Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବିଜେପିର ବିଶାଳ କର୍ମୀ ସମ୍ମିଳନୀ: ଲଢେଇ ଜୋରଦାର ହେବ ବୋଲି କହିଲେ ପୃଥ୍ଵୀରାଜ
ଆଞ୍ଚଳିକ

ବାଣପୁରରେ ବିଜେପିର ବିଶାଳ କର୍ମୀ ସମ୍ମିଳନୀ: ଲଢେଇ ଜୋରଦାର ହେବ ବୋଲି କହିଲେ ପୃଥ୍ଵୀରାଜ

January 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ଚିଲିକା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଦଳର ସେତେ ଚିନ୍ତା ବଢ଼ି ବଢ଼ି ଯାଉଛି। ବିରୋଧୀ ବିଜେପି ଗତଥର ପରାଜୟ ବରଣ କରିଥିବା ବେଳେ ଆଗାମୀ ନିର୍ବାଚନରେ କିପରି ବିଜୟର ସ୍ୱାଦ ଚାଖିବ, ସେଥିଲାଗି ସଂଗଠନ ଜାରି ରଖିଛି। ଗୋଟାଏ ପଟେ ଚିଲିକା ବିଜେଡିରେ ‘ଢୋଲ ଭିତରେ ମୂଷା’ ର ଅଭିଯୋଗ ହେଉଥିବା ବେଳେ ଏପଟେ ବିଜେପି ଏହାର ଫାଇଦା ନେବ ବୋଲି କୁହାଯାଉଛି।

ପଞ୍ଚାୟତ ନିର୍ବାଚନରେ ଦଳ ଉଭୟ ବାଣପୁର ଓ ଚିଲିକା ବ୍ଲକ ଦଖଲ କରିଥିବା ବେଳେ ସାଧାରଣ ନିର୍ବାଚନରେ ବିଜେପି ନେତା ପୃଥ୍ଵୀରାଜ ହରିଚନ୍ଦନ ଚିଲିକା ବିଧାୟକ ହେବା ନେଇ ଆଶା ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବାଣପୁର ବ୍ଲକ ମୋରାମୋରି ପଞ୍ଚାୟତ ବିଜେପିର ବିଶାଳ କର୍ମୀ ସମ୍ମିଳନୀ ସରପଞ୍ଚ ବସନ୍ତ ମାଳିଙ୍କ ସଭାପତିତ୍ୱରେ ଆମ୍ବଝର ଠାରେ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ ବୈଠକରେ ଚିଲିକା ପୂର୍ବତନ ବିଧାୟକ ଡ଼ା ବିଭୁତି ଭୂଷଣ ହରିଚନ୍ଦନ, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ, ପୁରୀ ଲୋକସଭା ବିଜେପି ପ୍ରଭାରୀ ଅମିୟ ଦାସ, ପୁରୀ ଲୋକସଭା ସଂଯୋଜକ ଶଙ୍କର ପରିଡ଼ା, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଆଦି ଯୋଗଦେଇଥିଲେ। ତେବେ ଉକ୍ତ କର୍ମୀ ସମ୍ମିଳନୀରେ ରେକର୍ଡ ସଂଖ୍ୟକ ପୁରୁଷ ଓ ମହିଳା କର୍ମୀମାନେ ଯୋଗଦେଇ ଶାସକ ବିଜେଡି ବିରୋଧରେ ରଣ ହୁଙ୍କାର ଦେଇଥିବା ବିଜେପି ନେତାମାନେ କହିଛନ୍ତି।

ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ କର୍ମୀମାନଙ୍କୁ ଏକମନ ଏକ ପ୍ରାଣ ହୋଇ ଆଗାମୀ ଏକ ବର୍ଷ ପର୍ଯ୍ୟନ୍ତ ଅକ୍ଲାନ୍ତ ପରିଶ୍ରମ ଜାରି ରଖିବା ନେଇ କହିଥିଲେ। ଭ୍ରଷ୍ଟାଚାରୀ ବିଜେଡି ସରକାରକୁ କିପରି ମୁଳୋତ୍ପାଟନ କରାଯିବ ସେ ନେଇ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଥିଲେ।

