Close Menu
The Samikhsya OdiaThe Samikhsya Odia
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The Samikhsya OdiaThe Samikhsya Odia
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The Samikhsya OdiaThe Samikhsya Odia
    Home»ଆଞ୍ଚଳିକ»ବାଣପୁରରେ ବିଜେପିର ବିଶାଳ କର୍ମୀ ସମ୍ମିଳନୀ: ଲଢେଇ ଜୋରଦାର ହେବ ବୋଲି କହିଲେ ପୃଥ୍ଵୀରାଜ
    ଆଞ୍ଚଳିକ

    ବାଣପୁରରେ ବିଜେପିର ବିଶାଳ କର୍ମୀ ସମ୍ମିଳନୀ: ଲଢେଇ ଜୋରଦାର ହେବ ବୋଲି କହିଲେ ପୃଥ୍ଵୀରାଜ

    January 11, 2023No Comments2 Mins Read
    Share Facebook Twitter LinkedIn Email WhatsApp Copy Link

    ସୀତାରାମ ଅଗ୍ରୱାଲ

    ବାଣପୁର: ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ଚିଲିକା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଦଳର ସେତେ ଚିନ୍ତା ବଢ଼ି ବଢ଼ି ଯାଉଛି। ବିରୋଧୀ ବିଜେପି ଗତଥର ପରାଜୟ ବରଣ କରିଥିବା ବେଳେ ଆଗାମୀ ନିର୍ବାଚନରେ କିପରି ବିଜୟର ସ୍ୱାଦ ଚାଖିବ, ସେଥିଲାଗି ସଂଗଠନ ଜାରି ରଖିଛି। ଗୋଟାଏ ପଟେ ଚିଲିକା ବିଜେଡିରେ ‘ଢୋଲ ଭିତରେ ମୂଷା’ ର ଅଭିଯୋଗ ହେଉଥିବା ବେଳେ ଏପଟେ ବିଜେପି ଏହାର ଫାଇଦା ନେବ ବୋଲି କୁହାଯାଉଛି।

    ପଞ୍ଚାୟତ ନିର୍ବାଚନରେ ଦଳ ଉଭୟ ବାଣପୁର ଓ ଚିଲିକା ବ୍ଲକ ଦଖଲ କରିଥିବା ବେଳେ ସାଧାରଣ ନିର୍ବାଚନରେ ବିଜେପି ନେତା ପୃଥ୍ଵୀରାଜ ହରିଚନ୍ଦନ ଚିଲିକା ବିଧାୟକ ହେବା ନେଇ ଆଶା ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବାଣପୁର ବ୍ଲକ ମୋରାମୋରି ପଞ୍ଚାୟତ ବିଜେପିର ବିଶାଳ କର୍ମୀ ସମ୍ମିଳନୀ ସରପଞ୍ଚ ବସନ୍ତ ମାଳିଙ୍କ ସଭାପତିତ୍ୱରେ ଆମ୍ବଝର ଠାରେ ଅନୁଷ୍ଠିତ ହୋଇଯାଇଛି।

    ଉକ୍ତ ବୈଠକରେ ଚିଲିକା ପୂର୍ବତନ ବିଧାୟକ ଡ଼ା ବିଭୁତି ଭୂଷଣ ହରିଚନ୍ଦନ, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ, ପୁରୀ ଲୋକସଭା ବିଜେପି ପ୍ରଭାରୀ ଅମିୟ ଦାସ, ପୁରୀ ଲୋକସଭା ସଂଯୋଜକ ଶଙ୍କର ପରିଡ଼ା, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଆଦି ଯୋଗଦେଇଥିଲେ। ତେବେ ଉକ୍ତ କର୍ମୀ ସମ୍ମିଳନୀରେ ରେକର୍ଡ ସଂଖ୍ୟକ ପୁରୁଷ ଓ ମହିଳା କର୍ମୀମାନେ ଯୋଗଦେଇ ଶାସକ ବିଜେଡି ବିରୋଧରେ ରଣ ହୁଙ୍କାର ଦେଇଥିବା ବିଜେପି ନେତାମାନେ କହିଛନ୍ତି।

    ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ କର୍ମୀମାନଙ୍କୁ ଏକମନ ଏକ ପ୍ରାଣ ହୋଇ ଆଗାମୀ ଏକ ବର୍ଷ ପର୍ଯ୍ୟନ୍ତ ଅକ୍ଲାନ୍ତ ପରିଶ୍ରମ ଜାରି ରଖିବା ନେଇ କହିଥିଲେ। ଭ୍ରଷ୍ଟାଚାରୀ ବିଜେଡି ସରକାରକୁ କିପରି ମୁଳୋତ୍ପାଟନ କରାଯିବ ସେ ନେଇ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଥିଲେ।

    ଅନୁରୂପ ଭାବେ ଚିଲିକାର ଜନସାଧାରଣ ମାନେ ଯାହାକୁ ବହୁମୂଲ୍ୟ ଭୋଟ ଦେଇ ଗାଦିରେ ବସାଇଥିଲେ ତାଙ୍କ ଲାଗି ଆଜି ସାଧରଣ ନିରୀହ ଭୋଟର ହନ୍ତସନ୍ତ ହେଉଛନ୍ତି। ଚିଲିକାବାସୀ ୨୦୨୪ରେ ସେଇ ଭୁଲ ଆଉ ପୁନଶ୍ଚ କରିବେ ନାହିଁ ବୋଲି ମନସ୍ତ କରିସାରିଥିବା କହିଥିଲେ ହରିଚନ୍ଦନ। ଚିଲିକାରେ ବିଜେଡି ବିରୁଦ୍ଧରେ ଲଢେଇ ଆହୁରି ତୀବ୍ର ହେବ ବୋଲି ଶ୍ରୀ ହରିଚନ୍ଦନ କହିଥିଲେ।

