Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

February 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଏସପି ସୁରେନ୍ଦ୍ର ନାଥ ମୁର୍ମୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପ ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦିଗନ୍ତ ରାଉତରାୟ ଆଦି ଉପସ୍ଥିତ ଥିଲେ।

ଶିବିରରେ ସମୁଦାୟ ୭୯୨ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୭୮୭ ଗୋଟି ବ୍ୟକ୍ତିଗତ ଓ ୫ ଗୋଟି ଗୋଷ୍ଠୀ ଅଭିଯୋଗ ଅଟେ। ୪ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିବା ବେଳେ ଦୁଇ ଜଣ ହିତାଧିକାରୀଙ୍କୁ ରେଡକ୍ରସ ପାଣ୍ଠିରୁ ୮ ହଜାର ୪ ଶହ ଟଙ୍କା ଜିଲ୍ଲାପାଳ ଅନୁମୋଦନ କରିଛନ୍ତି ଏବଂ ଜଣେ ଭିନ୍ନକ୍ଷମ ହିତାଧିକାରୀଙ୍କୁ ହୁଇଲଚେୟାର ପ୍ରଦାନ କରିଥିବା ଜଣାପଡିଛି।

ଉକ୍ତ ଶିବିରରେ ବାଣପୁର ବିଡ଼ିଓ ବୁଲବୁଲ ବେହେରା, ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତିଙ୍କ ସମେତ ବିଭିନ୍ନ ସରକାରୀ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ହିତାଧିକାରୀଙ୍କୁ ଅଭିଯୋଗ ଶୁଣାଣି ପ୍ରକ୍ରିୟାରେ ସହଯୋଗ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଏବଂ ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ତତ୍ୱାବଧାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।

ଖୋର୍ଦ୍ଧା ଜିଲ୍ଲାପାଳ ବାଣପୁର ବ୍ଲକ ଯୁଗ୍ମ ଜନଶୁଣାଣୀ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.