Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ହସପିଟାଲ ଫର୍ମାସିଷ୍ଟଙ୍କୁ ଆକ୍ରମଣ କରିବା ପଡ଼ିଲା ମହାଙ୍ଗା, ଦୁଇ ଗିରଫ
ଆଞ୍ଚଳିକ

ବାଣପୁର ହସପିଟାଲ ଫର୍ମାସିଷ୍ଟଙ୍କୁ ଆକ୍ରମଣ କରିବା ପଡ଼ିଲା ମହାଙ୍ଗା, ଦୁଇ ଗିରଫ

February 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ହସପିଟାଲ ଫର୍ମାସିଷ୍ଟଙ୍କୁ ଆକ୍ରମଣ କରିବା ପଡ଼ିଲା ମହାଙ୍ଗା, ଦୁଇ ଗିରଫ

ସୀତାରାମ ଅଗ୍ରୱାଲ

ବାଣପୁର: ବାଣପୁର ହସପିଟାଲ ଫର୍ମାସିଷ୍ଟ ଙ୍କୁ ଆକ୍ରମଣ କରିବା ପଡ଼ିଲା ମହାଙ୍ଗା। ବନ୍ଧା ହେଲେ ଦୁଇ ଯୁବକ। ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ। ପୋଲିସ ସୂଚନା ମୁତାବକ ଗତକାଲି ରାତିରେ ଆୟୁଷ୍ମାନ ବେହେରା ଓ ସିଦ୍ଧାନ୍ତ ପରିଡ଼ା ନାମକ ଦୁଇ ଯୁବକ ପ୍ରଚୁର ମଦ୍ୟପାନ କରି ନିଶାସକ୍ତ ଅବସ୍ଥାରେ ବାଣପୁର ମେଡିକାଲ କୁ ଚିକିତ୍ସା ନିମନ୍ତେ ଯାଇଥିଲେ।

ତେବେ ସେଠାରେ କାର୍ଯ୍ୟରତ ଡାକ୍ତର ଏବଂ ଫାର୍ମାସିଷ୍ଟ ଙ୍କୁ ଦୁର୍ବ୍ୟବହାର ଦେଖାଇବା ସହ ଗାଳିଗୁଲଜ କରିଥିଲେ, ଏପରିକି ପରବର୍ତ୍ତୀ ସମୟରେ ଫର୍ମାସିଷ୍ଟ ପ୍ରମୋଦ ଦେହୁରୀ ଙ୍କୁ ମରଣାନ୍ତକ ଆକ୍ରମଣ ମଧ୍ୟ କରିଥିଲେ। ଫଳରେ ଶ୍ରୀ ଦେହୁରୀ ଆହତ ହୋଇ ମେଡିକାଲ ଅଧିକାରୀ ଙ୍କ ପରାମର୍ଶ କ୍ରମେ ବାଣପୁର ଥାନାରେ ଏତଲା ଦେଇଥିଲେ।

ଏହାକୁ ଆଇଆଇସି ଜୟପ୍ରକାଶ ପରିଡ଼ା ଗୁରୁତର ସହ ନେଇ ସଙ୍ଗେସଙ୍ଗେ ଫୋର୍ସ ନେଇ ବାଣପୁର ମେଡିକାଲ ରେ ପହଞ୍ଚି ଯୁବକ ଦ୍ବୟ ଙ୍କୁ ଗିରଫ କରିଥିଲେ l ଉଭୟଙ୍କ ବିରୁଦ୍ଧରେ କେସ ନମ୍ବର 62/23 ରେ ମାମଲା ରୁଜୁ କରାଯାଇଥିବା ବେଳେ ଆଇପିସିର ଧାରା 294,307,323,332,341,353,506 ଏବଂ 34 ଆଦି ଲାଗିଥିବାର ଜଣାପଡିଛି।

ତେବେ ଆଜି ଉଭୟ ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରାଯିବ। ସୂଚନା ଥାଉକି ବାଣପୁର ମେଡିକାଲ ପରିସରରେ ବହୁ ଥର ଏପରି ଆକ୍ରମଣ ଘଟଣା ଘଟୁଥିଲେ ମଧ୍ୟ ମେଡିକାଲ ପକ୍ଷରୁ ଦୟା ମନୋଭାବ ଦେଖାଇ ଏତଲା ଦିଆଯାଉନଥିଲା। ତେବେ ଉକ୍ତ କାର୍ଯ୍ୟ ସମାଜରେ କେବେବି ଗ୍ରହଣୀୟ ନୁହେଁ ଏବଂ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇଆଇସି ଶ୍ରୀ ପରିଡ଼ା କହିଛନ୍ତି। ଆଇଆଇସି ଙ୍କ ଏହି ପଦକ୍ଷେପକୁ ବୁଦ୍ଧିଜୀବୀ ମାନେ ପ୍ରଶଂସା କରିଛନ୍ତି।

ବାଣପୁର ବାଣପୁର ମେଡିକାଲ
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.