Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓକିଲ ସଂଘର ୪୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ଓକିଲ ସଂଘର ୪୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

November 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ଓକିଲ ସଂଘର ୪୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୀତାରାମ ଅଗ୍ରୱାଲା

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘର ୪୩ ତମ ବାର୍ଷିକ ଉତ୍ସବ ସୋମବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ପରିସର ମଧ୍ୟରେ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣପୁର ବିଚାର ବିଭଗୀୟ ଅଦାଲତର ବରିଷ୍ଠ ଦେୱାନୀ ବିଚାରପତି ମନୋରଞ୍ଜନ ମିଶ୍ର ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବାଣପୁର ଜେଏମଏଫସି ସ୍ମାତକୀ ଦାସ ଏବଂ ଚିଲିକା ଜେଏମଏଫସି ବିକାଶ ଗୋଏଲ ଯୋଗଦେଇଥିଲେ।

ବାଣପୁର ଓକିଲ ସଂଘର ସଭାପତି ପ୍ରଭାତ କୁମାର ପଟ୍ଟଯୋଶୀ ସଭାପତିତ୍ୱ କରିଥିବା ବେଳେ ସଂଘର ସମ୍ପାଦକ ଜଗନ୍ନାଥ ଭୋଳ ବାର୍ଷିକ ବିବରଣୀ ପାଠ କରିଥିଲେ। ଅତିଥିମାନେ ପ୍ରଥମେ ବାଣପୁରର ଅଧିଷ୍ଠାତ୍ରୀ ଦେବି ମା’ ଭଗବତୀଙ୍କ ପଟ୍ଟଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ବଳନ କରିବାପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା।

ଉକ୍ତ ଉତ୍ସବ କେବଳ ଆଇନଜୀବୀ ସଭ୍ୟମାନଙ୍କ ମଧ୍ୟରେ ସୀମିତ ରହିଥିବାବେଳେ ସଂଘର ଅନ୍ୟାନ୍ୟ କର୍ମକର୍ତ୍ତା ଯଥା ଉପସଭାପତି ପଦ୍ମଜା ପଟ୍ଟନାୟକ, ସହ ସମ୍ପାଦକ ନରେନ୍ଦ୍ର କୁମାର ନାୟକ ଓ କାର୍ଯ୍ୟକାରୀ କମିଟିର ସଦସ୍ୟ ଯଥା ଦେବବ୍ରତ ବଡ଼ଜେନା, କୁଳମଣି ବେହେରା ଏବଂ ସନ୍ତୋଷ ପାତ୍ର ଆଦି ସକ୍ରିୟ ସହଯୋଗ କରିଥିବା ବେଳେ ଆଇନଜୀବୀ ରଞ୍ଜନ କୁମାର ବେଦମତ୍ତା ମଞ୍ଚ ପରିଚାଳନା କରିଥିଲେ।

ପରିଶେଷରେ ସଂଘର ଉପସଭାପତିଙ୍କ ଦ୍ୱାରା ଧନ୍ୟବାଦ ଅର୍ପଣ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଚିଲିକା ଓକିଲ ସଂଘର କର୍ମକର୍ତ୍ତା ଏବଂ ଅନ୍ୟାନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ବାଣପୁର ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ଓକିଲ ସଂଘର ବାର୍ଷିକ ଉତ୍ସବ ଶାନ୍ତିଶୃଙ୍ଖଳାର ସହ ସମ୍ପାଦିତ ହୋଇଥିଲା।

Banpur Bar Association ବାଣପୁର ଓକିଲ ସଂଘ ସୀତାରାମ ଅଗ୍ରୱାଲା
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

BRICS DRRG Meeting: ଟେକ୍ନିକାଲ ସେସନ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

June 4, 2026

ତୈଳ ସଙ୍କଟ ମଧ୍ୟରେ ମୋଦି ସରକାର ବଡ଼ ନିଷ୍ପତ୍ତି: ଜାରି କଲେ ୧୦,୦୦୦ କୋଟିର ପାଣ୍ଠି

June 4, 2026

ଓଡ଼ିଶା ପୋଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.