Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହନୁମାନ ଜୟନ୍ତୀରେ ବଜରଙ୍ଗ ଦଳର ବିଶାଳ ରାଲି: ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର-ବାଲୁଗାଁ
ଆଞ୍ଚଳିକ

ହନୁମାନ ଜୟନ୍ତୀରେ ବଜରଙ୍ଗ ଦଳର ବିଶାଳ ରାଲି: ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର-ବାଲୁଗାଁ

April 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ସହରରେ ଆଜି ଅନୁଷ୍ଠିତ ହୋଇଯାଇଛି ବିଶାଳ ବାଇକ ରାଲି। ହନୁମାନ ଜୟନ୍ତୀ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ଅନୁଷ୍ଠିତ ହୋଇଥିଲା ଉକ୍ତ ରାଲି। ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡର ଆହ୍ଵାନକ୍ରମେ ଉକ୍ତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ହଜାର ହଜାର ରାମ ଭକ୍ତ। ଶୋଭାଯାତ୍ରାଟି ଅପରାହ୍ନରେ ବାଲୁଗାଁ ମାମୁଁ ଭଣଜା ପାହାଡ଼ ନିକଟରୁ ବାହାରି ସାରା ବାଲୁଗାଁ ସହର ପରିକ୍ରମା କରିଥିଲା ଏବଂ ଏହାପରେ ବାଣପୁର ସହର ପରିକ୍ରମା କରି ପରିଶେଷରେ ପଲଟନ ପଡିଆ ନିକଟରେ ସମାପ୍ତ ହୋଇଥିଲା।

ଶୋଭାଯାତ୍ରା ସମୟରେ ଉଭୟ ସହର ‘ଜୟ ଶ୍ରୀରାମ’, ‘ଭାରତ ମାତାକି ଜୟ’ ଆଦି ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା। ତେବେ ଗତବର୍ଷ ପରି ଚଳିତ ଥର ମଧ୍ୟ ହନୁମାନ ଜୟନ୍ତୀରେ ଏପରି ଦୃଶ୍ୟ ଦେଖିଲେ ବାଣପୁର-ବାଲୁଗାଁବାସୀ। ବିରାଟକାୟ ହନୁମାନଙ୍କ ପତାକା ଧରି, ଜିସିବି ଏବଂ ଗାଡ଼ିରେ ରାମଭକ୍ତ ମାନେ ନାଚି ନାଚି ସହର ପରିକ୍ରମା କରିଥିଲେ। ଉଭୟ ବାଣପୁର ଏବଂ ବାଲୁଗାଁ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଉକ୍ତ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ, ଶୋଭାଯାତ୍ରାରେ ଏତେ ସଂଖ୍ୟକ ରାମଭକ୍ତଙ୍କ ଯୋଗଦାନ ଫଳରେ ଉଭୟ ସହରର ଟ୍ରାଫିକ ଏକ ରକମର ଠପ ହୋଇଯାଇଥିଲା।

ଅନୁରୂପ ଭାବେ ଶୋଭାଯାତ୍ରା ଯେତେ ଆଗକୁ ଆଗକୁ ଅଗ୍ରସର ହେଉଥିଲା ସେତେ ଅଧିକ ପରିମାଣରେ ରାମ ଭକ୍ତ ମାନେ ଶୋଭାଯାତ୍ରାରେ ସାମିଲ ହେଉଥିବାର ଦେଖିବାକୁ ମିଳିଥିଲା। ଉକ୍ତ ରାଲିରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର ଏବଂ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ ମଧ୍ୟ ଯୋଗ ଦେଇଥିଲେ। ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ରଙ୍କ ତତ୍ୱାବଧାନ ରେ ବାଣପୁର, ବାଲୁଗାଁ ଓ ନାଚୁଣୀ ଆଇଆଇସି ଙ୍କ ସମେତ ଦୁଇ ପ୍ଲାଟୁନ ଫୋର୍ସ ମୁତୟନ ଥିଲେ।

ଜୟ ଶ୍ରୀରାମ ଧ୍ୱନି ପୃଥ୍ଵୀରାଜ ହରିଚନ୍ଦନ ବଜରଙ୍ଗ ଦଳ ବାଣପୁର-ବାଲୁଗାଁ ବିଶାଳ ରାଲି ହନୁମାନ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.