Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ଯୋଗ ଦେଲେ ନୂଆ ଅଧ୍ୟକ୍ଷ
ଆଞ୍ଚଳିକ

ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ଯୋଗ ଦେଲେ ନୂଆ ଅଧ୍ୟକ୍ଷ

December 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
New Prinicipal
ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ଦାୟିତ୍ବ ନେଲେ ନୂଆ ଅଧ୍ୟକ୍ଷ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟ ର ନୂତନ ଅଧ୍ୟକ୍ଷ ଭାବେ ଆଜି ଦାଇତ୍ୱ ଗ୍ରହଣ କରିଛନ୍ତି ପ୍ରାଣୀବିଜ୍ଞାନ ବିଭାଗ ମୁଖ୍ୟ ପ୍ରଫେସର ବିନାୟକ ହୋତା । ଶ୍ରୀ ହୋତା ଆଜି ମଧ୍ୟାହ୍ନରେ ଅସ୍ଥାୟୀ ଅଧ୍ୟକ୍ଷ ଡ଼ା. ଏସପିଏନଏସ ବର୍ମାଙ୍କ ନିକଟରୁ ମହାବିଦ୍ୟାଳୟ ପରିଚାଳନା ସମିତି ସଭାପତି ବିଜୟା ବନ୍ଦନା ରାଉତରାୟଙ୍କ ଉପସ୍ଥିତିରେ ନୂତନ ଦାଇତ୍ୱ ଭାର ଗ୍ରହଣ କରିଥିଲେ ।

ଏହାପରେ ନୂତନ ଅଧ୍ୟକ୍ଷ ମହାବିଦ୍ୟାଳୟ ପରିସରରେ ଥିବା ପଣ୍ଡିତ ଗୋଦାବରୀଶ ମିଶ୍ର, ଗଣେଶ ଏବଂ ସରସ୍ବତୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ । ଉକ୍ତ ସଭାଟି ମହାବିଦ୍ୟାଳୟ ନୂତନ ପାଠ୍ୟ ଗୃହ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ତେବେ ଗୋଦାବରୀଶ ମହାବିଦ୍ୟାଳୟ ଓଡିଶାର ଏକ ସୁନାମଧନ୍ୟ ମହାବିଦ୍ୟାଳୟ ହୋଇଥିବା ବେଳେ ବର୍ତ୍ତମାନ ଏହା ବିଭିନ୍ନ ସମସ୍ୟାମାନ ଦେଇ ଗତି କରୁଛି । ମହାବିଦ୍ୟାଳୟ କୁ ‘ନାକ’ ଗସ୍ତ, ସରକାରୀ ମାନ୍ୟତା ,ସ୍ୱୟଂଶାସିତ ମାନ୍ୟତା ,ଯୁକ୍ତ ୩ ବାଣିଜ୍ୟ ବିଭାଗ ଖୋଲିବା, ଯୁକ୍ତ ୩ ଶିକ୍ଷା ବିଭାଗ ଖୋଲିବା ଆଦି ଏକାଧିକ ଚ୍ୟାଲେଞ୍ଜ ଦୀର୍ଘବର୍ଷରୁ ଥିବା ବେଳେ ମହାବିଦ୍ୟାଳୟ ପ୍ରଶାସନର ଆନ୍ତରିକତା ଓ ଇଛାଶକ୍ତି ଅଭାବରୁ ଏଯାବତ ତାହା ପୂରଣ ହୋଇପାରୁନାହିଁ ।

ଅପରପକ୍ଷେ ଆସନ୍ତାବର୍ଷ ଗୋଦାବରୀଶ ମହାବିଦ୍ୟାଳୟର ୬୦ ବର୍ଷ ପୂର୍ତ୍ତି ଉପଲକ୍ଷେ ହୀରକ ଜୟନ୍ତୀ ପାଳନ ମଧ୍ୟ ହେବ । ତେବେ ନୂତନ ଅଧ୍ୟକ୍ଷ ସ୍ଥାନୀୟ ବାସିନ୍ଦା ଏବଂ ଉକ୍ତ ଶିକ୍ଷାନୁଷ୍ଠାନର ପୁରାତନ ଛାତ୍ର ହୋଇଥିବାରୁ ମହାବିଦ୍ୟାଳୟର ଉକ୍ତ ସମସ୍ୟା ଗୁଡ଼ିକର ସମାଧାନ ଦିଗରେ ନିଶ୍ଚିତ ସହାଭାଗିତାର ସହ କାର୍ଯ୍ୟ କରିବେ ବୋଲି ଅଞ୍ଚଳବାସି ଆଶା ପ୍ରକଟ କରିଛନ୍ତି ।

ଗୋଦାବରୀଶ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.