Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରୁ ୨ ମୃତ ପକ୍ଷୀ ଜବତ, ଶିକାରୀ ଗିରଫ
ଆଞ୍ଚଳିକ

ଚିଲିକାରୁ ୨ ମୃତ ପକ୍ଷୀ ଜବତ, ଶିକାରୀ ଗିରଫ

November 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ବର୍ତ୍ତମାନ ଶୀତ ଋତୁ ଉପଲକ୍ଷେ ଲକ୍ଷାଧିକ ବିଦେଶୀ ପକ୍ଷୀଙ୍କ ଚିଲିକାକୁ ଆଗମନ ହେଉଥିବାର ଦେଖିବାକୁ ମିଳିଛି। ବିଦେଶୀ ପକ୍ଷୀଙ୍କ ସୁରକ୍ଷା ପାଇଁ ବନ୍ୟପ୍ରାଣୀ ବିଭାଗ ପାଟ୍ରୋଲିଂ ମଧ୍ୟ ଜାରି ରଖିଛି। ତେବେ ଆଜି ପକ୍ଷୀ ଶୀକାର କରିବା ବେଳେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ତ ଟାଙ୍ଗୀ ବନ୍ୟପ୍ରାଣୀ ବନାଞ୍ଚଳ ବିଭାଗ ହାତରେ ଜଣେ ଶୀକାରୀ ଧରାପଡ଼ି ଗିରଫ ହୋଇଛନ୍ତି।

ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ବାଲିପାଟପୁର ରିଙ୍ଗ ବନ୍ଧ ନିକଟରୁ ପକ୍ଷୀ ଶୀକାରୀଙ୍କୁ ଗିରଫ କରିଛି ଟାଙ୍ଗୀ ବନ୍ୟପ୍ରାଣୀ ବନାଞ୍ଚଳ ବିଭାଗ। ଶୀକାରୀଙ୍କ ନିକଟରୁ ଦୁଇ ଗୋଟି ମୃତ ବିଦେଶୀ ପକ୍ଷୀ ଜବତ କରାଯାଇଛି। ଗିରଫ ଶୀକାରୀ ଜଣକ ହେଲେ ଟାଙ୍ଗୀ ଥାନା ଭୁଶୁଣ୍ଡପୁର ଗେଡେଇସ୍ୱାଇଁପାଟଣା ଅଞ୍ଚଳର ଦିବାକର ସାହୁ (୪୦)।

ଗିରଫ ଶୀକାରିଙ୍କ ବିରୋଧରେ ପିଆର ନମ୍ବର ୧୦ଟି/୨୨-୨୩ ରେ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବାର ଟାଙ୍ଗୀ ରେଂଞ୍ଜ ବନାଞ୍ଚଳ ଅଧିକାରିଣୀ ଚୁଡ଼ାରାଣୀ ମୁର୍ମୁ ସୂଚନା ଦେଇଛନ୍ତି।

ଚିଲିକା ଟାଙ୍ଗୀ ପକ୍ଷୀ ଜବତ ପକ୍ଷୀ ଶିକାରୀ ଶୀତ ଋତୁ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.