ବାଣପୁରରୁ ବିପୁଳ ପରିମାଣର ଦେଶୀ ମଦ ଜବତ କଲା ଅବକାରୀ ବିଭାଗ

Published: Apr 29, 2023, 1:45 pm IST

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ଚୋରା ମଦର କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତାହାକୁ ଆଖି ଆଗରେ ରଖି ଅବକାରୀ ବିଭାଗ କିଛି ଦିନ ହେବ ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଜାରି ରଖିଛି।

ଏହି ପରିପ୍ରେକ୍ଷୀରେ ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଅବକାରୀ ଏସପି ଯଶକେତନ ବରିହାଙ୍କ ନିର୍ଦ୍ଦେଶରେ ଜିଲ୍ଲା ଅବକାରୀ ବିଭାଗ ବାଣପୁର ଥାନା ଦାମିଆ ବରବରା ନିକଟସ୍ଥ ଶାଳିଆ ଡ୍ୟାମ ନିକଟବର୍ତ୍ତୀ ଅଞ୍ଚଳରେ ଚଢ଼ାଉ କରି ୧୨ ହଜାର ଲିଟର ଦେଶୀ ପୋଚ ନଷ୍ଟ କରିବା ସହ ୯ ଶହ ଲିଟର ଦେଶୀ ମଦ ଜବତ କରିଛି।

ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ କୁମାର ପ୍ରଧାନ, ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଇନ୍ସପେକ୍ଟର ନୀଳିମା ଜୟନ୍ତୀ ସ୍ୱାଇଁ, ବାଲୁଗାଁ ଅବକାରୀ ଅଧିକାରୀ ରୋହିତ ଦଣ୍ଡସେନା, ଖୋର୍ଦ୍ଧା ଅବକାରୀ ଅଧିକାରୀ ରଞ୍ଜନ ଦାସ, ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ, ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ସବ ଇନ୍ସପେକ୍ଟର ବି. ମନୋଜ କୁମାର ଏବଂ ଅନ୍ୟମାନେ ସାମିଲ ଥିଲେ।

Related posts