Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲାରେ ଆପଦ ମିତ୍ର ମାନଙ୍କ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲାରେ ଆପଦ ମିତ୍ର ମାନଙ୍କ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ

November 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଆପଦ ମିତ୍ର ମାନଙ୍କ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ଜଟଣୀ ନିକଟସ୍ଥ ସିଦ୍ଧାର୍ଥ ଭିଲେଜ ଟ୍ରେନିଂ ରିସୋର୍ଟରେ ଏହି ୧୨ ଦିନିଆ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସାଫଲ୍ୟ ମଣ୍ତିତ ପ୍ରଧାନ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଆପଦ ମିତ୍ର ମାନଙ୍କୁ ବନ୍ୟା, ବାତ୍ୟା, ସୁନାମି, ଅଗ୍ନିକାଣ୍ତ ଓ ଦୁର୍ଘଟଣା ଜନିତ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ ତାଲିମ ପ୍ରଦାନ କରାଯାଇ ଦକ୍ଷତା ବୃଦ୍ଧି କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି। ଆବଶ୍ୟକ ସମୟରେ ସେମାନେ ପ୍ରଶାସନ ଓ ଜନ ସାଧାରଣ ମାନଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବେ। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସଚେତନତା ସୃଷ୍ଟି କରିବା ସହ ମୁକାବିଲା ନିମନ୍ତେ ସହଯୋଗୀ ଭାବେ କାର୍ଯ୍ୟ କରିବା ନେଇ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ଯୋଗଦେଇ ଜିଲ୍ଲା ଆପଦକାଳୀନ ଅଧିକାରୀ ଉର୍ମିପ୍ରଭା ମହାରଣା ଉକ୍ତ କାର୍ଯ୍ୟକ୍ରମର ଆବଶ୍ୟକତା ସଂପର୍କରେ ଉଲ୍ଲେଖ କରିଥିଲେ। ଖୋର୍ଦ୍ଧା ବ୍ଲକର ୩୦ ଜଣ ଓ ବାଲିଅନ୍ତା ବ୍ଲକର ୧୦ ଜଣ ମୋଟ ୪୦ ଜଣ ଆପଦ ମିତ୍ର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଉଭୟ ରାଜ୍ୟ ଓ ଜାତୀୟ ଦୁର୍ବିପାକ ପରିଚାଳନା କର୍ତ୍ତୃପକ୍ଷଙ୍କ ସହଯୋଗ ଏବଂ ଜିଲ୍ଲା ପ୍ରଶାସନ ସହଭାଗିତାରେ ଉକ୍ତ ତାଲିମ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

ଏଥିରେ ଅଗ୍ନିଶମ କାର୍ଯ୍ୟାଳୟ, ଓଡିଶା ରାଜ୍ୟ ଦୁର୍ବିପାକ ପରିଚାଳନା କର୍ତ୍ତୃପକ୍ଷ ଅଧିକାରୀ ଏବଂ ସିଭିଲ ଡିଫେନ୍ସର କର୍ମକର୍ତ୍ତା ମାନେ ତାଲିମ ପ୍ରଦାନ କରିବେ।

ଜିଲ୍ଲା ଦୁର୍ବିପାକ ପରିଚାଳନା ପ୍ରକଳ୍ପ ଅଧିକାରୀ ସୁକାନ୍ତ କୁମାର ଦାଶ, ଆପଦକାଳୀନ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ କୂଳଦୀପ ପାଲଟାସିଂ ପ୍ରମୁଖ ସହଯୋଗ କରିଛନ୍ତି।

ଖୋର୍ଦ୍ଧା ଜଟଣୀ ତାଲିମ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026

ନୋଏଡାରେ ଭୟାବହ ଅଗ୍ନିକାଣ୍ଡ, ଦୁଇଟି ସ୍ଥାନରେ ଲାଗିଲା ନିଆଁ

June 5, 2026

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.