Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ପୂର୍ବତନ ବିଜେଡି ବିଧାୟକ ରଘୁନାଥ ସାହୁଙ୍କ ମହିଳା ସମାବେଶ, ଯୋଗଦେଲେ ହଜାର ହଜାର କର୍ମୀ
ଆଞ୍ଚଳିକ

ଚିଲିକା: ପୂର୍ବତନ ବିଜେଡି ବିଧାୟକ ରଘୁନାଥ ସାହୁଙ୍କ ମହିଳା ସମାବେଶ, ଯୋଗଦେଲେ ହଜାର ହଜାର କର୍ମୀ

December 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ମଧ୍ୟାହ୍ନରେ ଚିଲିକାର ପୂର୍ବତନ ବିଜେଡି ବିଧାୟକ ରଘୁନାଥ ସାହୁଙ୍କ ନେତୃତ୍ୱରେ ବାଲୁଗାଁ ବିଜେଡି କାର୍ଯ୍ୟାଳୟ ପରିସରରେ ଚିଲିକା ବ୍ଲକ ସ୍ତରୀୟ ମହିଳା କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସମ୍ମିଳନୀରେ ଚିଲିକା ବିଜେଡି ସଭାପତି ଦେବେନ୍ଦ୍ର ସାମନ୍ତସିଂହାର, ପୂର୍ବତନ ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ରଞ୍ଜିତା ସେଠି, କୁମାଣ୍ଡଳ ସରପଞ୍ଚ ସାବିତ୍ରୀ ସୁନ୍ଦରାୟ, ସଙ୍ଗଠିକା ପ୍ରଭାତୀ ସେଠୀ, ବବିତା ସାହୁ, ଶର୍ମିଷ୍ଠା ମହାରଣା, ବରିଷ୍ଠ ବିଜେଡି କର୍ମୀ ରମେଶ ଚନ୍ଦ୍ର ମହାପାତ୍ର, ଅଜୟ ଖୁଣ୍ଟିଆ, ଭବାନୀ ଶଙ୍କର ବଳିଆରସିଂଙ୍କ ସମେତ ହଜାର ହଜାର ମହିଳା କର୍ମୀ ଯୋଗ ଦେଇଥିଲେ।

ସୂଚନା ଥାଉକି ବିଗତ ୧୫ ଦିନ ମଧ୍ୟରେ ଚିଲିକା ନିର୍ବାଚନମଣ୍ଡଳୀରେ ଶ୍ରୀ ସାହୁଙ୍କ ନେତୃତ୍ୱରେ ତିନି ଗୋଟି କର୍ମୀ ସମ୍ମିଳନୀ କରାଯାଇଥିବା ବେଳେ ଆଜି ପୁଣି ବିଶାଳ ମହିଳା ସମାବେଶ କରି ଦଳୀୟ ବିରୋଧୀ ଗୋଷ୍ଠୀ ସମେତ ବିରୋଧୀ ଦଳଙ୍କୁ ଶ୍ରୀ ସାହୁ ଦୃଢ଼ କଡା ଜବାବ ଦେଇଥିବା ଦେଖିବାକୁ ମିଳିଛି। ଗତ ମାସ ୨୩ ତାରିଖରେ ବାଣପୁର ବ୍ଲକ ବିଜେଡି ପୁରୁଷ କର୍ମୀ ସମ୍ମିଳନୀ, ୩୦ ତାରିଖରେ ଚିଲିକା ବ୍ଲକ ବିଜେଡି ପୁରୁଷ କର୍ମୀ ସମ୍ମିଳନୀ, ଚଳିତ ମାସ ୪ ତାରିଖରେ ବାଣପୁର ବ୍ଲକ ବିଜେଡି ମହିଳା କର୍ମୀ ସମାବେଶ କରିଥିବା ବେଳେ ଆଜି ଚିଲିକା ବ୍ଲକ ବିଜେଡି ମହିଳା କର୍ମୀ ସମାବେଶ କରି ମହିଳା ସଶକ୍ତିକରଣ, ଗାଁକୁ କାମ ମା’ଙ୍କୁ ସମ୍ମାନ ଏବଂ ଏସଏଚଜି ମହିଳାମାନଙ୍କୁ ସ୍ୱାବଲମ୍ବୀ ଦିଗରେ ରାଜ୍ୟ ସରକାରଙ୍କ ତତ୍ପରତା ନେଇ ବିସ୍ତୃତ ଆଲୋଚନା କରିଥିଲେ।

ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସାଧାରଣ ଜନତାଙ୍କ ସହ ଯୋଡି ହୋଇ ରହିବା ସହ ସଙ୍ଗଠନକୁ ସୁଦୃଢ କରିବା ଦିଗରେ ଆପ୍ରାଣ ଚେଷ୍ଟା ଜାରି ରହିବା ନେଇ ଶ୍ରୀ ସାହୁ କହିଥିଲେ। ଆଜିର ମହିଳା ସମାବେଶରେ ହଜାର ହଜାର ମହିଳା କର୍ମୀଙ୍କ ସମାବେଶ ପରିଲକ୍ଷିତ ହୋଇଥିଲା। ଚିଲିକା ବ୍ଲକର ମିଶନ ଶକ୍ତି ଦାୟିତ୍ୱରେ ଥିବା ଅଧିକାରୀମାନେ ପରୋକ୍ଷରେ ହେଉ ଅବା ପ୍ରତ୍ୟକ୍ଷରେ ଦୁର୍ନୀତିରେ ଲିପ୍ତ ରହି ମହିଳାମାନଙ୍କୁ ଲୁଟୁଥିବା ବେଳେ ପ୍ରଶାସନ ପକ୍ଷରୁ ଏନେଇ ଦୁର୍ନୀତି ଖୋରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏସଏଚଜି ମହିଳାମାନେ ଶ୍ରୀ ସାହୁଙ୍କୁ ଅନୁରୋଧ କରିଥିଲେ।

ତେବେ ଚିଲିକା ବିଜେଡିରେ ଗୋଷ୍ଠୀ କନ୍ଦଳ ଦିନକୁ ଦିନ ଉଗ୍ରରୂପ ନେଉଥିବା ବେଳେ ବିଜେଡ଼ି ସଂଗଠନକୁ ସୁଦୃଢ କରିବା ଉଦ୍ଦେଶ୍ୟ ନେଇ ପୂର୍ବତନ ବିଧାୟକ ଶ୍ରୀ ସାହୁ ଉଦ୍ୟମ ଜାରି ରଖିଥିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।

ଚିଲିକା ପୂର୍ବତନ ବିଜେଡ଼ି ବିଧାୟକ ମହିଳା ସମାବେଶ ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Latest News

ଟ୍ରମ୍ପଙ୍କ ଇରାନକୁ ଚେତାବନୀ ପରେ କ’ଣ ରହିଛି ସୁନା ଏବଂ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 20, 2026

ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ମାଡ଼: ଯାତ୍ରା କରୁଥିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

February 20, 2026

ଏଲିଏନ୍‌ମାନଙ୍କର ଗୁପ୍ତ ତଥ୍ୟ ପ୍ରକାଶ କରିବ ଆମେରିକା!: ବଡ଼ ନିର୍ଦ୍ଦେଶ ଜାରି କଲେ ଟ୍ରମ୍ପ୍ 

February 20, 2026

ଆମେରିକା ସହିତ ‘ପ୍ୟାକ୍ସ ସିଲିକା’ରେ ଯୋଗଦେଲା ଭାରତ: ଜାଣନ୍ତୁ ଏହା କ’ଣ?

February 20, 2026

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.