Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଦର୍ଶ ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା
ଆଞ୍ଚଳିକ

ଆଦର୍ଶ ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

May 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ଶିକ୍ଷା ବ୍ଲକ ଅଧିନସ୍ଥ ବ୍ରଜସୁନ୍ଦରପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ହରପ୍ରିୟା ଦେବୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି।  ଏହି ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ସହ-ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ମୁଖ୍ୟ ବକ୍ତା ଭାବେ ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ଜ୍ୟୋତି ରଞ୍ଜନ ଦାଶ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ କୀର୍ତ୍ତନ ପ୍ରଧାନ, ସମିତି ସଭ୍ୟା ପୁଷ୍ପାଞ୍ଜଳି ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ଜ୍ୟୋସ୍ନାରାଣୀ ପ୍ରଧାନ, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷକ ଜଗନ୍ନାଥ ଦାଶ ପ୍ରମୁଖ ଯୋଗ ଦେଇଥିଲେ।

ଏହି ସଭାରେ ବ୍ରଜ କିଶୋର ମିଶ୍ରଙ୍କ ସଭାପତିତ୍ୱରେ ପ୍ରସନ୍ନ କୁମାର ରଥ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ଉପସ୍ଥିତ ଥିବା ଅତିଥି ଓ ଶିକ୍ଷକ ଶିକ୍ଷୟତ୍ରୀମାନେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀଙ୍କ ଗୁଣ ଗାନ କରିଥିଲେ। ସେ ଜଣେ ଛାତ୍ର ବତ୍ସଳ, ସ୍ନେହୀ, ପରୋପକାରୀ, କର୍ତ୍ତବ୍ୟ ନିଷ୍ଠ ଥିଲେ ବୋଲି ଅତିଥିମାନେ ବକ୍ତବ୍ୟ ରଖିଥିଲେ।

ଏହି ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦୁର୍ଯୋଧନ ଗୁମାନସିଂ ଙ୍କ ନେତୃତ୍ୱରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ପୁରାତନ ଛାତ୍ରୀଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ସଦସ୍ୟା ଓ ଗ୍ରାମବାସୀମାନଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଆଖପାଖ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀମାନେ ଯୋଗ ଦେଇଥିଲେ।

ଅବସର କାଳୀନ ସମ୍ବର୍ଦ୍ଧନା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ରଣପୁରରେ ଜିଲ୍ଲାପାଳ–ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026
Latest News

ବାଲୁଗାଁ ମହାବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଉତ୍ସବ

September 2, 2026

ରାମ ମନ୍ଦିର ଟ୍ରଷ୍ଟରେ ତିନି ନୂତନ ଟ୍ରଷ୍ଟି ନିଯୁକ୍ତ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

September 2, 2026

ଚମ୍ପତ ରାୟଙ୍କ ପାଇଁ ସମସ୍ତ ଦ୍ୱାର ବନ୍ଦ!: ଗୋବିନ୍ଦ ଦେବ ଗିରି ହେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ

September 2, 2026

ରାମ ମନ୍ଦିରକୁ ମିଳିଲା ପ୍ରଥମ ସିଇଓ: ଦାୟିତ୍ୱ ନେବେ ଏୟାର ମାର୍ଶାଲ ଜିତେନ୍ଦ୍ର ମିଶ୍ର

September 2, 2026

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.