Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଜ୍ୟ ମହିଳା ଓ ଶିଶୁ ବିକାଶ ସଚିବଙ୍କ ବାଣପୁର ଓ ଚିଲିକା ବ୍ଲକ ଗସ୍ତ
ଆଞ୍ଚଳିକ

ରାଜ୍ୟ ମହିଳା ଓ ଶିଶୁ ବିକାଶ ସଚିବଙ୍କ ବାଣପୁର ଓ ଚିଲିକା ବ୍ଲକ ଗସ୍ତ

January 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ପୂର୍ବାହ୍ନରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ସଚିବ ତଥା ଖୋର୍ଦ୍ଧା ଜିଲ୍ଲା ନୋଡାଲ ଅଧିକାରିଣୀ ଶୁଭା ଶର୍ମା (ଆଇଏଏସ) ବାଣପୁର ଓ ଚିଲିକା ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ କରିଥିଲେ। ସଚିବଙ୍କ ସହ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ବାଣପୁର ବିଡ଼ିଓ ବୁଲବୁଲ ବେହେରା, ଚିଲିକା ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ଚିଲିକା ସିଡ଼ିପିଓ ଅନୁସୂୟା ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଓ ମତ୍ସ୍ୟ ବିଭାଗ ଉପ ନିର୍ଦ୍ଦେଶକ ଆଦି ଉପସ୍ଥିତ ଥିଲେ।

ସଚିବ ପ୍ରଥମେ ବାଣପୁର ଅନ୍ତର୍ଗତ ବ୍ଲକ ନାଚୁଣି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ପଞ୍ଚାୟତରେ ହୋଇଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଥିଲେ ଏବଂ ଏହାପରେ ତୋରସିଂ ଗ୍ରାମ ପଞ୍ଚାୟତର ମହାରଥା ହାଚେରୀ (ମତ୍ସ୍ୟ ପାଳନ କେନ୍ଦ୍ର ) କୁ ଯାଇ କିପରି ମାଛ ଉତ୍ପାଦନ ହେଉଛି ଏବଂ ଏହାଦ୍ୱାରା କିପରି ମହିଳା ମାନେ ସ୍ୱାବଲମ୍ବି ହେଇପାରୁଛନ୍ତି ତାହା ତଦାରଖ କରିଥିଲେ।

ଏହାପରେ ଶ୍ରୀମତୀ ଶର୍ମା ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ୫ଟି ବିଦ୍ୟାଳୟକୁ ଯାଇଥିଲେ ଏବଂ ସେଠାରେ ଉପଲବ୍ଧ ଥିବା ବିଭିନ୍ନ ଆଧୁନିକ ବ୍ୟବସ୍ଥା ପରଖିବା ସହ ମଧ୍ୟାହ୍ନ ଭୋଜନର ମାନ ପରଖିଥିଲେ।

ପରିଶେଷରେ ନୂଆଗଡ଼ ସ୍ଥିତ ଏକ ବାୟୋଫ୍ଲକ ପରିଦର୍ଶନ କରି ଟାଙ୍ଗୀ ବ୍ଲକ ଅଭିମୁଖେ ଗସ୍ତ କରିଥିଲେ ଶ୍ରୀମତୀ ଶର୍ମା।

ସୂଚନା ଥାଉକି ବାଣପୁର ବ୍ଲକରେ ଦୀର୍ଘ ମାସ ହେଲା ସିଡ଼ିପିଓ ପଦବୀ ଖାଲି ପଡ଼ିଥିବା ହେତୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ମନ୍ଥର ଗତିରେ ହେଉଥିବାର ଅଭିଯୋଗ ହେଉଛି। ବିଡ଼ିଓ ଅସ୍ଥାୟୀ ସିଡ଼ିପିଓ ଦାଇତ୍ୱରେ ଥିବା ବେଳେ ମୂଳ ଦାଇତ୍ୱ କାର୍ଯ୍ୟାଭାର ବୃଦ୍ଧି ଲାଗି ବହୁ ଉନ୍ନୟନ ମୂଳକ କାର୍ଯ୍ୟ ବିଳମ୍ବରେ ହେଉଥିବାର ଅଭିଯୋଗ ହେଉଛି।

ଖୋର୍ଦ୍ଧା ଜିଲ୍ଲାପାଳ ଏ ଦିଗରେ ଦୃଷ୍ଟି ଦେଇ ଯଥାଶୀଘ୍ର ବାଣପୁର ବ୍ଲକରେ ନୂତନ ସିଡ଼ିପିଓଙ୍କୁ ନିଯୁକ୍ତି ଦିଅନ୍ତୁ ବୋଲି ସାଧାରଣରେ ଦାବି ହେଉଛି।

ଚିଲିକା ବ୍ଲକ ବାଣପୁର ଶୁଭା ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.