Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନିମଖଣ୍ଡି ଥାନାର ନୂତନ କୋଠା ନିର୍ମାଣ ପାଇଁ ଦୋକାନ ଗୃହ ଉଚ୍ଛେଦ
ଆଞ୍ଚଳିକ

ନିମଖଣ୍ଡି ଥାନାର ନୂତନ କୋଠା ନିର୍ମାଣ ପାଇଁ ଦୋକାନ ଗୃହ ଉଚ୍ଛେଦ

March 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ
ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସହର ଉପକଣ୍ଠ ନିମଖଣ୍ଡି ଫାଣ୍ଡିକୁ ରାଜ୍ୟ ସରକାର ଥାନାରେ ପରିଣତ କରିଥିଲେ। କିନ୍ତୁ ଆବଶ୍ୟକ ଭିତ୍ତିଭୂମୀ ଥାଇ କୋଠା ନଥିବାରୁ ସ‌ହର ମଧ୍ୟରେ ଖାଜା ସାହିସ୍ଥିତ ପୁରୁଣା ମହିଳା ଥାନାକୁ ଅସ୍ଥାୟୀ ଭାବେ ନିମଖଣ୍ଡି ଥାନାର କାର୍ଯ୍ୟାଳୟ ଆରମ୍ଭ ହୋଇଥିଲା। ଏହା ମଧ୍ୟରେ ନୂତନ ସ୍ଥାୟୀ କୋଠା ନିର୍ମାଣ ପାଇଁ ସରକାରୀ ଜାଗା ଚିହ୍ନଟ ଆରମ୍ଭ ହୋଇଥିଲା। ସେହି ପ୍ରକାରେ ଲୋଚାପଡା କାଳୀ ମନ୍ଦିର ନିକଟରେ ୨୩୩ ଡିସିମିଲ ଜମି ଥିବାର ଜଣାପଡିଥିଲା ଓ ଜାଗା ସଂରକ୍ଷଣ ପାଇଁ ଗଲାବେଳେ ସେଠି କିଛି ସାଧାରଣ ଲୋକ ଜାଗା ଜବରଦଖଲ କରି ୮ ଟି ଦୋକାନ ଗୃହ ନିର୍ମାଣ କରି ବ୍ୟବସାୟ ପ୍ରତିଷ୍ଠାନ ଚଳାଇଥିଲେ।

ଏହି ଭଳି ପରିସ୍ଥିତିରେ କୁକୁଡାଖଣ୍ଡି ତହସିଲଦାର କଲ୍ୟାଣୀ ସଂଘମିତ୍ରା, ସଦର ଏସ୍ ଡି ପି ଓ ଶିବଶଙ୍କର ମହାପାତ୍ର ଓ ସଦର ଥାନା ଆଇଆଇସି ଭାଵାନନ୍ଦଙ୍କ ଉପସ୍ଥିତିରେ ଉକ୍ତ ଦୋକାନ ଗୃହ ଗୁଡ଼ିକ ଉଚ୍ଛେଦ କରି ସେହି ସ୍ଥାନରେ ଥାନା କୋଠା ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଛି।

ଗଞ୍ଜାମ ଜିଲ୍ଲା ନିମଖଣ୍ଡି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.