Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର: ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

February 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ବାଣପୁର ପଂଚାୟତ ସମିତି ଆନୁକୂଲ୍ୟରେ ଶୁକ୍ରବାର ଦିନ ବ୍ଲକ ପରିସରରେ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଏକ ଭିମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।

ଜଣାଯାଇଛି ଯେ, ଆଗରୁ ହିତାଧିକାରୀ ମାନେ ପାଇଥିବା ହାତଲେଖା ଭିନ୍ନକ୍ଷମ ସାର୍ଟିଫିକେଟ ସରକାରଙ୍କ ନିର୍ଦ୍ଦେଶ ମୁତାବକ ମାର୍ଚ୍ଚ ୩୧ ତାରିଖ ପରେ ଆଉ ପୁନର୍ବାର କାର୍ଯ୍ୟକ୍ଷମ ହେବନାହିଁ। ପୁଣି ପୂର୍ବରୁ ପାଇଥିବା ସାର୍ଟିଫିକେଟ ଧାରୀ ମାନଙ୍କ ମଧ୍ୟରୁ ବହୁ ହିତାଧିକାରୀ ମାନଙ୍କର ବର୍ତ୍ତମାନ ଭିନ୍ନକ୍ଷମରୁ ସୁସ୍ଥ ହୋଇଯାଇଥିବାରୁ ସେମାନଙ୍କୁ ଚି଼ହ୍ନଟ କରିବା ହେଉଛି ଆଜିର ଶିବିରର ଲକ୍ଷ୍ୟ। ତେଣୁ ଭିନ୍ନକ୍ଷମ ଭତ୍ତା ପାଉଥିବା ହିତାଧିକାରୀମାନେ ପୁନର୍ବାର ରେଜିଷ୍ଟ୍ରେସନ କରି କମ୍ପୁଟର ସାର୍ଟିଫିକେଟ ହାସଲ କରିବା ନିତାନ୍ତ ଆବଶ୍ୟକ ବୋଲି ଗୋଷ୍ଠୀ ସାମାଜିକ ଅଧିକାରିଣୀ ଗିରିବାଳା ନାୟକ କହିଛନ୍ତି।  ହିତାଧିକାରୀ ମାନେ ଉକ୍ତ ଶିବିର ମାଧ୍ୟମରେ ସାର୍ଟିଫିକେଟ ହାସଲ କଲେ ସେମାନେ ସେମାନଙ୍କର ସରକାରୀ ସୁବିଧା ଚାଲୁ ରହିବ ବୋଲି ଶ୍ରୀମତୀ ନାୟକ ଜଣାଇଛନ୍ତି।

ତେବେ ଭିନ୍ନକ୍ଷମ ମାନେ ଆଗକୁ କିପରି ସରକାରୀ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବିଭାଗ ତରଫରୁ ଦିଆଯାଉଥିବା ସୁବିଧା ସୁଯୋଗର ଲାଭ ପାଇପାରିବେ ଏବଂ ନିଜକୁ କିପରି ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିପାରିବେ ସେହି ଲକ୍ଷ ନେଇ ଶିବିର ଅନୁଷ୍ଠିତ ହେଉଅଛି। ବାଣପୁର ବ୍ଲକ ର ସମସ୍ତ ୧୭ଗୋଟି ପଂଚାୟତ ଏବଂ ବାଣପୁର ଏନଏସିର ହିତାଧିକାରୀଙ୍କୁ ନେଇ ଉକ୍ତ ଶିବିର ଅନୁଷ୍ଠିତ ହୋଇଥିବା ଜଣାଯାଇଛି।

ବ୍ଲକ ଅଧକ୍ଷ ଅମରେନ୍ଦ୍ର ରଣସିଂହ ଏବଂ ବାଣପୁର ଏନଏସି ଅଧକ୍ଷ ମିଟୁ ନାୟକ ଓ ପ୍ରତ୍ୟେକ ପଞ୍ଚାୟତର ସରପଞ୍ଚ ମାନେ ଶିବିରକୁ ଆସୁ ଥିବା ହିତାଧିକାରୀ ମାନଙ୍କୁ ସହଯୋଗ କରୁଥିବା ଦେଖାଯାଇଥିଲା। ବିଭିନ୍ନ ବର୍ଗର ହିତାଧିକାରୀ ମାନଙ୍କ ପାଇଁ ଯଥା ଅସ୍ତିଶଲ୍ୟ, ମାନସିକ ଅନଗ୍ରସର, ଶ୍ରବଣ ବାଧିତ, ଦୃଷ୍ଟି ବାଧିତ ହିତାଧିକାରୀ ମାନଙ୍କ ନିମନ୍ତେ ଖୋର୍ଧାରୁ ଆସିଥିବା ଡାକ୍ତର ଭିନ୍ନ ଭିନ୍ନ ପ୍ରକୋଷ୍ଠରେ ପରୀକ୍ଷଣ କରିଥିଲେ।

ଯାହାଫଳରେ ବ୍ଲକ ପରିସରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା। ସମୁଦାୟ ୪୧୬ ଜଣ ହିତାଧିକାରୀ ପଞ୍ଜିକରଣ କରିଥିବା ବେଳେ ସମସ୍ତ ହିତାଧିକାରୀ ମାନଙ୍କ ପାଇଁ ବ୍ଲକ ପ୍ରଶାସନ ତରଫରୁ ଭୋଜନ କରିବାର ବ୍ୟବସ୍ଥା କରାଯାଇଥିଲା। ଏ ସମସ୍ତ କାର୍ଯ୍ୟକୁ ବିଡ଼ିଓ ବୁଲବୁଲ ବେହେରାଙ୍କ ନିର୍ଦ୍ଦେଶକ୍ରମେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକରିଣୀ ଗିରିବଳା ନାୟକ ଓ ସଂଯୋଜକ ଅମୂଲ୍ୟ କୁମାର ସୁବୁଦ୍ଧି ତଦାରଖ କରିଥିଲେ।

ବାଣପୁର ଭୀମଭୋଇ
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ମା’ ଭଗବତୀଙ୍କ ପୀଠରେ ପ୍ରସିଦ୍ଧ ଭେଟ ଯାତ୍ରା: ଏହି ଦିନ ଦୁଇ ଭଉଣୀଙ୍କ ହେବ ଅପୂର୍ବ ମିଳନ ଉତ୍ସବ

October 9, 2026
Latest News

“ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନେତୃତ୍ଵରେ ଏକଛତ୍ରବାଦ ଚାଲିଛି”: ପ୍ରିୟଙ୍କା ଗାନ୍ଧୀ

October 10, 2026

କଲେଜ ନିର୍ବାଚନୀ ହିଂସା: ଅଣଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼

October 10, 2026

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.