Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶହେ ବର୍ଷର ସେତୁ ଏବେ ମରଣଯନ୍ତା!, ନିର୍ମାଣ ବାବଦ ୬ କୋଟି ଗଲା କୁଆଡ଼େ?
ଆଞ୍ଚଳିକ

ଶହେ ବର୍ଷର ସେତୁ ଏବେ ମରଣଯନ୍ତା!, ନିର୍ମାଣ ବାବଦ ୬ କୋଟି ଗଲା କୁଆଡ଼େ?

December 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ସେତୁ ବ୍ରିଟିଶ ଅମଳର। ଶହେ ବର୍ଷ ହେବ ସେମିତି ଭାର ସମ୍ଭାଳି ଆସୁଛି। ବେଳକୁ ବେଳ ଭାର ବଢ଼ିଚାଲିଛି ସିନା, ସେତୁର ମରାମତି ହେଉନି। ଫଳରେ ତାହା ଏବେ ମରଣଯନ୍ତା ପାଲଟିଛି। କେତେବେଳେ ବି ବଡ଼ ଅଘଟଣ ଘଟିପାରେ। ଏ କଥା ସ୍ଥାନୀୟ ପ୍ରଶାସନ ଜାଣିଥିଲେ ସୁଦ୍ଧା ପଦକ୍ଷେପ ଶୂନ। ସେପଟେ ୬ ବର୍ଷ ହେବ ଭିତ୍ତିପ୍ରସ୍ତର ସ୍ଥାପନରେ ରହିଯାଇଛି ନୂତନ ସେତୁର ନିର୍ମାଣ କାମ।

ରଣପୁର ବ୍ଲକ ଚମ୍ପତ୍ତିପୁର ଗାଁ ଦେଇ ବହିଯାଇଛି ମଲାଗୁଣି ନଦୀ। ଆଉ ବ୍ରିଟିଶ ଅମଳରୁ ନଦୀ ଛାତିରେ ଛିଡ଼ା ହୋଇଛି ଏହି ସେତୁ। ଶହେ ବର୍ଷର ସେତୁଟିର ତଳ ଫାଟି ଆଁ କରିଛି।  ମାଙ୍କଡ଼ା ପଥରରେ ନିର୍ମିତ ପିଲାରରୁ ପଲସ୍ତରା ଛାଡ଼ି ଯାଇଛି। ସେତୁ ଉପରେ ଭାରିଯାନ ଚଢିବା ମାତ୍ରେ ତାହା ଦୋହଲୁଛି। ଏନେଇ ସ୍ଥାନୀୟ ବାସିନ୍ଦା ବାରମ୍ବାର ଅଭିଯୋଗ କଲେ ସୁଦ୍ଧା ଚୁପ ବସିଛି ସ୍ଥାନୀୟ ପ୍ରଶାସନ। ତେବେ ସେତୁଟି ରଣପୁରକୁ ସିଧା ସୁନାଖଳା, ବୋଲଗଡ଼, ଟାଙ୍ଗୀ ସହ ଯୋଡୁଥିବାରୁ ପ୍ରତିଦିନ ବିପଦ ସଂକୁଳ ଅବସ୍ଥାରେ ଯାତାୟତ କରୁଛି ଶହ ଶହ ଗାଡ଼ି।

ଏ ବିପଦକୁ ସମସ୍ତେ ବୁଝୁଛନ୍ତି ଆଉ ଜାଣୁଛନ୍ତି। କିନ୍ତୁ କିଛି ବିକଳ୍ପ ବାଟ ନ ଥିବାରୁ ଲୋକେ ଭାଗ୍ୟକୁ ଆଦରି ଯା’ଆସ କରୁଛନ୍ତି। ବଡ଼ ଅଘଟଣ ଆଶଙ୍କାକୁ ବାରୁଥିବା ସତ୍ତ୍ୱେ ପ୍ରଶାସନ କି ପୂର୍ତ୍ତ ବିଭାଗ ଏହାକୁ ବିପଦ ସଂକୁଳ ଘୋଷଣା କରୁନାହାନ୍ତି। ଅନ୍ୟପକ୍ଷେ ନୂତନ ସେତୁ ପାଇଁ ୨୦୧୬ ରେ ୬ କୋଟି ମଞ୍ଜୁର ହୋଇ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ନିର୍ମାଣ କାମ ଆରମ୍ଭ ହୋଇନାହିଁ। ଜବାବ ମାଗିଲେ ବିଭାଗୀୟ ବାବୁ ମୁହଁ ଖୋଲୁନାହାନ୍ତି।  କିନ୍ତୁ ବିଭାଗୀୟ ଯନ୍ତ୍ରୀ ଦୟାନିଧି ରାୟଗୁରୁ କହିଛନ୍ତି ଯେ ଖୁବ ଶୀଘ୍ର ଟେଣ୍ଡର କରାଯାଇ ଏ ଦିଗରେ ପଦକ୍ଷେପ ନିଆଯିବ।

ଏବେ ବି ସମୟ ଅଛି। ପ୍ରଶାସନ ଚେତିଲେ ହୁଏତ ଗୁଜୁରାଟ କି କଲିକତା ଭଳି ଭୟାନକ ଅଘଟଣକୁ ଏଡାଇ ହେବ। ଆଉ ତୁରନ୍ତ ନୂତନ ସେତୁ ନିର୍ମାଣ କରି ରଣପୁର ବ୍ଲକରେ ବିକାଶର ଧାରାକୁ ପ୍ରଖର କରିହେବ।

ଭିତ୍ତିପ୍ରସ୍ତର ସ୍ଥାପନ ମରଣଯନ୍ତା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026
Latest News

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.