Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମା’ ଭଗବତୀଙ୍କ ପୀଠରେ ବାସନ୍ତିକ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ
ଆଞ୍ଚଳିକ

ମା’ ଭଗବତୀଙ୍କ ପୀଠରେ ବାସନ୍ତିକ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ

March 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଆଜି ଠାରୁ ନଅ ଦିନ ବ୍ୟାପି ବାଣପୁରର ଆରାଧ୍ୟ ଦେବୀ ମା’ ଭଗବତୀଙ୍କ ପୀଠରେ ବସନ୍ତ ଋତୁର ନବରାତ୍ରି ଉପଲକ୍ଷେ ବାସନ୍ତିକ ବିଶ୍ଵଶାନ୍ତି ମହାଯଜ୍ଞ ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ମା’ଙ୍କ ପୀଠରେ ଉକ୍ତ ଯଜ୍ଞ ଅନୁଷ୍ଠିତ ହେଉଥିବା ବେଳେ ଆଜି କଳସ ଯାତ୍ରାରେ ବହୁ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ।

ବାଣପୁରର ସମସ୍ତ ଜନସାଧାରଣଙ୍କ ସହଯୋଗରେ ମହାଯଜ୍ଞ ଅନୁଷ୍ଠିତ ହେଉଥିବା ବେଳେ ସକାଳୁ ଶ୍ରଦ୍ଧାଳୁମାନେ ଶ୍ରୀ ଶ୍ରୀ ଦକ୍ଷେଶ୍ୱରଙ୍କ ମନ୍ଦିର ପୁଷ୍କରିଣୀରୁ ରୁ କଳସରେ ଜଳ ଆଣି ବାଣପୁର ପରିକ୍ରମା କରି ମା’ ଭଗବତୀଙ୍କ ମନ୍ଦିରରେ ପହଂଚିଥିଲେ। ଫଳରେ ମା’ ଙ୍କ ପୀଠରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।

ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ ମନୋଜ ଅଗ୍ରୱାଲ ଏବଂ ବରିଷ୍ଠ ଆଇନଜିବି ଶ୍ୟାମ ସୁନ୍ଦର ମିଶ୍ର ଉକ୍ତ ଯଜ୍ଞର କର୍ତ୍ତା ଭାବରେ ଉପବିଶନ ହୋଇଛନ୍ତି।

ପ୍ରକାଶଥାଉକି ଯଜ୍ଞର ବିଧିବିଧାନ ଅନୁଯାୟୀ ମଙ୍ଗଳବାର ଅଙ୍କୁରାରୋପଣ ହୋଇଥିବା ବେଳେ ଆଜି ତଥା ବୁଧବାର ଦିନ କଳସ ଯାତ୍ରା ସମାପନ ହୋଇଯାଇଛି। ଗୁରୁବାର ଅଧିବାସ ପର ଠାରୁ ଯଜ୍ଞ ଆରମ୍ଭ ହେବ। ଯଂଜ୍ଞରେ ଦୈନିକ ଚଣ୍ଡୀପାଠ, ରାମଚରିତ ମାନସ ପଠନ, ଭଜନ ଏବଂ ପ୍ରତ୍ୟେହ ମା’ ଭଗବତୀଙ୍କ ବାପଘର ଶ୍ରୀ ଶ୍ରୀ ଶ୍ରୀ ଦକ୍ଷେଶ୍ୱରଙ୍କ ନିକଟରେ ରୁଦ୍ରାଭିଷେକ ଆସନ୍ତା ୩୦ ତାରିଖ ଗୁରୁବାର ପର୍ଯ୍ୟନ୍ତ ଚାଲୁ ରହିବ। ପ୍ରତ୍ୟେକ ଦିନ ସନ୍ଧ୍ୟା ସମୟରେ ଶ୍ରଦ୍ଧାଳୁ ମାନଙ୍କୁ ପ୍ରବଚନ ଦେବାର କାର୍ଯ୍ୟକ୍ରମ ସ୍ଥିର କରାଯାଇଛି।

ବିଶ୍ୱଶାନ୍ତି ମହାଯଜ୍ଞ ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ଏନସିସି ଦିବସ

November 23, 2025

ବାଣପୁରରେ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ -୨୦୨୫ ଅନୁଷ୍ଠିତ

November 22, 2025

ବାଲୁଗାଁ ମହାବିଦ୍ୟାଳୟରେ ବିଶ୍ୱ ଦର୍ଶନ ଦିବସ ଓ ଜାତୀୟ ସମ୍ପାନ

November 21, 2025

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର

November 19, 2025
Latest News

Ram Mandir Flag Hoisting: ଅଯୋଦ୍ଧା ରାମ ମନ୍ଦିରରେ ଧ୍ବଜା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ମୋଦି

November 25, 2025

ବିଜେଡିରେ ପୁଣି କମ୍ପନ, ଦଳୀୟ ପଦପଦବୀରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ

November 25, 2025

Sri Ram Janmbhoomi: ରାମ ଜନ୍ମଭୂମି ମନ୍ଦିରରେ ଆଜି ଗେରୁଆ ପତାକା ଉତ୍ତୋଳନ କରିବେ ପ୍ରଧାନମନ୍ତ୍ରୀ 

November 25, 2025

Mobile Customer: ମୋବାଇଲ ଗ୍ରାହକମାନଙ୍କୁ ସରକାର କଲେ ସଚେତନ, ବ୍ୟବହାର ନ କରିବାକୁ ପରାମର୍ଶ

November 25, 2025

ରାଜ୍ୟର ୭ଟି ସରକାରୀ ଆୟୁଷ ମହାବିଦ୍ୟାଳୟ ରେ ଛାତ୍ର ଧର୍ମଘଟ ଆରମ୍ଭ, କଲେଜ ବନ୍ଦ 

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.