Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବିଭିନ୍ନ ବିଦ୍ୟାଳୟରେ ସରସ୍ବତୀ ପୂଜା ପାଳିତ
ଆଞ୍ଚଳିକ

ରଣପୁର: ବିଭିନ୍ନ ବିଦ୍ୟାଳୟରେ ସରସ୍ବତୀ ପୂଜା ପାଳିତ

January 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: କୋଭିଡ କଟକଣା ଲାଗି ଗତବର୍ଷ ପୂଜା ଧୁମ୍‌ଧାମ୍‌ରେ ପାଳନ ହୋଇନଥିଲା। ହେଲେ ଏଥର ସେ କଟକଣା ନାହିଁ। ଗୋଟିଏ ଦିନରେ ସାଧାରଣତନ୍ତ୍ର ଦିବସ ଓ ସରସ୍ୱତୀ ପୂଜା ପଡ଼ୁଥିବାରୁ ପିଲାଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିବ। ସ୍କୁଲ, କଲେଜରେ ସରସ୍ୱତୀ ପୂଜା ଖୁବ ଧୁମଧାମରେ ପାଳିତ ହୋଇ ଯାଇଛି।

ଏହି ଅବସରରେ ନୟାଗଡ ଜିଲ୍ଲା ରଣପୁର ବ୍ଲକର ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ, ପାମ୍ପଡ଼ା ପ୍ରାଥମିକ ବିଦ୍ୟାଳୟ, ନୀଳକଣ୍ଠ ଦେବ ପ୍ରାଥମିକ ବିଦ୍ୟାଳୟ, ସାନଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ, ବିଲଗାଡ଼ିଆ ପ୍ରାଥମିକ ବିଦ୍ୟାଳୟ, ମନ୍ଦାକିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନରେନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟ, ରଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, କଳିଙ୍ଗ ଲୋଟସ ପ୍ରାଥମିକ ବିଦ୍ୟାଳୟ, ଚାରିଅଟ ପବ୍ଲିକ ସ୍କୁଲ ସହ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ପୂଜା ଧୂମାଧାମ ସହ ପାଳିତ ହୋଇ ଯାଇଛି।

ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଓଡ଼ିଶାର ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନର ସହ ପାଳନ କରାଯାଏ ସରସ୍ୱତୀ ପୂଜା। ଶ୍ରୀପଞ୍ଚମୀ ବା ବସନ୍ତ ପଞ୍ଚମୀ ନାମରେ ଏହା ପ୍ରସିଦ୍ଧ। ଏହି ଦିନ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା-ପୁସ୍ତକଧାରିଣୀ ଦେବୀ ସରସ୍ୱତୀ ଧରାବତରଣ କରନ୍ତି। ଘରେ ଘରେ ବିଜେକରି ମା’ ଅଭୟ ବର ପ୍ରଦାନ କରନ୍ତି। ଏ ଅବସରରେ ଶିକ୍ଷାନୁଷ୍ଠାନମାନଙ୍କରେ ବେଶ ଧୂମ୍‌ଧାମରେ ମା’ଙ୍କ ପୂଜା କରାଯାଏ। ମା’ ଶୁକ୍ଳବସ୍ତ୍ର ପରିଧାନପୂର୍ବକ କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ, ଗଳାରେ ଗଜମୋତି ଓ ମୁକ୍ତାହାରରେ ସୁସଜ୍ଜିତ ହୋଇ ଶ୍ୱେତପଦ୍ମରେ ବିରାଜମାନ କରିଥାନ୍ତି।

କୋଭିଡ କଟକଣା ରଣପୁର ସରସ୍ବତୀ ପୂଜା ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Latest News

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026

ଆସନ୍ତା ୩ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା 

April 1, 2026

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.