Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ଶୁଭାରମ୍ଭ: ଦଶ ମାସ ପରେ ଅମରେନ୍ଦ୍ରଙ୍କ କାର୍ଯ୍ୟଗୃହ ପ୍ରବେଶ
ଆଞ୍ଚଳିକ

ବାଣପୁର ବ୍ଲକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ଶୁଭାରମ୍ଭ: ଦଶ ମାସ ପରେ ଅମରେନ୍ଦ୍ରଙ୍କ କାର୍ଯ୍ୟଗୃହ ପ୍ରବେଶ

February 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଏବଂ ଉପାଧ୍ୟକ୍ଷା ରୀନା ଦେଇ ଆଜି ପୂଜାର୍ଚ୍ଚନା କରି ଅନୁଷ୍ଠାନିକ ଭାବେ ନିଜ ନିଜ କାର୍ଯ୍ୟାଳୟରେ ପ୍ରବେଶ କରିଛନ୍ତି।  ଏହି ପରିପ୍ରେକ୍ଷୀରେ ବାଣପୁର ବ୍ଲକ ପରିସରରେ ଏକ ଗୃହ ପ୍ରବେଶ ଉତ୍ସବର ଆୟୋଜନ କରାଯାଇଥିଲା। ଉତ୍ସବରେ ଅତିଥି ଭାବେ ପୂର୍ବତନ ଚିଲିକା ବିଧାୟକ ଡ଼ା ବିଭୁତି ଭୂଷଣ ହରିଚନ୍ଦନ ଏବଂ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ ଯୋଗ ଦେଇଥିଲେ।

ସେହିପରି ଭାବେ ଚିଲିକା ନିର୍ବାଚନମଣ୍ଡଳି ଅନ୍ତର୍ଗତ ଦୁଇ ବ୍ଲକ ଓ ଦୁଇ ଏନଏସି ର ସମସ୍ତ ଭାଜପା ସମର୍ଥିତ ଏବଂ ଭାଜପା ଟିକେଟରେ ନିର୍ବାଚିତ ଜନପ୍ରତିନିଧି ଏବଂ ନିର୍ବାଚନ ଲଢ଼ିଥିବା ପ୍ରାର୍ଥୀଙ୍କ ସମେତ ଶତାଧିକ ସମର୍ଥକମାନେ ଉକ୍ତ ଉତ୍ସବରେ ଯୋଗଦେଇଥିଲେ।  ପୂର୍ବାହ୍ନରେ ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷାଙ୍କ ନୂତନ କାର୍ଯ୍ୟାଳୟ ପ୍ରକୋଷ୍ଠରେ ପୂଜକଙ୍କ ଦ୍ୱାରା ହୋମ ଯଜ୍ଞ କରାଯିବା ସହ ବିଭିନ୍ନ ପୂଜାର୍ଚ୍ଚନା କରାଯାଇଥିଲା।

ଏହି ପରିପ୍ରେକ୍ଷୀରେ ଅଧ୍ୟକ୍ଷ ଶ୍ରୀ ରଣସିଂହଙ୍କୁ ଶତାଧିକ ଶୁଭେଚ୍ଛୁ ଓ ସମର୍ଥକ ମାନେ ଭେଟି ପୁଷ୍ପଗୁଚ୍ଛ ଦେଇ ଶୁଭକାମନା ଜଣାଇଥିଲେ। ବରିଷ୍ଠ ଭାଜପା ସଂଗଠକ ଜିତେନ୍ଦ୍ର ଭୋଳ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ସୂଚନା ଥାଉକି ନବୀକରଣ କାର୍ଯ୍ୟ ଜାରି ରହିଥିବାରୁ ବାଣପୁର ବ୍ଲକ ନୂତନ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷା ନିଜ ନିଜ କାର୍ଯ୍ୟଗୃହକୁ ପ୍ରବେଶ କରିପାରିନଥିଲେ ଏବଂ ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ।

ଅମରେନ୍ଦ୍ର ରଣସିଂହ ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.