Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହନୁମାନ ଜୟନ୍ତୀରେ ବଜରଙ୍ଗ ଦଳର ବିଶାଳ ରାଲି: ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର-ବାଲୁଗାଁ
ଆଞ୍ଚଳିକ

ହନୁମାନ ଜୟନ୍ତୀରେ ବଜରଙ୍ଗ ଦଳର ବିଶାଳ ରାଲି: ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହେଲା ବାଣପୁର-ବାଲୁଗାଁ

April 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ସହରରେ ଆଜି ଅନୁଷ୍ଠିତ ହୋଇଯାଇଛି ବିଶାଳ ବାଇକ ରାଲି। ହନୁମାନ ଜୟନ୍ତୀ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ଅନୁଷ୍ଠିତ ହୋଇଥିଲା ଉକ୍ତ ରାଲି। ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡର ଆହ୍ଵାନକ୍ରମେ ଉକ୍ତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ହଜାର ହଜାର ରାମ ଭକ୍ତ। ଶୋଭାଯାତ୍ରାଟି ଅପରାହ୍ନରେ ବାଲୁଗାଁ ମାମୁଁ ଭଣଜା ପାହାଡ଼ ନିକଟରୁ ବାହାରି ସାରା ବାଲୁଗାଁ ସହର ପରିକ୍ରମା କରିଥିଲା ଏବଂ ଏହାପରେ ବାଣପୁର ସହର ପରିକ୍ରମା କରି ପରିଶେଷରେ ପଲଟନ ପଡିଆ ନିକଟରେ ସମାପ୍ତ ହୋଇଥିଲା।

ଶୋଭାଯାତ୍ରା ସମୟରେ ଉଭୟ ସହର ‘ଜୟ ଶ୍ରୀରାମ’, ‘ଭାରତ ମାତାକି ଜୟ’ ଆଦି ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା। ତେବେ ଗତବର୍ଷ ପରି ଚଳିତ ଥର ମଧ୍ୟ ହନୁମାନ ଜୟନ୍ତୀରେ ଏପରି ଦୃଶ୍ୟ ଦେଖିଲେ ବାଣପୁର-ବାଲୁଗାଁବାସୀ। ବିରାଟକାୟ ହନୁମାନଙ୍କ ପତାକା ଧରି, ଜିସିବି ଏବଂ ଗାଡ଼ିରେ ରାମଭକ୍ତ ମାନେ ନାଚି ନାଚି ସହର ପରିକ୍ରମା କରିଥିଲେ। ଉଭୟ ବାଣପୁର ଏବଂ ବାଲୁଗାଁ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଉକ୍ତ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ, ଶୋଭାଯାତ୍ରାରେ ଏତେ ସଂଖ୍ୟକ ରାମଭକ୍ତଙ୍କ ଯୋଗଦାନ ଫଳରେ ଉଭୟ ସହରର ଟ୍ରାଫିକ ଏକ ରକମର ଠପ ହୋଇଯାଇଥିଲା।

ଅନୁରୂପ ଭାବେ ଶୋଭାଯାତ୍ରା ଯେତେ ଆଗକୁ ଆଗକୁ ଅଗ୍ରସର ହେଉଥିଲା ସେତେ ଅଧିକ ପରିମାଣରେ ରାମ ଭକ୍ତ ମାନେ ଶୋଭାଯାତ୍ରାରେ ସାମିଲ ହେଉଥିବାର ଦେଖିବାକୁ ମିଳିଥିଲା। ଉକ୍ତ ରାଲିରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର ଏବଂ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନ ମଧ୍ୟ ଯୋଗ ଦେଇଥିଲେ। ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ରଙ୍କ ତତ୍ୱାବଧାନ ରେ ବାଣପୁର, ବାଲୁଗାଁ ଓ ନାଚୁଣୀ ଆଇଆଇସି ଙ୍କ ସମେତ ଦୁଇ ପ୍ଲାଟୁନ ଫୋର୍ସ ମୁତୟନ ଥିଲେ।

ଜୟ ଶ୍ରୀରାମ ଧ୍ୱନି ପୃଥ୍ଵୀରାଜ ହରିଚନ୍ଦନ ବଜରଙ୍ଗ ଦଳ ବାଣପୁର-ବାଲୁଗାଁ ବିଶାଳ ରାଲି ହନୁମାନ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025

ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ

November 6, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025
Latest News

ନୂଆପଡା ମତଦାନର ଗୋଟିଏ ଦିନ ପୂର୍ବରୁ ଆଉ ଜଣେ ବିଜେଡି ନେତାଙ୍କ ଘରେ ଆଇଟି ରେଡ୍

November 9, 2025

ଉତ୍ତରାଖଣ୍ଡ: ୮,୧୪୦ କୋଟି ମୂଲ୍ୟର ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

November 9, 2025

‘ଡଷ୍ଟବିନ୍‌ରେ VVPAT ସ୍ଲିପ୍’: ଗମ୍ଭୀର ଅଭିଯୋଗ ଆଣି ନିର୍ବାଚନ କମିଶନଙ୍କୁ ଉତ୍ତର ମାଗିଲା କଂଗ୍ରେସ

November 9, 2025

ଖଲ୍ଲିକୋଟରେ ସାଇବର ଅପରାଧ ସଚେତନତା ଶିବିର

November 9, 2025

Mandia Dibas: ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ କେନ୍ଦ୍ର କୃଷିମନ୍ତ୍ରୀ ଶିବ ରାଜ ସିଂ ଚୌହାନ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.