Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ଅସୁରକୁମାରୀ ଯଜ୍ଞ ଆରମ୍ଭ, କଳସ ଯାତ୍ରାରେ ସାମିଲ ହେଲେ ୬୦ ରୁ ଊର୍ଦ୍ଧ୍ଵ ଭକ୍ତ
ଆଞ୍ଚଳିକ

ରଣପୁର: ଅସୁରକୁମାରୀ ଯଜ୍ଞ ଆରମ୍ଭ, କଳସ ଯାତ୍ରାରେ ସାମିଲ ହେଲେ ୬୦ ରୁ ଊର୍ଦ୍ଧ୍ଵ ଭକ୍ତ

January 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟ ସ୍ଥିତ ମା’ ଅସୁରକୁମାରୀ ଦେବୀଙ୍କ ପୀଠରେ ଚଳିତ ମାସ ୨୬ ତାରିଖ ଶୁକ୍ଳ ପକ୍ଷ ପଞ୍ଚମୀ ଠାରୁ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଅନୁଷ୍ଠିତ ହୋଇ ଯାଇଛି। ଏହି ମହାଯଜ୍ଞ ଚଳିତ ମାସ ଶୁକ୍ଳ ପକ୍ଷ ନବମୀ ପର୍ଯ୍ୟନ୍ତ ଅର୍ଥାତ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ।

ମା ଅସୁରକୁମାରୀ ଚାରିଟେବଲୁ ଟ୍ରଷ୍ଟ ପକ୍ଷରୁ ମିଳିଥିବା କାର୍ଯ୍ୟସୂଚୀ ଅନୁଯାୟୀ ଚଳିତ ମାସ ୨୬ ତାରିଖରେ ଅଙ୍କୁରାପୋଣ, ୨୮ ତାରିଖରେ ଦେବୀ ବରଣ, କଳସ ଯାତ୍ରା, ସୂର୍ଯ୍ୟପୂଜା, ଯଜ୍ଞ ଆରମ୍ଭ, ଭାଗବତ, ସଂକୀର୍ତ୍ତନ, ଠାକୁରାଣୀ ସ୍ନାନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।

ସେହିପରି ୨୯ ତାରିଖରେ ସୂର୍ଯ୍ୟ ପୂଜା, ଅଖଣ୍ଡ ଯଜ୍ଞ ସହିତ ପ୍ରସାଦ ସେବନ ଓ ମନୋରଞ୍ଜନ କାର୍ଯ୍ୟକ୍ରମର କାର୍ଯ୍ୟସୂଚୀ ରହିଛି। ଆସନ୍ତା ୩୦ ତାରିଖରେ ପୂର୍ଣ୍ଣାହୁତିର କାର୍ଯ୍ୟସୂଚୀ ରହିଥିବା ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆ ଯାଇଛି। କଳସ ଯାତ୍ରାରେ ୬୦ ରୁ ଉର୍ଦ୍ଧ ଭକ୍ତ ସାମିଲ ହୋଇଥିଲେ। ଗୋପୀନାଥ ଦାଶ ଏଥିରେ ଆଚାର୍ଯ୍ୟ ଭାବେ କାର୍ଯ୍ୟ ଭାର ତୁଲାଉ ଥିବା ଜଣା ପଡିଛି।

ସୂଚନା ଥାଉ କି ମା ଅସୁର କୁମାରୀ ପୀଠ ଏକ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ଅଟେ। ଏଠାକୁ ବର୍ଷ ସାରା ପ୍ରତିଦିନ ଶହ ଶହ ପର୍ଯ୍ୟଟକଙ୍କ ଭିଡ଼ ଲାଗି ରହିଥାଏ। ଏହି ପୀଠ ବଣ ଝରଣା ସହ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଅଟେ। ଏହି ପୀଠରେ ବିବାହ ବ୍ରତ ଘର ମଧ୍ୟ କରାଯାଇଥାଏ। ଏହି ପୀଠକୁ ଓଡିଶା ବିଭିନ୍ନ ଜାଗାରୁ ଲୋକମାନେ ବଣ ଭୋଜି କରିବାକୁ ଆସିଥାନ୍ତି।

କଳସ ଯାତ୍ରା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026
Latest News

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍କଟ ନିରାକରଣ ଅଭିଯାନ

February 5, 2026

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.