Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ
ଆଞ୍ଚଳିକ

ବାଲୁଗାଁ: ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

April 6, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ଅପରାହ୍ନରେ ବାଲୁଗାଁ ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୩ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ନୂତନ ଦିଗନ୍ତର ନୂତନ ଚିନ୍ତାଧାରା ନେଇ ଉଡାଣ-୨୦୨୩ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିଳ୍ପପତି କେ ନାରାୟଣ ପାତ୍ର, ମୁଖ୍ୟ ବକ୍ତା ଭାବେ ଗୋଦାବରୀଶ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ବିଜୟ କୁମାର ନନ୍ଦ, ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଧା କାରମେଲ ଗ୍ରୁପ ଅଫ ଇନଷ୍ଟିଚ୍ୟୁଟ ନିର୍ଦ୍ଦେଶକ ସଂଜୀବିତୋ ପାଣି, ବାଲୁଗାଁ ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ପ୍ରମୁଖ ଯୋଗଦେଇଥିଲେ।

ପ୍ରାରମ୍ଭିକ କାର୍ଯ୍ୟକ୍ରମରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଅତିଥି ଗହଣରେ ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା। ବିଦ୍ୟାଳୟର ସଭାପତି କିରଣ ପାତ୍ରଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମ୍ପାଦକ ଅରୁଣ କୁମାର ବରାଳ ବାର୍ଷିକ ବିବରଣୀ ପାଠ କରିଥିଲେ। ଏଥି ସହିତ ଶିକ୍ଷାର ଅଭିବୃଦ୍ଧି, ପ୍ରତିଯୋଗିତା ମୁଳକ ଶିକ୍ଷା, ଶୈକ୍ଷିକ ପରିବେଶ, ଖେଳକୁଦ ସାଙ୍ଗକୁ ବ୍ୟାୟାମ, ଯୋଗ, ଗୁରୁ ଶିଷ୍ୟର ସମ୍ପର୍କ ସୁଦୃଢ କରିବା ଦିଗରେ ମଞ୍ଚାସିନ ଅତିଥିମାନେ ଆଲୋକପାତ କରିଥିଲେ।

ଏଥିସହିତ ଆଗାମୀ ଦିନରେ ଶିକ୍ଷାପ୍ରଣାଳୀର ବିକାଶ ଦିଗରେ ଯୁବସମାଜ ପ୍ରେରିତ ହୋଇ ବିଦ୍ୟାଳୟର ସମୃଦ୍ଧି ସୁଦୃଢ କରିବା, ଅଭାବଗ୍ରସ୍ତ ଲୋକଙ୍କୁ ସାମାଜିକ କୁସଂସ୍କାର, ଶୋଷଣ ଏବଂ ଅନ୍ୟାୟରୁ ମୁକ୍ତି କରାଇ ରାଷ୍ଟ୍ର ଜୀବନକୁ ସରସ, ସୁନ୍ଦର, ସୁସମ୍ପନ ଓ ସୁସଂସ୍କୃତ କରିବାନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଳାଦ୍ରୀ ଭୂଷଣ ବେହେରା ମତପୋଷଣ କରିଥିଲେ।

ବିଗତ ଦିନରେ ସମସ୍ତ ଅଭିଭାବକ ମାନେ ସାମଗ୍ରୀକ ଭାବେ ସକରାତ୍ମକ ମନଭାବ ପୋଷଣ କରି ପରିବାର ସଦସ୍ୟଙ୍କ ଭଳି ଅନୁଷ୍ଠାନ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସହାନୁଭୂତିର ସହ ପୂର୍ଣ୍ଣ ସହଯୋଗ କରିଥିବା ନେଇ ବିଦ୍ୟାଳୟର ସଭାପତି ଶ୍ରୀ ପାତ୍ର କହିଛନ୍ତି। ସାନ୍ଧ୍ୟ ଅଧିବେସନରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ଏଥିସହିତ ମେଧାବୀ ଛାତ୍ରଛାତ୍ରୀ ଏବଂ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ଵ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ପରୁସ୍କୃତ କରାଯାଇଥିଲା।ଉକ୍ତ କାର୍ଯ୍ୟକ୍ରମରେ ନିମନ୍ତ୍ରିତ ଭଦ୍ରବ୍ୟକ୍ତି, ଅଭିଭାବକ, ଶୁଭେଚ୍ଛୁବୃନ୍ଦ ତଥା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

ଚିଲିକାରାଣୀ ବାର୍ଷିକ ଉତ୍ସବ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026
Latest News

ଆଜି ମାର୍ଚ୍ଚ ୮ ତାରିଖ ରବିବାରରେ ଏହି ରାଶି ବ୍ୟକ୍ତିମାନେ ହେବେ ଭାଗ୍ୟବାନ

March 8, 2026

ଲକ୍ଷ ଲକ୍ଷ ଭାରତୀୟ ପିଲାଙ୍କୁ ଅଲିମ୍ପିକ୍ ମୂଲ୍ୟବୋଧ ସହିତ ଯୋଡିବା ପଦକ୍ଷେପକୁ ଆଇଓସିର ପ୍ରଶଂସା

March 7, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.