ବାଲୁଗାଁ ରେଳ ଷ୍ଟେସନରୁ ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ

Published: Feb 24, 2023, 3:48 pm IST

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ସକାଳେ ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନ ପରିସରରେ ଅବକାରୀ ଓ ଆରପିଏଫ ମିଳିତ ଭାବେ ଚଢ଼ାଉ କରି ଜଣେ ଗଞ୍ଜେଇ ବେପାରିଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତ ଜଣକ ହେଉଛନ୍ତି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳର ବବୁଲ ବାରିକ (୨୦)। ତାଙ୍କ ନିକଟରୁ ୧୨ କେଜି ଗଞ୍ଜେଇ ଜବତ ହୋଇଛି।

ଏହି ପରିପ୍ରେକ୍ଷୀରେ ଅବକାରୀ ବିଭାଗ ଏନଡ଼ିପିଏସ ଆକ୍ଟ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଉକ୍ତ ଚଢ଼ାଉରେ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ, ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା, ବାଲୁଗାଁ ଆରପିଏଫ ଏଏସଆଇ ଏସ. ଅର୍ଜୁନ ପାତ୍ର ଏବଂ ଅନ୍ୟ କର୍ମଚାରୀ ମାନେ ସାମିଲ ଥିଲେ।

Related posts