Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସେଣ୍ଟ ଜାଭିଅରସ ହାଇସ୍କୁଲରେ ଅନୁଷ୍ଠିତ ହେଲା ‘ମାଗଣା ହାଟ’ ନାମକ ନିଆରା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର: ସେଣ୍ଟ ଜାଭିଅରସ ହାଇସ୍କୁଲରେ ଅନୁଷ୍ଠିତ ହେଲା ‘ମାଗଣା ହାଟ’ ନାମକ ନିଆରା କାର୍ଯ୍ୟକ୍ରମ

December 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ସ୍ଥିତ ସେଣ୍ଟ ଜାଭିଅରସ ହାଇସ୍କୁଲ ପରିସରରେ ଆଜି ‘ମାଗଣା ହାଟ’ ନାମକ ଏକ ନିଆରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ଅନ୍ତର୍ଗତ ବହୁ ହିତାଧିକାରୀମାନେ ନିଃଶୁଳ୍କ ଭାବେ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଉକ୍ତ ହାଟରୁ ଗ୍ରହଣ କରିଥିଲେ। ସ୍କୁଲର ଅଧ୍ୟକ୍ଷ ଡ. ଶକ୍ତି ପ୍ରସାଦ ମହାନ୍ତିଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଏବଂ ପର୍ଯ୍ୟଟନ ଅଧିକାରୀ ଜଗନ୍ନାଥ ବେହରା ମିଳିତ ଭାବେ ଉଦଘାଟନ କରିଥିଲେ।

ସ୍କୁଲ ପକ୍ଷରୁ ପୂର୍ବରୁ ବାଣପୁରବାସୀଙ୍କ ଠାରୁ ସଂଗ୍ରହ କରାଯାଇଥିବା କମ୍ବଳ, ଚାଉଳ, ପୋଷାକ, ପାଠ୍ୟ ଉପକରଣ, ଶିଶୁ ମାନଙ୍କ ପୋଷାକ ଆଦିକୁ ନିଃଶୁଳ୍କ ଭାବେ ହାଟ ମାଧ୍ୟମରେ ହିତାଧିକାରୀଙ୍କୁ ବିତରଣ କରାଯାଇଥିଲା। ତେବେ ଆଶ୍ଚର୍ଯ୍ୟର ବିଷୟ ଉକ୍ତ କାର୍ଯ୍ୟକ୍ରମକୁ ଅଦ୍ଭୁତପୂର୍ବ ସଫଳତା ମିଳିଥିବାର ଦେଖାଯାଇଛି। ପାଖାପାଖି ତିନି ଶହରୁ ଉର୍ଦ୍ଧ୍ଵ ହିତାଧିକାରୀ ମାନେ ଉକ୍ତ ହାଟକୁ ଆସି ସମସ୍ତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଆଗ୍ରହର ସହକାରେ ଗ୍ରହଣ କରିଥିଲେ।

ମାତ୍ର କେଇ ଘଣ୍ଟା ମଧ୍ୟରେ ହାଟ ଖାଲି ହୋଇଯାଇଥିବାର ଦେଖିବାକୁ ମିଳିଥିଲା। ଏପରିକି ବହୁ ବଞ୍ଚିତ ହିତାଧିକାରୀ ମାନେ ଅଗ୍ରିମ ହାଟ ପାଇଁ ଉତ୍କଣ୍ଠାର ସହକାରେ ଚାହିଁ ବସିବା ସହ ସେମାନଙ୍କ ନାମ ମଧ୍ୟ ପଞ୍ଜିକରଣ କରିଛନ୍ତି।

ତେବେ ଏହାକୁ ମିଶାଇ ତୃତୀୟ ଥର ବାଣପୁରରେ ଏପରି କାର୍ଯ୍ୟକ୍ରମ ହୋଇଥିବାବେଳେ ସମଗ୍ର ବାଣପୁରବାସି ସେଣ୍ଟ ଜାଭିଅରସ ହାଇସ୍କୁଲର ଉକ୍ତ ମହତ କାର୍ଯ୍ୟକ୍ରମକୁ ଭୁୟସୀ ପ୍ରଶଂସା କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ସ୍କୁଲର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ।

ବାଣପୁର ମାଗଣା ହାଟ ସେଣ୍ଟ ଜାଭିଅରସ ହାଇସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.