Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୀମଭୋଇ ସରକାରୀ ଦୃଷ୍ଟିହୀନ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ
ଆଞ୍ଚଳିକ

ଭୀମଭୋଇ ସରକାରୀ ଦୃଷ୍ଟିହୀନ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ

February 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୀମଭୋଇ ସରକାରୀ ଦୃଷ୍ଟିହୀନ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ

ଭୁବନେଶ୍ୱର: ଆଜି ଭୀମଭୋଇ ସରକାରୀ ଦୃଷ୍ଟିହୀନ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ପୁରସ୍କାର ବିଦରଣ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ସନ୍ଥ କବି ଭୀମଭୋଇଙ୍କର କାଳଜୟୀ କବିତାରୁ ପଦେ ଉଦ୍ଦୃତ କରି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଏଥି ସହିତ ଜୀବନରେ ସଫଳତା ପାଇବା ପାଇଁ ଦୃଢ଼ ଆତ୍ମବିଶ୍ୱାସ ପୋଷଣ କରିବାକୁ ମଧ୍ୟ ବକ୍ତବ୍ୟରେ ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଥିଲେ । ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଓଡ଼ିଶାରେ ସଫଳତା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କ ଉଦାହରଣ ଦେଇ ପିଲାମାନଙ୍କୁ ଆଗକୁ ସଫଳତା ଅର୍ଜନ କରିବାକୁ ପ୍ରେରଣା ଦେଇଥିଲେ ତଥା ନିଜକୁ ସର୍ବଦା ସକ୍ଷମ ମଣିବାକୁ ଉତ୍ସାହ ପ୍ରଦାନ କରିଥିଲେ ।

ସ୍ଥାନୀୟ କର୍ପୋରେଟର ଶ୍ରୀମତୀ ରଞ୍ଜୁଲତା ରାୟ, ଶ୍ରୀମତୀ ପୁଷ୍ପାଞ୍ଜଳି ମହାପାତ୍ର, ପ୍ରଧାନ ଶିକ୍ଷୟିତ୍ରୀ, ବିପିନ ବିହାରୀ ବଧୀର ବିଦ୍ୟାଳୟ, ଭୁବନେଶ୍ୱର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀମତୀ ଜୟଶ୍ରୀ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ମିତା ବିଶ୍ୱାଳ ସ୍ୱାଗତ ଭାଷଣ ଦେଇଥିବାବେଳେ ଶିକ୍ଷୟିତ୍ରୀ କଳାଶ୍ରୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

ଭୀମଭୋଇ
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026
Latest News

କାର ସହ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 10, 2026

କାହିଁକି ବନ୍ଦ ହେଲା ମେଟ୍ରୋ ଷ୍ଟେସନ ଏବଂ ଟ୍ରେନ?: ଆସନ୍ତାକାଲି ସୁପ୍ରିମକୋର୍ଟରେ ଶୁଣାଣି

October 10, 2026

କଟକଣା ସତ୍ତ୍ୱେ ବେଧଡ଼କ ନିଷିଦ୍ଧ ତମାଖୁ ବେପାର: ବର୍ଷକୁ ଆସୁଛି ୧୨୦୫ କୋଟିର ଗୁଟ୍‌ଖା-ପାନମସଲା

October 10, 2026

“ସନ୍ଦେହ ନୁହେଁ, ପ୍ରମାଣ ଦରକାର”: ନିର୍ବାଚନ କମିଶନଙ୍କୁ ସମର୍ଥନ କଲେ ୧୨୪ ଅମଲା

October 10, 2026

ସ୍ୱତନ୍ତ୍ର ଭୋଟର ଅଭିଯାନ: ୩ ଦିନରେ ଗ୍ରହଣ ହେଲା ୩୩,୫୧୫ଟି ଫର୍ମ-୬ ଆବେଦନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.