Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅଶୋକାଷ୍ଟମୀ ଉପଲକ୍ଷେ ମା’ ଭଗବତୀଙ୍କ ଦକ୍ଷିଣ ଦିଗକୁ ଯାତ୍ରା
ଆଞ୍ଚଳିକ

ଅଶୋକାଷ୍ଟମୀ ଉପଲକ୍ଷେ ମା’ ଭଗବତୀଙ୍କ ଦକ୍ଷିଣ ଦିଗକୁ ଯାତ୍ରା

March 29, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: କୁମାରାଙ୍ଗ ଗ୍ରାମ ପଞ୍ଚାୟତ ଅଧିନସ୍ଥ ମାଳି ଗୋବିନ୍ଦପୁର ଠାରେ ପୂଜା ପାଆନ୍ତି ପଶ୍ଚିମାଭିମୁଖୀ ଠାକୁର ଶ୍ରୀ ଶ୍ରୀ ବୁଢା ଗତିଃଶ୍ଵରଦେବ। ଉକ୍ତ ମନ୍ଦିରରେ ବୁଧବାର ପରମ୍ପରା ଅନୁଯାୟୀ ପବିତ୍ର ଅଶୋକଷ୍ଟମୀ ପର୍ବ ଖୁବ ଧୂମଧାମରେ ପାଳନ କରାଯାଇଛି। ପ୍ରଭୁ ଗତିଃଶ୍ଵର ଦେବ ଏ ଅଂଚଳର ଏକ ପ୍ରତ୍ୟେକ୍ଷ ଠାକୁର।

ପରମ୍ପରା ଅନୁଯାୟୀ ଏହି ଦିନ ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା ଭଗବତୀ, ଶ୍ରୀ ଶ୍ରୀ ରଙ୍କନାଥ ଦେବ, ଏବଂ ମା ଭଗବତୀଙ୍କ ପିତା ଶ୍ରୀ ଶ୍ରୀ ରଙ୍କନାଥ ଦେବ ଗତିଃଶ୍ଵରଙ୍କ ପୀଠକୁ ଆସିଥାନ୍ତି। ତତସହିତ ଗତିଃଶ୍ୱରଙ୍କ ମୂଳ ପୀଠ କୁହାଯାଉଥିବା ଦୁଲଣୀ ଗ୍ରାମର ଗୋପୀନାଥ ଦେବଙ୍କ ଆଗମନ ହେବାରୁ ଏକ ମହାମିଳନ ପର୍ବ ଅନୁଷ୍ଠିତ ହୁଏ।

କିମ୍ବଦନ୍ତୀ ଅନୁସାରେ ମା’ ଭଗବତୀ ବର୍ଷକୁ ଚାରିଦିଗକୁ ଯାତ୍ରା କରିଥାନ୍ତି। ପୂର୍ବ କାଳରେ ମା ଦକ୍ଷିଣ ଦିଗରେ ଥିବା ଗଞ୍ଜାମ ଜିଲ୍ଲାର ନାରାୟଣୀ ମନ୍ଦିରକୁ ଯାତ୍ରା କରିଥାନ୍ତି। କିନ୍ତୁ ଅଶୋକଷ୍ଟମୀ ଦିନ ମା ବାଣପୁରରୁ ନାରାୟଣୀ ମନ୍ଦିରକୁ ଯାତ୍ରା କରୁଥିବା ବେଳେ ସେବାୟତ ମାନେ କୌଣସି ସୂତ୍ରରୁ ଖବର ପାଇଥିଲେ ଯେ ନାରାୟଣୀ ମନ୍ଦିରର ସେବାୟତ ମାନେ ଆଉ ମା’ ଙ୍କୁ ଛାଡ଼ିବେନି। ସେହି ଭୟରେ ପଛକୁ ଫେରିବାର ପରମ୍ପରା ନ ଥିବାରୁ ରାସ୍ତା ପାର୍ଶ୍ୱରେ ବହିଯାଉଥିବା ଶାଳିଆ ନଦୀ ଭିତରେ ପଶି ଗୋବିନ୍ଦପୁରରେ ଥିବା ଗତିଃଶ୍ୱରଙ୍କ ପୀଠକୁ ସେବାୟତ ମାନେ ନେଇ ଯାଇଥିଲେ।

ସେହି ଦିନ ଠାରୁ ଏଠାରେ ଅଶୋକଷ୍ଟମୀ ପର୍ବ ପାଳନ ହୋଇ ଆସୁଅଛି। ଆଜି ପର୍ଯ୍ୟନ୍ତ ମଧ୍ୟ ଅଶୋକାଷ୍ଟମୀ ଦିନ ରାସ୍ତା ଥିଲେ ମଧ୍ୟ ସେହି ନଦୀ ଭିତରେ ପଶି ମା’ ଯାଇଥାନ୍ତି। ସେଠାରେ ରାତ୍ରି ଯାପନ କରି ଭୋର ଚାରି ଘଟିକା ସମୟରେ ମା ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି।

ଚଳିତ ବର୍ଷ ମା’ଙ୍କର ଆଗମନକୁ ଦେଖି ସକାଳ ଧୂପ, ସହ ଠାକୁର ମାନଙ୍କ ପାଖରେ ବିଭିନ୍ନ ପ୍ରକାର ଶଙ୍ଖୁଡି ଭୋଗର ବ୍ୟବସ୍ତା କରାଯାଇଥିଲା। ଦିନ ଓ ରାତି ତମାମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହିତ ବହୁ ଶ୍ରଦ୍ଧାଳୁ ମାନଙ୍କର ପ୍ରଭୁଙ୍କ ଆଶୀର୍ବାଦ ନେବାକୁ ଭିଡ଼ ପରିଲକ୍ଷିତ ହୋଇଥିଲା। ଏ ସମସ୍ତ କାର୍ଯ୍ୟକ୍ରମ ମାଳି ଗୋବିନ୍ଦପପୁର ଗ୍ରାମବାସୀଙ୍କ ସହଯୋଗରେ ସମ୍ପାଦନ କରାଯାଇଥିଲା।

ଅଶୋକାଷ୍ଟମୀ ମା’ ଭଗବତୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026
Latest News

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.