Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଘଟୁଛି ଦୁର୍ଘଟଣା: ଗଭୀର ଖାଲରେ ପଡିଲେ ସ୍କୁଟି ଆରୋହୀ
ଆଞ୍ଚଳିକ

ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଘଟୁଛି ଦୁର୍ଘଟଣା: ଗଭୀର ଖାଲରେ ପଡିଲେ ସ୍କୁଟି ଆରୋହୀ

May 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକରେ ଚାଲିଛି ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ। ଠିକାଦାର ଚଳାଇଛନ୍ତି ମନମୁଖୀ କାର୍ଯ୍ୟ। ରାସ୍ତା କାମ ଠିକରେ ହେଉ ନ ଥିବା ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଯେଉଁଠି ପୋଲ ପାଇଁ ଗାତ ଖୋଳା ଯାଉଛି ସେହି ଜାଗାକୁ ସଠିକ ଭାବେ ରେଡ ଫିତା ଦ୍ୱାରା ଚିହ୍ନଟ କରାଯାଉ ନାହିଁ।

ରାସ୍ତା କାର୍ଯ୍ୟ ମଧ୍ୟ ବହୁ ଧୀର ହେଉଥିବା ଅଭିଯୋଗ ହେଉଛି। ଠିକାଦାରଙ୍କ ମନମୁଖୀ ବେପରୁଆ କାର୍ଯ୍ୟ ପାଇଁ ବହୁ ସମୟରେ ସଡ଼କ ଦୁର୍ଘଟଣା ମଧ୍ୟ ଘଟୁଛି। ଆଜି ସନ୍ଧ୍ୟାରେ ସାନଗଡ଼ ଠାରେ ନିର୍ମାଣଧୀନ ଥିବା କଲଭର୍ଟ ପାଇଁ ଖୋଳା ହୋଇଥିବା ଏକ ଗଭୀର ଖାଲରେ ଏକ ସ୍କୁଟି ପଡି ଚାଳକ ଗୁରୁତର ଭାବେ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସା ହେଉଥିବା ଜଣାପଡିଛି।

ସ୍କୁଟି ଆରୋହୀ ଜଣଙ୍କ ମାଳିସାହିର ସାଗର ବରାଡ଼ ବୋଲି ଜଣା ପଡିଛି। ସେ ମାଳି ସାହିରୁ ରଣପୁର ହଂସରା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ବେପରୁଆ ଠିକାଦାରଙ୍କ ବିରୋଧରେ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହେଉଛି।

ଦୁର୍ଘଟଣା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପାମ୍ପଡ଼ା ବିଦ୍ୟାଳୟରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ ପାଳିତ

June 12, 2026
Latest News

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026

ବ୍ରହ୍ମପୁର: ଜୁନ ୨୧ ରେ ଭବ୍ୟ ସମାରୋହରେରେ ପାଳିତ ହେବ “ବିଶ୍ୱ ଯୋଗ ଦିବସ – ୨୦୨୬”

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.