ୍ୟାଳୟ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ଓ ସାଂସଦ

September 9, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.