    ସେହିପରି ଭାବେ ସରପଞ୍ଚ ବସନ୍ତ ମାଳି ଏଥିନିମନ୍ତେ ପଞ୍ଚାୟତ ବାସୀଙ୍କ ନିକଟରେ ନତମସ୍ତକ ହୋଇ ଉଭୟ ବିଧାୟକ ପ୍ରାର୍ଥୀ ପୃଥ୍ଵୀରାଜ ହରିଚନ୍ଦନ ଏବଂ ସାଂସଦ ପ୍ରାର୍ଥୀ ଡ଼ା ସମ୍ବିତ ପାତ୍ରଙ୍କୁ ଜିତାଇବା ପାଇଁ ଅନୁରୋଧ କରିଥିଲେ।

    ସେହିଭଳି ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣସିଂହ କର୍ମୀଙ୍କୁ ମନୋବଳ ଆହୁରି ଦୃଢ଼ କରିବା ଲାଗି ପରାମର୍ଶ ଦେଇଥିଲେ। ୨୦୧୯ ରେ ଛୋଟିଆ ଭୁଲ ଲାଗି ବିଜେପିର ଉଭୟ ଯୋଗ୍ୟ ପ୍ରାର୍ଥୀ ବିଧାନସଭା ଓ ସଂସଦ ଯାଇପାରିଲେନାହିଁ ବୋଲି କହିବା ସହ ଦୁଃଖ ପ୍ରକାଶ କରିଥିଲେ।  କିନ୍ତୁ ଚଳିତ ସାଧରଣ ନିର୍ବାଚନରେ ଚିଲିକା ହିଁ ପୁରୀ ଲୋକସଭା ଓ ଓଡ଼ିଶା ବିଧାନସଭାର ପ୍ରବେଶ ପଥ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ ଶ୍ରୀ ରଣସିଂହ।

    ତେବେ ଚିଲିକା ବିଜେପିର ଭବିଷ୍ୟତ କ’ଣ ହେ,ବ ତାହା ଆଗାମୀ ସାଧାରଣ ନିର୍ବାଚନ ହିଁ ଜଣାପଡ଼ିବ।

    ଚିଲିକା ନିର୍ବାଚନ ମଣ୍ଡଳୀ ପୃଥ୍ଵୀରାଜ ହରିଚନ୍ଦନ ବାଣପୁର ବିଜେପି ବିଶାଳ କର୍ମୀ ସମ୍ମିଳନୀ
    Share. Facebook Twitter LinkedIn Email WhatsApp Copy Link

    Related Posts

    ବାଣପୁର: ଦିବଂଗତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଦଗତି ପାଇଁ ସାମୁହିକ ଦୀପ ଦାନ

    July 17, 2025

    ନୟାଗଡ: CSC ଦିବସ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

    July 17, 2025

    ଛାତ୍ରୀ ଆତ୍ମାହୁତି ଘଟଣାକୁ କେନ୍ଦ୍ରକରି ବିରୋଧୀ ଦଳଗୁଡିକ ରାଜନୀତି କରୁଛନ୍ତି: ବିଜେପି

    July 16, 2025

    ବାଣପୁରରେ ଅବକାରୀ ବିଭାଗର ଚଢାଉ: ୬୨୦ ଲିଟର ଦେଶୀମଦ ଓ ୮୧ ଲିଟର ଜିଞ୍ଜର ଜବତ

    July 15, 2025
    Latest News

    ପିଆରଏସଆଇ ଭୁବନେଶ୍ୱର ପକ୍ଷରୁ ବିଶ୍ୱ ଜନ ସମ୍ପର୍କ ଦିବସ ୨୦୨୫ ପାଳିତ

    July 17, 2025

    ଛାତ୍ରୀ ମୃତ୍ୟୁ ଘଟଣାରେ ଦୋଷୀମାନଙ୍କ ଉପରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ: ଭୁବନେଶ୍ଵର ସାଂସଦ ଅପରାଜିତା

    July 17, 2025

    ଭୁବନେଶ୍ୱରରେ ‘‘ଉତ୍ତମ ପ୍ରଶାସନିକ ଅଭ୍ୟାସ’’ ଉପରେ ଜାତୀୟ ସମ୍ମିଳନୀ ଉଦଘାଟିତ

    July 17, 2025

    ଓଡ଼ିଶା ବନ୍ଦକୁ ସଫଳ କରିଥିବାରୁ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲା ସି.ପି.ଆଇ(ଏମ୍ ଏଲ୍)

    July 17, 2025

    ଭାରତ ପାଇଁ ଗୌରବ ଆଣିଲେ ପ୍ରଜ୍ଞାନାନନ୍ଦ: ବିଶ୍ୱ ନମ୍ବର-୧ ଚେସ ଖେଳାଳିଙ୍କୁ ପରାସ୍ତ କରି ରଚିଲେ ଇତିହାସ

    July 17, 2025
    Load More
    The Samikhsya Odia
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2025 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.