Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପତିତପାବନ ହାଇସ୍କୁଲରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର: ପତିତପାବନ ହାଇସ୍କୁଲରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

December 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡାସ୍ଥିତ ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଗୁରୁବାର ଦିନ ବ୍ଲକ ସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ ଗମ୍ଭାରୀମୁଣ୍ଡା, ନାଚୁଣି ଓଡ଼ଗାଁ ଭୀମପୁର ସମେତ ୧୯ ଗୋଟି ଉଚ୍ଚ ବିଦ୍ୟାଳୟର ସମୁଦାୟ ୩୦୦ ଛାତ୍ରଛାତ୍ରୀ ଭାଗନେଇଥିଲେ।

ବାଣପୁର କ୍ରୀଡା ସଂଗଠନ ସଭାପତି ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବରେ ପତାକା ଦେଖାଇ ଉକ୍ତ ପ୍ରତିଯୋଗିତାର ଉଦଘାଟନ କରିଥିବା ବେଳେ ସମ୍ପାଦକ ତଥା ଗୋଦାବରୀଶ ବିଦ୍ୟାପୀଠର କ୍ରୀଡ଼ାଶିକ୍ଷକ ସୌମ୍ୟକାନ୍ତ ସାହୁ ଏହାକୁ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଉପସ୍ଥିତ ରହି ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀଙ୍କୁ କ୍ରୀଡା କ୍ଷେତ୍ରରେ ସହଯୋଗ କରିଥିଲେ।

ବିଭିନ୍ନ ପ୍ରତିଯୋଗିତା ଯଥା କବାଡି, ଭଳିବଲ, ଫୁଟବଲ, ଚେସ ଭଳି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ କୃତି ପ୍ରତିଯୋଗୀ ମାନେ ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଦିନ ବାଣପୁରସ୍ଥିତ ଗୋଦାବରୀଶ ବିଦ୍ୟାପୀଠରେ ବ୍ଲକ ସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ଭାଗ ନେଇ ଉଭୟ ସ୍ଥାନରେ କୃତି ଛାତ୍ରଛାତ୍ରୀ ମାନେ ଜିଲ୍ଲାସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ଭାଗ ନେବେ ବୋଲି ଶ୍ରୀ ଜାଲି କହିଛନ୍ତି।

କ୍ରୀଡ଼ା ପ୍ରତିଯୋଗିତା ଗମ୍ଭାରୀମୁଣ୍ଡା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.