Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ
ଆଞ୍ଚଳିକ

ବାଣପୁରରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ

December 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆଜି ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବାଣପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ତରଫରୁ ଶତାଧିକ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ବିଇଓ କାର୍ଯ୍ୟାଳୟ ପରିସରରେ ଉକ୍ତ ଦିବସ ପାଳିତ ହୋଇଯାଇଛି।

ଉଦଘାଟନ ଉତ୍ସବରେ ବାଣପୁର ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ ସୀମାଦ୍ରୀ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀ ତଥା ଅଭିଭାବକଙ୍କୁ ମୂଲ୍ୟବାନ ଉପଦେଶ ପ୍ରଦାନ କରିବା ସହ ଦିବ୍ୟାଙ୍ଗ ମାନେ ସ୍ୱତନ୍ତ୍ର ଦକ୍ଷତାର ଅଧିକାରୀ, ସେମାନଙ୍କୁ ଦୁର୍ବ୍ୟବହାର ନ ଦେଖାଇ ସେମାନଙ୍କ ଅଧିକାର ପ୍ରାପ୍ତିରେ ସମସ୍ତେ ସହଯୋଗ କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ଅନୁରୂପ ଭାବେ ଉଦଯାପନୀ ଉତ୍ସବରେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ରମାକାନ୍ତ ନାୟକ ଯୋଗଦେଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ମନୋବଳ ବଢ଼ାଇଥିଲେ।

ଏହି ଅବସରରେ ତହସିଲଦାର ବିଇଓ କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରିବା ସହ ଏକ ଶୋଭାଯାତ୍ରାରେ ବାଣପୁର ସହର ପରିକ୍ରମା କରିବା ସହିତ ଦିବ୍ୟଙ୍ଗ ମାନଙ୍କୁ ଭଲ ପାଇବା ପାଇଁ ସଚେତନତା ବାର୍ତ୍ତା ସୃଷ୍ଟି କରିଥିଲେ। ଏହାପରେ ଏକ ବ୍ଲକ ରିଶୋର୍ସ ସେଣ୍ଟର ମଧ୍ୟ ଉଦଘାଟନ କରିଥିଲେ ତହସିଲଦାର ଶ୍ରୀ ବଡ଼ଜେନା। ସଭାଶେଷରେ ଜଣେ ଦିବ୍ୟାଙ୍ଗ ଛାତ୍ର, ଜଣେ ଅଭିଭାବକ ଏବଂ ଜଣେ ଶ୍ରେଷ୍ଠ ଶିକ୍ଷକଙ୍କୁ ସମ୍ମାନିତ କରାଯାଇଥିଲା।

ସେହିପରି ଭାବେ ପୁର୍ବରୁ ଅନୁଷ୍ଠିତ ହୋଇଯାଇଥିବା ବିଭିନ୍ନ ପ୍ରତିଯୋଗିତାରେ ବ୍ଲକର ୩୬ ଜଣ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ବିଇଓ ସନାତନ ଜାଲି ସଭାପତିତ୍ୱ କରିଥିବା ବେଳେ ଅତିରିକ୍ତ ବିଇଓ ସନ୍ଧ୍ୟାରାଣୀ ହରିଚନ୍ଦନ ଏବଂ ମନୋଜ କୁମାର ହରିଚନ୍ଦନ ଏହାକୁ ପରିଚାଳନା କରିଥିଲେ।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026

ଓଡିଶାରେ ରେଳ ଭବିଷ୍ୟତର ରୂପରେଖା: ଚାରିଟି ପ୍ରମୁଖ ନୂତନ ଲାଇନ ପ୍ରକଳ୍ପ ତ୍ୱରାନ୍ୱିତ 

April 18, 2026

ସାମୁଦ୍ରିକ ବୀମା ସୁରକ୍ଷା ଯୋଗାଇ ଦେବା ଲାଗି ସାର୍ବଭୌମ ଗ୍ୟାରେଣ୍ଟି ସହ ଗଠନ ହେବ ବିଏମଆଇ ପୁଲ୍

April 18, 2026

ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI Odisha: ଗଭର୍ଣ୍ଣିଙ୍ଗ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.