Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରୁ ଏସଡିପିଓ ଏବଂ ଟାଟା ପାୱାର ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତରଣକୁ ଜୋରଦାର ବିରୋଧ
ଆଞ୍ଚଳିକ

ବାଲୁଗାଁରୁ ଏସଡିପିଓ ଏବଂ ଟାଟା ପାୱାର ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତରଣକୁ ଜୋରଦାର ବିରୋଧ

April 28, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ପଲଟଣ ପଡିଆ ସ୍ଥିତ ସହିଦ କୃତିବାସ ଭବନ ଠାରେ ବାଣପୁରକୁ ରାଜସ୍ବ ଉପଖଣ୍ଡ ମାନ୍ୟତା ଦାବି କରି ଆସୁଥିବା କ୍ରିୟାନୁଷ୍ଠାନ କମିଟି ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ସଭାପତି ନଳିନୀକାନ୍ତ ପଟ୍ଟନାୟକ ଓ କାର୍ଯ୍ୟକାରୀ ସଭାପତି ମିଟୁ ନାୟକ, ରବି ନାୟକ, ଉପ ସଭାପତି ଭଗବାନ ପ୍ରଧାନ, ସାଧାରଣ ସମ୍ପାଦକ ମୁରଲୀ ସାମନ୍ତସିଂହାର, ବରିଷ୍ଠ ସାମ୍ବାଦିକ ରାଧାକୃଷ୍ଣ ରାମ, ବୀରଭଦ୍ର କାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।

କ୍ରିୟାନୁଷ୍ଠାନ କମିଟି ତରଫରୁ ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକ ଦୀର୍ଘ ଚାରି ଦଶନ୍ଧି ଧରି ବାଣପୁରକୁ ରାଜସ୍ବ ଉପଖଣ୍ଡ ମାନ୍ୟତା ଦେବା ଲାଗି ବାଣପୁର ଜନ ସାଧାରଣ ଆନ୍ଦୋଳନ ଜାରି ରଖିଥିଲେ ସୁଦ୍ଧା କେଉଁ ଆଧାରରେ ଏବଂ କାହା ସ୍ୱାର୍ଥରେ ବାଲୁଗାଁରୁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଏବଂ ଟିପିସିଓଡ଼ିଏଲ ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟକୁ ସ୍ଥାନାନ୍ତରଣ ପାଇଁ ଷଡଯନ୍ତ୍ର ଚାଲିଛି ବୋଲି ସରକାରଙ୍କୁ ପ୍ରଶ୍ନ ପଚାରିଥିଲେ। ଉକ୍ତ ଖବର ସ୍ଥାନୀୟ ଅଞ୍ଚଳ ବାସୀଙ୍କୁ କ୍ଷୁବ୍ଧ କରିବା ସହ ଏହାଦ୍ୱାରା ବାଣପୁର ବାଲୁଗାଁ ଅଂଚଳର ଶତକଡା ୮୦ ଭାଗ ଲୋକ କ୍ଷତିଗ୍ରସ୍ତ ହେବେ।

ବାଣପୁର ବ୍ଲକରେ ନୀଳାଦ୍ରି ପ୍ରସାଦ ଓ ଦାମିଆ ବରବରା ଭଳି ଦୁଇ ଦୁଇଟି ଆଦିବାସୀ ଅଧୁଷିତ ପଞ୍ଚାୟତ ଥିବା ସତ୍ତ୍ୱେ ସରକାର ମସୁଧା କରି ଉପରୋକ୍ତ ଦୁଇଟି କାର୍ଯ୍ୟାଳୟକୁ ସ୍ଥାନାନ୍ତରଣ କରିବାକୁ ସ୍ଥିର କରିଥିବା ଶ୍ରୀଯୁକ୍ତ ପଟ୍ଟନାୟକ ଜଣାଇଥିଲେ। ତେଣୁ ଆଗାମୀ ଦିନରେ ଯଦି ସରକାର ବାଣପୁର ଅଞ୍ଚଳର ବାସିନ୍ଦାଙ୍କୁ ପ୍ରାଧାନ୍ୟ ନଦେଇ ରାଜସ୍ବ ଉପଖଣ୍ଡ ମାନ୍ୟତା ଦେବାରେ ପାତର ଅନ୍ତର କରନ୍ତି, ତେବେ ଚିଲିକା ନିର୍ବାଚନମଣ୍ଡଳୀରେ ଚକଅଖ ବନ୍ଦ ସହ ଜନସାଧାରଣଙ୍କ ସହଯୋଗରେ ଆଇନ ଅମାନ୍ୟ ଆନ୍ଦୋଳନ ଭଳି କଠୋର ପଦକ୍ଷେପ ଗ୍ରହଣ କରିବାକୁ କ୍ରିୟାନୁଷ୍ଠାନ କମିଟି ସାମ୍ବାଦିକ ସମ୍ମିଳନୀ ଜରିଆରେ ଚେତାବନୀ ଦେଇଛି।

ଅନୁରୂପ ଭାବେ ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଏବଂ ଟିପିସିଓଡ଼ିଏଲ ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତରକୁ ତୁରନ୍ତ ବାତିଲ କରାଯାଉ ବୋଲି ଦାବି କରିଛି କ୍ରିୟାନୁଷ୍ଠାନ କମିଟି।

ଏସଡିପିଓ ଜୋରଦାର ବିରୋଧ ପଲଟଣ ପଡିଆ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ଚୀନ୍‌ର ଦ୍ୱିତୀୟ ସର୍ବାଧିକ ଶକ୍ତିଶାଳୀ ନେତା କାଇ କି’

September 13, 2026

ବ୍ରିକ୍ସ ସହଯୋଗର ଦୁଇ ଦଶନ୍ଧି ପୂର୍ତ୍ତି ଅବସରରେ ସ୍ମାରକ ଡାକ ଟିକଟ ଉନ୍ମୋଚନ

September 13, 2026

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.