Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ପଞ୍ଚାୟତିରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ଭାବେ ପାଳନ କଲା ବିଜେପି
ଆଞ୍ଚଳିକ

ଚିଲିକା: ପଞ୍ଚାୟତିରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ଭାବେ ପାଳନ କଲା ବିଜେପି

March 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସିତରାମ ଅଗ୍ରୱାଲ

ଚିଲିକା: ସର୍ବଭାରତୀୟ ସ୍ତରରେ ଏପ୍ରିଲ ୨୪ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଉଛି। ହେଲେ ଏହାକୁ ନେଇ ବିଜେପି ପକ୍ଷରୁ କଡା ସମାଲୋଚନା କରାଯାଇଛି। ଓଡ଼ିଶାରେ ବିଜେଡି ସରକାର ମାର୍ଚ୍ଚ ୫ ତାରିଖରେ ଏହାକୁ ପାଳନ କରିବା କେବଳ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ବିଜେପି କହିଛି।

ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବା ପରିବର୍ତ୍ତେ ଦୁର୍ବଳ କରୁଛନ୍ତି ରାଜ୍ୟ ସରକାର। ତେଣୁ ଆଜି ରାଜ୍ୟ ସରକାରଙ୍କ ତରଫରୁ ପାଳନ କରାଯାଉଥିବା ପଞ୍ଚାୟତିରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ଭାବେ ବିଜେପି ପାଳନ କରିଛି। ଦଳର ନିଷ୍ପତିକ୍ରମେ ସମସ୍ତ ୩୧୪ଟି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି କାର୍ଯ୍ୟକର୍ତ୍ତାମାନେ ହାତରେ କଳା ପଟି ବାନ୍ଧି ବିରୋଧ ପ୍ରଦର୍ଶନ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ଚିଲିକା ନିର୍ବାଚନମଣ୍ଡଳୀର ଉଭୟ ବାଣପୁର ଓ ଚିଲିକା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେପି। ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନଙ୍କ ନେତୃତ୍ୱରେ ଉଭୟ ସ୍ଥାନରେ ବହୁ କର୍ମୀ ହାତରେ କଳା ପଟା ବାନ୍ଧି ଏକ ପଦଯାତ୍ରାରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ବ୍ଲକ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାଜ୍ୟ ସରକାରଙ୍କ ଉପରେ ବିଜେପି କର୍ମୀମାନେ ପ୍ରବଳ ବର୍ଷୀଥିଲେ।

ଅତୀତରେ ପଞ୍ଚାୟତ ତଥା ଗ୍ରାମାଞ୍ଚଳର ଉନ୍ନତିକରଣ ଓ ବିକାଶ ପାଇଁ ପଲ୍ଲୀସଭା ଓ ଗ୍ରାମସଭା କରାଯାଇ ସାଧାରଣ ଗ୍ରାମବାସୀଙ୍କ ମତ ନିଅଯାଉଥିଲା। କିନ୍ତୁ ଏବେ ଶାସକ ଦଳର ବିଧାୟକ ଓ ନେତାମାନେ ନିଷ୍ପତ୍ତି ନେବା ଅତ୍ୟନ୍ତ ଦୁର୍ଭାଗ୍ୟର ବିଷୟ ବୋଲି କହିଥିଲେ ଶ୍ରୀ ହରିଚନ୍ଦନ।

ଉକ୍ତ ବିକ୍ଷୋଭ ପ୍ରଦର୍ଶନରେ ବିଜେପି ନେତା ଅମରେନ୍ଦ୍ର ରଣସିଂହ, ଜ୍ୟୋସ୍ନା ବେହେରା, ଅରୁଣ ପଟ୍ଟନାୟକ, ଯୁବ ବିଜେପି ସଂଗଠକ ଜିତେନ୍ଦ୍ର ଭୋଳ, ସମର ରଞ୍ଜନ ସୁବୁଦ୍ଧି ଏବଂ ବହୁ ବିଜେପି ସମର୍ଥିତ ସରପଞ୍ଚ, ସମିତିସଭ୍ୟ ଓ କର୍ମକର୍ତା ମାନେ ସାମିଲ ଥିଲେ। ଆଇନ ଶୃଙ୍ଖଳା ରକ୍ଷା ନିମନ୍ତେ ଉଭୟ ବ୍ଲକ ସମ୍ମୁଖରେ ବ୍ୟାପକ ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଥିଲା।

ଚିଲିକା ପଞ୍ଚାୟତିରାଜ ଦିବସ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.