Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବିଜେପିର ବିଶାଳ କର୍ମୀ ସମ୍ମିଳନୀ: ଲଢେଇ ଜୋରଦାର ହେବ ବୋଲି କହିଲେ ପୃଥ୍ଵୀରାଜ
ଆଞ୍ଚଳିକ

ବାଣପୁରରେ ବିଜେପିର ବିଶାଳ କର୍ମୀ ସମ୍ମିଳନୀ: ଲଢେଇ ଜୋରଦାର ହେବ ବୋଲି କହିଲେ ପୃଥ୍ଵୀରାଜ

January 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ଚିଲିକା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଦଳର ସେତେ ଚିନ୍ତା ବଢ଼ି ବଢ଼ି ଯାଉଛି। ବିରୋଧୀ ବିଜେପି ଗତଥର ପରାଜୟ ବରଣ କରିଥିବା ବେଳେ ଆଗାମୀ ନିର୍ବାଚନରେ କିପରି ବିଜୟର ସ୍ୱାଦ ଚାଖିବ, ସେଥିଲାଗି ସଂଗଠନ ଜାରି ରଖିଛି। ଗୋଟାଏ ପଟେ ଚିଲିକା ବିଜେଡିରେ ‘ଢୋଲ ଭିତରେ ମୂଷା’ ର ଅଭିଯୋଗ ହେଉଥିବା ବେଳେ ଏପଟେ ବିଜେପି ଏହାର ଫାଇଦା ନେବ ବୋଲି କୁହାଯାଉଛି।

ପଞ୍ଚାୟତ ନିର୍ବାଚନରେ ଦଳ ଉଭୟ ବାଣପୁର ଓ ଚିଲିକା ବ୍ଲକ ଦଖଲ କରିଥିବା ବେଳେ ସାଧାରଣ ନିର୍ବାଚନରେ ବିଜେପି ନେତା ପୃଥ୍ଵୀରାଜ ହରିଚନ୍ଦନ ଚିଲିକା ବିଧାୟକ ହେବା ନେଇ ଆଶା ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବାଣପୁର ବ୍ଲକ ମୋରାମୋରି ପଞ୍ଚାୟତ ବିଜେପିର ବିଶାଳ କର୍ମୀ ସମ୍ମିଳନୀ ସରପଞ୍ଚ ବସନ୍ତ ମାଳିଙ୍କ ସଭାପତିତ୍ୱରେ ଆମ୍ବଝର ଠାରେ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ ବୈଠକରେ ଚିଲିକା ପୂର୍ବତନ ବିଧାୟକ ଡ଼ା ବିଭୁତି ଭୂଷଣ ହରିଚନ୍ଦନ, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ, ପୁରୀ ଲୋକସଭା ବିଜେପି ପ୍ରଭାରୀ ଅମିୟ ଦାସ, ପୁରୀ ଲୋକସଭା ସଂଯୋଜକ ଶଙ୍କର ପରିଡ଼ା, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଆଦି ଯୋଗଦେଇଥିଲେ। ତେବେ ଉକ୍ତ କର୍ମୀ ସମ୍ମିଳନୀରେ ରେକର୍ଡ ସଂଖ୍ୟକ ପୁରୁଷ ଓ ମହିଳା କର୍ମୀମାନେ ଯୋଗଦେଇ ଶାସକ ବିଜେଡି ବିରୋଧରେ ରଣ ହୁଙ୍କାର ଦେଇଥିବା ବିଜେପି ନେତାମାନେ କହିଛନ୍ତି।

ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ କର୍ମୀମାନଙ୍କୁ ଏକମନ ଏକ ପ୍ରାଣ ହୋଇ ଆଗାମୀ ଏକ ବର୍ଷ ପର୍ଯ୍ୟନ୍ତ ଅକ୍ଲାନ୍ତ ପରିଶ୍ରମ ଜାରି ରଖିବା ନେଇ କହିଥିଲେ। ଭ୍ରଷ୍ଟାଚାରୀ ବିଜେଡି ସରକାରକୁ କିପରି ମୁଳୋତ୍ପାଟନ କରାଯିବ ସେ ନେଇ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଥିଲେ।

ଅନୁରୂପ ଭାବେ ଚିଲିକାର ଜନସାଧାରଣ ମାନେ ଯାହାକୁ ବହୁମୂଲ୍ୟ ଭୋଟ ଦେଇ ଗାଦିରେ ବସାଇଥିଲେ ତାଙ୍କ ଲାଗି ଆଜି ସାଧରଣ ନିରୀହ ଭୋଟର ହନ୍ତସନ୍ତ ହେଉଛନ୍ତି। ଚିଲିକାବାସୀ ୨୦୨୪ରେ ସେଇ ଭୁଲ ଆଉ ପୁନଶ୍ଚ କରିବେ ନାହିଁ ବୋଲି ମନସ୍ତ କରିସାରିଥିବା କହିଥିଲେ ହରିଚନ୍ଦନ। ଚିଲିକାରେ ବିଜେଡି ବିରୁଦ୍ଧରେ ଲଢେଇ ଆହୁରି ତୀବ୍ର ହେବ ବୋଲି ଶ୍ରୀ ହରିଚନ୍ଦନ କହିଥିଲେ।

ସେହିପରି ଭାବେ ସରପଞ୍ଚ ବସନ୍ତ ମାଳି ଏଥିନିମନ୍ତେ ପଞ୍ଚାୟତ ବାସୀଙ୍କ ନିକଟରେ ନତମସ୍ତକ ହୋଇ ଉଭୟ ବିଧାୟକ ପ୍ରାର୍ଥୀ ପୃଥ୍ଵୀରାଜ ହରିଚନ୍ଦନ ଏବଂ ସାଂସଦ ପ୍ରାର୍ଥୀ ଡ଼ା ସମ୍ବିତ ପାତ୍ରଙ୍କୁ ଜିତାଇବା ପାଇଁ ଅନୁରୋଧ କରିଥିଲେ।

ସେହିଭଳି ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣସିଂହ କର୍ମୀଙ୍କୁ ମନୋବଳ ଆହୁରି ଦୃଢ଼ କରିବା ଲାଗି ପରାମର୍ଶ ଦେଇଥିଲେ। ୨୦୧୯ ରେ ଛୋଟିଆ ଭୁଲ ଲାଗି ବିଜେପିର ଉଭୟ ଯୋଗ୍ୟ ପ୍ରାର୍ଥୀ ବିଧାନସଭା ଓ ସଂସଦ ଯାଇପାରିଲେନାହିଁ ବୋଲି କହିବା ସହ ଦୁଃଖ ପ୍ରକାଶ କରିଥିଲେ।  କିନ୍ତୁ ଚଳିତ ସାଧରଣ ନିର୍ବାଚନରେ ଚିଲିକା ହିଁ ପୁରୀ ଲୋକସଭା ଓ ଓଡ଼ିଶା ବିଧାନସଭାର ପ୍ରବେଶ ପଥ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ ଶ୍ରୀ ରଣସିଂହ।

ତେବେ ଚିଲିକା ବିଜେପିର ଭବିଷ୍ୟତ କ’ଣ ହେ,ବ ତାହା ଆଗାମୀ ସାଧାରଣ ନିର୍ବାଚନ ହିଁ ଜଣାପଡ଼ିବ।

ଚିଲିକା ନିର୍ବାଚନ ମଣ୍ଡଳୀ ପୃଥ୍ଵୀରାଜ ହରିଚନ୍ଦନ ବାଣପୁର ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.