Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦାଶକାଠିଆ ମାଧ୍ୟମରେ ଜଙ୍ଗଲରେ ନିଆଁ ନ ଲାଗିବା ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ଦାଶକାଠିଆ ମାଧ୍ୟମରେ ଜଙ୍ଗଲରେ ନିଆଁ ନ ଲାଗିବା ସଚେତନତା କାର୍ଯ୍ୟକ୍ରମ

March 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ରାଜ୍ୟର ବିଭିନ୍ନ ଅଂଚଳରେ ବର୍ତ୍ତମାନ ନିଆଁ ଲାଗିବା ଆରମ୍ଭ ହୋଇଥିବା ବେଳେ ଜଙ୍ଗଲରେ କିପରି ନିଆଁ ନ ଲାଗିବ ସେ ସଂପର୍କରେ ଖଲାଶୁଣି ରେଞ୍ଜ ଅଂଚଳରେ ଏକ ଦାଶକାଠିଆ ମାଧ୍ୟମରେ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାମରା ଡିଭିଜନ୍ ଖଲାଶୁଣି ରେଞ୍ଜ ଅଧିନସ୍ଥ ରଙ୍ଗିଆଟିକିରା, କୁହ୍ଲିଆନାଳି, ଗିରିଶ୍ଚନ୍ଦ୍ରପୁର, ଦଣ୍ଡାଢିପ, ପୋଡାଖୁଳ, ମହୁଲପାଲି, ହିକପାଲି ଆଦି ଗ୍ରାମ ଗୁଡିକରେ ଦାଶକାଠିଆ ମାଧ୍ୟମରେ ଜଙ୍ଗଲରେ କିପରି ନିଆଁ ନ ଲାଗିବ ସେ ସଂପର୍କରେ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ବନବିଭାଗ ତରଫରୁ ଏଭଳି ପ୍ରୟାସ ଯୋଗୁଁ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ହେଉଥିବା ଜଣା ପଡିଛି। ଜଙ୍ଗଲରେ ନିଆଁ ଲାଗିଲେ ପରିବେଶ ତଥା ଜୀବ ଜନ୍ତୁମାନଙ୍କ ଉପରେ କି ପ୍ରକାର ପ୍ରଭାବ ପଡୁଛି ସେ ସଂପର୍କରେ ଦାଶକାଠିଆ ମାଧ୍ୟମରେ ସଚେତନତା କରାଯାଉଛି। ଆଗାମୀ ଦିନରେ ବାମରା ଡିଭିଜନ ତରଫରୁ ବିଭିନ୍ନ ଗ୍ରାମକୁ ଯାଇ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ବନବିଭାଗ ପ୍ରକାଶ କରିଛି।

ଜଙ୍ଗଲରେ ନିଆଁ ନ ଲଗାଇବା ପାଇଁ ଦାଶକାଠିଆ କଳାକାରମାନଙ୍କର ନିଖୁଣ ଅଭିନୟ ଦର୍ଶକଙ୍କୁ ଅଭିଭୁତ କରିପକାଉଛି। ବନବିଭାଗ କର୍ମଚାରୀମାନେ ଏହି ଦାଶକାଠିଆ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ରେଞ୍ଜ ଅଧିକାରୀ ରବିନ୍ କିସକୋ , ଅନୁରାଧା ଖରସେଲ୍ ତଥା ବନବିଭାଗର କର୍ମଚାରୀମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.