ଅନୁରୂପ ଭାବେ ଚିଲିକାର ଜନସାଧାରଣ ମାନେ ଯାହାକୁ ବହୁମୂଲ୍ୟ ଭୋଟ ଦେଇ ଗାଦିରେ ବସାଇଥିଲେ ତାଙ୍କ ଲାଗି ଆଜି ସାଧରଣ ନିରୀହ ଭୋଟର ହନ୍ତସନ୍ତ ହେଉଛନ୍ତି। ଚିଲିକାବାସୀ ୨୦୨୪ରେ ସେଇ ଭୁଲ ଆଉ ପୁନଶ୍ଚ କରିବେ ନାହିଁ ବୋଲି ମନସ୍ତ କରିସାରିଥିବା କହିଥିଲେ ହରିଚନ୍ଦନ। ଚିଲିକାରେ ବିଜେଡି ବିରୁଦ୍ଧରେ ଲଢେଇ ଆହୁରି ତୀବ୍ର ହେବ ବୋଲି ଶ୍ରୀ ହରିଚନ୍ଦନ କହିଥିଲେ।

ସେହିପରି ଭାବେ ସରପଞ୍ଚ ବସନ୍ତ ମାଳି ଏଥିନିମନ୍ତେ ପଞ୍ଚାୟତ ବାସୀଙ୍କ ନିକଟରେ ନତମସ୍ତକ ହୋଇ ଉଭୟ ବିଧାୟକ ପ୍ରାର୍ଥୀ ପୃଥ୍ଵୀରାଜ ହରିଚନ୍ଦନ ଏବଂ ସାଂସଦ ପ୍ରାର୍ଥୀ ଡ଼ା ସମ୍ବିତ ପାତ୍ରଙ୍କୁ ଜିତାଇବା ପାଇଁ ଅନୁରୋଧ କରିଥିଲେ।

ସେହିଭଳି ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣସିଂହ କର୍ମୀଙ୍କୁ ମନୋବଳ ଆହୁରି ଦୃଢ଼ କରିବା ଲାଗି ପରାମର୍ଶ ଦେଇଥିଲେ। ୨୦୧୯ ରେ ଛୋଟିଆ ଭୁଲ ଲାଗି ବିଜେପିର ଉଭୟ ଯୋଗ୍ୟ ପ୍ରାର୍ଥୀ ବିଧାନସଭା ଓ ସଂସଦ ଯାଇପାରିଲେନାହିଁ ବୋଲି କହିବା ସହ ଦୁଃଖ ପ୍ରକାଶ କରିଥିଲେ।  କିନ୍ତୁ ଚଳିତ ସାଧରଣ ନିର୍ବାଚନରେ ଚିଲିକା ହିଁ ପୁରୀ ଲୋକସଭା ଓ ଓଡ଼ିଶା ବିଧାନସଭାର ପ୍ରବେଶ ପଥ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ ଶ୍ରୀ ରଣସିଂହ।

ତେବେ ଚିଲିକା ବିଜେପିର ଭବିଷ୍ୟତ କ’ଣ ହେ,ବ ତାହା ଆଗାମୀ ସାଧାରଣ ନିର୍ବାଚନ ହିଁ ଜଣାପଡ଼ିବ।

ଚିଲିକା ନିର୍ବାଚନ ମଣ୍ଡଳୀ ପୃଥ୍ଵୀରାଜ ହରିଚନ୍ଦନ ବାଣପୁର ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ

October 18, 2025

ବାଣପୁର: ସ୍ଵର୍ଗତ କାଗଜୀ ପାଇକରାୟଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

October 17, 2025

ବାଲୁଗାଁ ମହାବିଦ୍ୟାଳୟରେ ପୋଷଣ ସଚେତନତା କାର୍ଯ୍ୟକ୍ରମ

October 17, 2025

ସୁରଭି ହେଉଛି ଆନ୍ତର୍ନିହିତ ଗୁଣାବଳୀ ଉନ୍ମୋଚନର ସେତୁ

October 17, 2025
Latest News

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025

ବାଣ ଫୁଟାଇବାର ଜୋରଦାର ଶବ୍ଦ ହୃଦଘାତର କାରଣ ହୋଇପାରେ?: ଏଭଳି ନିଅନ୍ତୁ ଯତ୍ନ

October 20, 2025

ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍‌ଟ୍ୟାଗ ବାର୍ଷିକ ପାସ୍

October 20, 2025

ଅଧର୍ମ, କୁଧର୍ମ ଓ ପରଧର୍ମ ମଧ୍ୟରେ କ’ଣ ରହିଛି ପାର୍ଥକ୍ୟ? ଏହି ପୌରାଣିକ କଥାରୁ ବୁଝନ୍ତୁ ବିବିଧତା

October 20, 2025

ତୃତୀୟ ନନ୍ଦ କିଶୋର ପଟ୍ଟନାୟକ ସ୍ମାରକୀ ଅଲ୍ ଓଡିଶା ମହିଳା ଫୁଟବଲ ପ୍ରତିଯୋଗିତା

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.