Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ବିଶ୍ୱ ଦର୍ଶନ ଦିବସ ପାଳିତ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ବିଶ୍ୱ ଦର୍ଶନ ଦିବସ ପାଳିତ

November 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟରେ ବିଶ୍ୱ ଦର୍ଶନ ଦିବସ ପାଳିତ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ ବିଶ୍ୱ ଦର୍ଶନ ଦିବସ ଆଜି ପାଳିତ ହୋଇଯାଇଛି । ପ୍ରତିବର୍ଷ ଯୁନେସ୍କୋ ପକ୍ଷରୁ ବିଶ୍ୱର ମହାନ ଦାର୍ଶନିକ ସକ୍ରେଟିସଙ୍କ ଜନ୍ମଦିନ ଭାବେ ନଭେମ୍ବର ମାସ ତୃତୀୟ ଗୁରୁବାର ଦିନଟିକୁ ବିଶ୍ୱ ଦର୍ଶନ ଦିବସ ଭାବେ ମାନ୍ୟତା ଦିଆଯାଇ ବିଶ୍ୱରେ ଦାର୍ଶନିକ ଓ ସମୀକ୍ଷାତ୍ମକ ଚିନ୍ତନକୁ ସକଳ ବିଦ୍ୟାର ଆଧାର ରୂପେ ଗୃହୀତ କରାଯାଇଛି।

ଆଜି ମହାବିଦ୍ୟାଳୟ ଅଧ୍ୟକ୍ଷl ବିନତି ମଞ୍ଜରୀ ରାଉତଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ ଆଲୋଚନା ଚକ୍ରରେ ଯୋଗ ଦେଇ ଗୋଦାବରୀଶ ମହାବିଦ୍ୟାଳୟର ପ୍ରାକ୍ତନ ବିଭାଗୀୟ ମୁଖ୍ୟ ପ୍ରଫେସର ରମାକାନ୍ତ ନନ୍ଦ ମାନବ ଜୀବନରେ ଦର୍ଶନର ସ୍ଥାନ ସମ୍ପର୍କରେ ଉଦବୋଧନ ଦେଇଥିଲେ। ସମ୍ପ୍ରତି ବିଶ୍ୱର ବିଭିନ୍ନ ଘଟଣାରେ କିଭଳି ମାନବିକତା ଓ ମାନବୀୟ ମୂଲ୍ୟବୋଧର ସଙ୍କଟ ଦେଖାଦେଇଛି ଓ ସଚେତନ ମନୁଷ୍ୟ ମାନଙ୍କର ଏହା ପ୍ରତି କଣ ଦାୟିତ୍ୱବୋଧ ରହିଛି ଆଲୋଚନା କରିବା ସହ ଶ୍ରୀଅରବିନ୍ଦଙ୍କ ଦୃଷ୍ଟିରେ ମାନବର ଭାଗ୍ୟ, ଭବିଷ୍ୟତ ଓ ରୂପାନ୍ତର ସମ୍ପର୍କରେ ଆଲୋଚନା କରିଥିଲେ।

ପ୍ରାରମ୍ଭରେ ଦର୍ଶନ ବିଭାଗ ମୁଖ୍ୟ ଡକ୍ଟର କୈଳାଶ ଚନ୍ଦ୍ର ମହାରଣା ସ୍ୱାଗତ ଅଭିଭାଷଣ ଦେବା ବେଳେ ସେମିନାର ସଂଯୋଜିକା ଅଧ୍ୟାପିକା ମନସ୍ବିନୀ ପଟ୍ଟନାୟକ ବିଶ୍ୱ ଦର୍ଶନ ଦିବସର ତାତ୍ପର୍ଯ୍ୟ ଉପସ୍ଥାପନ କରିଥିଲେ। ଏହି ଅବସରରେ ଫିଲୋ କୁଇଜ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଶେଷରେ ଛାତ୍ରୀ ଜ୍ୟୋତି ବିଶ୍ୱାସ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସେମିନାର ସମ୍ପାଦକ ଶୋଭିତ ଜେନା, ଗାୟତ୍ରୀ ପାଇକରାୟ ଓ ଶିଖା ପରିଡା ପରିଚାଳନା କରିଥିଲେ।

ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026

ରଣପୁର ଶିକ୍ଷା ବ୍ଲକରେ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ସଫଳତାର ସହ ଅନୁଷ୍ଠିତ

July 4, 2026

ବାଣପୁର: ଅଧ୍ୟାପକ ସଂଗ୍ରାମ ସାହୁଙ୍କ ବିୟୋଗରେ ଶୋକସଭା

July 4, 2026
Latest News

ପୁରୀ–କୋରାପୁଟ ଏକ୍ସପ୍ରେସର ଶୁଭାରମ୍ଭ: ଆଦିବାସୀ ସମ୍ପ୍ରଦାୟ ପାଇଁ ସୃଷ୍ଟି ହେବ ନୂତନ ଆର୍ଥିକ ସୁଯୋଗ

July 6, 2026

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ସମ୍ ହସ୍ପିଟାଲରେ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

July 6, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.