Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୀମଭୋଇ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ
ଆଞ୍ଚଳିକ

ଭୀମଭୋଇ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଯାପିତ

December 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ରେଢାଖୋଲ ଭୀମଭୋଇ ମହାବିଦ୍ୟାଳୟ ର ଦୁଇ ଦିନିଆ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏହି କ୍ରୀଡା ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାଶ ଅଧ୍ୟକ୍ଷତା କରିଥିଲେ।

ଏହି କ୍ରୀଡା ଉତ୍ସବରେ ଏସ୍ ବିଆଇ ର ଶାଖା ପ୍ରବନ୍ଧକ ଅମିତ୍ କୁମାର ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୂର୍ଣ୍ଣାଙ୍ଗ ବ୍ୟକ୍ତିତ୍ୱର ବିକାଶ ପାଇଁ କ୍ରୀଡା ର ଆବଶ୍ୟକତା ରହିଛି ବୋଲି ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। କ୍ରୀଡା ପରିଷଦର ଉପ ସଭାପତି ପ୍ରାଧ୍ୟାପକ ଅରୁଣ କୁମାର ଶାସନୀ ପ୍ରାରମ୍ଭୀକ ଅଭିଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ। କଲେଜର କ୍ରୀଡା ପ୍ରଶିକ୍ଷିକା ନମ୍ରତା ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି କ୍ରୀଡା ଉତ୍ସବରେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା। ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଖେଳ ପ୍ରଶିକ୍ଷିକ ଜିତେନ୍ଦ୍ରୀୟ ପ୍ରଧାନ, ପାର୍ବତୀ ଗିରି ମହାବିଦ୍ୟାଳୟର କ୍ରୀଡା ପ୍ରଶିକ୍ଷିକ ଚନ୍ଦ୍ରଶେଖର ପୁରୋହିତ ଖେଳ ପରିଚାଳନା କରିଥିଲେ।

ଏହି ପ୍ରତିଯୋଗୀତାରେ କୃତି ପ୍ରତିଯୋଗୀ ତଥା ଚମ୍ପିୟାନ୍ ମାନଙ୍କୁ ମାନପତ୍ର ତଥା ଟ୍ରଫୀଦେଇ ପୁରସ୍କୃତ କରାଯାଇଥିଲା। ଅଧ୍ୟାପକ ଅଞନ କୁମାର ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ କ୍ରୀଡା ପରିଷଦର ସହଯୋଗୀ ଉପ ସଭାପତି ଡଃ ଭୋଜରାଜ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କ୍ରୀଡା ପରିଷଦର ଅନ୍ୟତମ ସହେଯାଗୀ ଉପ ସଭାପତି ରାଜେଶ୍ ବିଶ୍ୱାଳ, ଶ୍ରୀପତି ପ୍ରଧାନ, ଅଧ୍ୟାପକ ଡଃ ରବି ଚନ୍ଦ୍ର ସିଂ, ପ୍ରାକ୍ତନ୍ ଛାତ୍ର ଧିରେନ୍ କୁମାର ଦେହୁରୀଙ୍କ ସମେତ କଲେଜର ଅନ୍ୟାନ୍ୟ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ତଥା ଛାତ୍ରଛାତ୍ରୀ ସକ୍ରିୟ ସହେଯାଗ ଏବଂ ଅଂ ଶ ଗ୍ରହଣ କରିଥିଲେ।

ବାର୍ଷିକ କ୍ରୀଡା ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.