Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ରଙ୍କନାଥଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ କଳସ ଶୋଭାଯାତ୍ରା
ଆଞ୍ଚଳିକ

ବାଣପୁର: ରଙ୍କନାଥଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ କଳସ ଶୋଭାଯାତ୍ରା

February 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଆଜି ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। କମିଟିର ସଦସ୍ୟ ଏବଂ ସ୍ଥାନୀୟ ଶ୍ରଦ୍ଧାଳୁମାନେ ପୂର୍ବାହ୍ନରେ ବଜାର ସାହି ସ୍ଥିତ ରଙ୍କନାଥ ମନ୍ଦିର ପରିସରରୁ ଏକ ବିରାଟ ଶୋଭାଯାତ୍ରାରେ କଳସ ନେଇ ବଜାର ପରିକ୍ରମା କରି ସ୍ଥାନୀୟ ଦକ୍ଷପ୍ରଜାପତି ମନ୍ଦିରଠାରେ ପହଞ୍ଚିଥିଲେ।

ମନ୍ଦିର ପୁଷ୍କରିଣୀରେ ପୂଜାର୍ଚ୍ଚନା କରି ସମସ୍ତ ଶ୍ରଦ୍ଧାଳୁମାନେ କଳସରେ ଜଳ ନେଇ ପୁନଶ୍ଚ ରଙ୍କନାଥ ମନ୍ଦିରରେ ପହଞ୍ଚିଥିଲେ। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଆଜିଠାରୁ ତିନି ଦିନ ଧରି ପ୍ରତ୍ୟେହ ସଂଧ୍ୟାରେ ଶ୍ରୀହରି କଥାମୃତ ପ୍ରବଚନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେବ।

ଉକ୍ତ ପ୍ରବଚନରେ ପ୍ରବକ୍ତା ଭାବେ ଯୋଗଦେବେ ଶ୍ରୀ ଆଶୀର୍ବାଦଜି ମହାରାଜ। ଅନୁରୂପ ଭାବେ ମହାଶିବରାତ୍ରି(ଶନିବାର ) ଦିନ ସଂଧ୍ୟାରେ ୧୦୮ ଥର ସାମୁହିକ ହନୁମାନ ଚାଳିଶା ପଠନ କାର୍ଯ୍ୟକ୍ରମ କମିଟି ପକ୍ଷରୁ ଆୟୋଜନ କରାଯାଇଅଛି।

ଉକ୍ତ କାର୍ଯ୍ୟକ୍ରମଟି ହରିପୁର ମଠ ମହନ୍ତ ରାମମୋହନ ଦାସଜି ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପରିଚାଳିତ ହେବ। ସେହିପରି ଭାବେ ମହାଶିବରାତ୍ରି ପରବର୍ତ୍ତୀ ଦିନ ଅର୍ଥାତ ରବିବାର ଦିନ ସକାଳୁ ଭକ୍ତଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା କମିଟି ପକ୍ଷରୁ ଆୟୋଜନ କରାଯାଇଥିବା ଜଣାପଡିଛି।

ସୂଚନା ଥାଉକି ବାଣପୁର ବଜାର ସାହି ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ଦୀର୍ଘ ୧୭ ବର୍ଷ ହେଲା ଏହି କାର୍ଯ୍ୟକ୍ରମ ଶୃଙ୍ଖଳାର ସହ କରିଆସୁଅଛି।

କଳସ ଶୋଭାଯାତ୍ରା ବାଣପୁର ରଙ୍କନାଥଦେବ ହନୁମାନ ଚାଳିଶା ଯଜ୍ଞ କମିଟି
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026
Latest News

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.