Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡିଏଭି ପୋଖରୀପୁଟରେ ସ୍ୱାଭିମାନ ଦିବସ ପାଳିତ
ଆଞ୍ଚଳିକ

ଡିଏଭି ପୋଖରୀପୁଟରେ ସ୍ୱାଭିମାନ ଦିବସ ପାଳିତ

April 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ଓଡ଼ିଆ ଭାଷା ସାାହିତ୍ୟ ବିଭାଗ ଆନୁକୂଲ୍ୟରେ ସ୍ୱାଭିମାନ ଦିବସ ପ୍ରାତଃ ସମୟରେ ପାଳିତ ହୋଇଯାଇଛି। ଗ୍ରୀଷ୍ମର ପ୍ରଚଣ୍ଡ ପ୍ରବାହକୁ ଆଧାର କରି ସରକାରଙ୍କ ନିର୍ଦ୍ଦେଶକ୍ରମେ ବିଦ୍ୟାଳୟ ବନ୍ଦଥିବା ସତ୍ତ୍ୱେ ବିଦ୍ୟାଳୟର ସମସ୍ତ ନିରୀକ୍ଷକ-ନିରୀକ୍ଷିକାଙ୍କ କର କମଳରେ ମଧୁବାବୁଙ୍କ ଫଟୋଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଅୟମାରମ୍ଭ ହୋଇଥିଲା। ବିଦ୍ୟାଳୟର ବରିଷ୍ଠ ନିରୀକ୍ଷକ ଶିତିକଣ୍ଠ ପତି ମଧୁବାବୁଙ୍କ ଆଦର୍ଶ ଆମ ସଭିଙ୍କ ପାଇଁ ପ୍ରେରଣା ଓ ଆହ୍ୱାନର ବିଷୟ ବୋଲି ନିଜ ଅଭିଭାଷଣରେ କହିଥିଲେ।

ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷା ଡ.ସୁଜାତା ସମସ୍ତ ବିଦ୍ୟାର୍ଥୀ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ମଧୁବାବୁଙ୍କ ଜୀବନାଦର୍ଶରେ ଅନୁପ୍ରାଣିତ ହେବା ସହିତ ଓଡ଼ିଶାମାଟି ପାଇଁ କିଛି ଉନ୍ନତି ମୂଳକ କାର୍ଯ୍ୟ କରିବା ପାଇଁ ବାର୍ତ୍ତା ପ୍ରେରଣ କରିଥିଲେ। ଓଡ଼ିଆ ବିଭାଗୀୟ ମୁଖ୍ୟ ଶୁଭ୍ରାଂଶୁମୋହନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ବରିଷ୍ଠ ଶିକ୍ଷକ ନରୋତ୍ତମ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

ଓଡ଼ିଆ ବିଭାଗର ସଂଯୋଜିକା ଝରଣା ମିଶ୍ର, ଶିକ୍ଷକ କେଶବ ଚନ୍ଦ୍ର ପ୍ରଧାନ, କ୍ଷଣପ୍ରଭା ନନ୍ଦ, ସୁଜାତା ମହାନ୍ତି, ବିଜୟ କୁମାର ପଣ୍ଡା, ଶକ୍ତିପ୍ରସନ୍ନ ମହାନ୍ତି, ସନ୍ତୋଷ କୁମାର କରଙ୍କ ସକ୍ରିୟ ସହଯୋଗରେ ଏହି କାର୍ଯ୍ୟକ୍ରମଟି ସଫଳ ମଣ୍ଡିତ ହୋଇଥିଲା।

ଡିଏଭି ପୋଖରୀପୁଟ ସ୍ୱାଭିମାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026
Latest News

ଓଡ଼ିଶାର ଜଳସେଚନ ସଫଳତା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟିର ଜଳ ଭିତ୍ତିଭୂମି ମଞ୍ଜୁର

September 2, 2026

ଖୋର୍ଦ୍ଧା ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

September 2, 2026

ଡ଼ଇଁଚାରେ ମେଧାବୀ ଛାତ୍ରଛାତ୍ରୀମାନଙ୍କ ପ୍ରଶିକ୍ଷିଣ ଶିବିର

September 2, 2026

ଉତ୍ତର ଓଡ଼ିଶାକୁ ପୁଣି ବନ୍ୟା ବିପଦ: ଦ୍ରୁତଗତିରେ ବଢ଼ୁଛି ସୁବର୍ଣ୍ଣରେଖାର ଜଳସ୍ତର

September 2, 2026

ଦାବି ପୂରଣ ନ ହେଲେ ତୀବ୍ର ହେବ ଆନ୍ଦୋଳନ: ସରକାରଙ୍କ ଉପରେ ବର୍ଷିଲେ ଶିକ୍ଷକ ସମାଜ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.