Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁରେ ଅପମିଶ୍ରିତ ଖାଦ୍ୟକୁ ନେଇ ବଢୁଛି ଜନଅସନ୍ତୋଷ: ନିଦ୍ରାରେ ଖାଦ୍ୟ ଓ ସୁରକ୍ଷା ବିଭାଗ
ଆଞ୍ଚଳିକ

ବାଣପୁର-ବାଲୁଗାଁରେ ଅପମିଶ୍ରିତ ଖାଦ୍ୟକୁ ନେଇ ବଢୁଛି ଜନଅସନ୍ତୋଷ: ନିଦ୍ରାରେ ଖାଦ୍ୟ ଓ ସୁରକ୍ଷା ବିଭାଗ

February 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ଅଞ୍ଚଳର ବିଭିନ୍ନ ହୋଟେଲ, ଫାଷ୍ଟଫୁଡ଼ ଏବଂ ମିଠା ଦୋକାନରେ ଅପମିଶ୍ରିତ ତଥା ନିମ୍ନମାନର ଖାଦ୍ୟ ବିକ୍ରି ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲେ ସୁଦ୍ଧା ଖାଦ୍ୟ ଓ ସୁରକ୍ଷା ବିଭାଗ ପକ୍ଷରୁ ସମୟାନୁଯାଇ ଏବଂ ନିୟମିତ ଚଢ଼ାଉ ନକରାଯିବା ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କାଁ ଭାଁ ଖାଦ୍ୟ ଓ ସୁରକ୍ଷା ବିଭାଗ ପକ୍ଷରୁ କରାଯାଉଥିବା ଚଢ଼ାଉ ଲୋକ ଦେଖାଣିଆ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।

ବିଭାଗୀୟ କର୍ମଚାରୀମାନେ କେଉଁ ଛଅ ମାସରେ ଥରେ କେବଳ ଦିବା ସମୟରେ ଚଢ଼ାଉ କରି କିଛି ହୋଟେଲ ଏବଂ ମିଠା ଦୋକାନ ମାନଙ୍କଠାରୁ ସ୍ୱଳ୍ପ ଫାଇନ କାଟି ଫେରିଯାଉଥିବା ବେଳେ ସନ୍ଧ୍ୟାକାଳୀନ ଚଢ଼ାଉ ଆଦୌ କରାଯାଉନାହିଁ। ଯାହାଫଳରେ ବାଲୁଗାଁ- ବାଣପୁର ଅଞ୍ଚଳରେ ସନ୍ଧ୍ୟା ସମୟରେ ଛତୁ ଫୁଟିଲା ପରି ଏକାଧିକ ଫାଷ୍ଟଫୁଡ଼ ଏବଂ ଷ୍ଟ୍ରିଟ ଫୁଡ ଅସ୍ଥାୟୀ ସେଣ୍ଟରମାନ ଖୋଲାଯାଉଛି, ଯାହାକି ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ବେପାର ଜାରି ରହୁଛି। ଏପରିକି ବିଭିନ୍ନ ଫାଷ୍ଟଫୁଡ ସେଣ୍ଟରରେ ବେଆଇନ ଭାବେ ମଦ ମଧ୍ୟ ବିକ୍ରି ହେଉଥିବାର ଅଭିଯୋଗ ହେଉଛି।

ତେବେ ସେଠାରେ ଖାଦ୍ୟର ମାନ ତଦନ୍ତ କରିବା ନିତାନ୍ତ ଜରୁରୀ ହୋଇପଡିଥିବା ବେଳେ ଖାଦ୍ୟ ଓ ସୁରକ୍ଷା ପକ୍ଷରୁ ଲୋକ ଦେଖାଣିଆ ଅଦିନିଆ ଯାଞ୍ଚ ଧର୍ମକୁ ଆଖିଠାର ସଦୃଶ।  ଏନେଇ ଅନେକ ଥର ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରିତ କରାଯାଉଥିଲେ ମଧ୍ୟ ସେସବୁକୁ ସଂପୃକ୍ତ ଖାଦ୍ୟ ଦୋକାନ ମାଲିକମାନେ ଅଣଦେଖା କରି ଚାଲିଛନ୍ତି। ଏପରିକି ଖାଦ୍ୟ ଓ ସୁରକ୍ଷା ବିଭାଗ ମଧ୍ୟ ଏସବୁକୁ ଅଣଦେଖା କରୁଥିବାର ଅନୁମେୟ ହେଉଛି।

ବିଭାଗ ର କୋହଳ ମନୋଭାବ ଲାଗି ଦୋକାନ ମାଲିକମାନେ ବେଖାତିର କରି ମନଇଚ୍ଛା ଅପମିଶ୍ରିତ ଖାଦ୍ୟ ଦେଉଛନ୍ତି ଏପରିକି ଗ୍ରାହକ ଅଭିଯୋଗ କଲେ ମଧ୍ୟ ଏହାକୁ ନଜର ଅନ୍ଦାଜ କରାଯାଉଛି। ତେବେ ଏହାର ସମାଧାନ ପାଇଁ କିଛି ମାସ ତଳେ ସରକାରଙ୍କ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଜଣ ଖାଦ୍ୟ ଓ ସୁରକ୍ଷା ଅଧିକାରୀ ନିଯୁକ୍ତି ପାଇଥିବା ବେଳେ କେବଳ ବାଣପୁର ବାଲୁଗାଁ ଓ ଟାଙ୍ଗୀ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ଖାଦ୍ୟ ଓ ସୁରକ୍ଷା ଅଧିକାରୀ ନିଯୁକ୍ତି ପାଇଛନ୍ତି। କିନ୍ତୁ ପରିତାପର ବିଷୟ ସମ୍ପୃକ୍ତ ଅଧିକାରୀ ବାଣପୁର-ବାଲୁଗାଁ ଅଞ୍ଚଳରେ ନିୟମିତ ଏବଂ ରାତ୍ରିକାଳିନ ଚଢ଼ାଉ କରୁନାହାନ୍ତି ଏବଂ ଏହା ପଛରେ କି ରହସ୍ୟ ଅଛି ତାହା ବାରି ହେଉନାହିଁ।

ତେବେ ଖୋର୍ଦ୍ଧା ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ଏ ଦିଗରେ ଦୃଷ୍ଟିଦେବେ ଏବଂ ବାଲୁଗାଁ-ବାଣପୁର ଅଞ୍ଚଳରେ ନିୟମିତ ବ୍ୟବଧାନ ସହ ସନ୍ଧ୍ୟାକାଳୀନ ଚଢ଼ାଉ ଜୋରଦାର କରାଯିବ ବୋଲି ଅଞ୍ଚଳବାସୀ ଆଶାବାଦୀ ଅଛନ୍ତି।

ଖାଦ୍ୟ ଓ ସୁରକ୍ଷା ବିଭାଗ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.