Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମିଳିତ ଶିକ୍ଷକ ସଂଘ ଆନୁକୂଲ୍ୟରେ ବିଦାୟ ଓ ସ୍ୱାଗତ ସମ୍ବର୍ଦ୍ଧନା
ଆଞ୍ଚଳିକ

ମିଳିତ ଶିକ୍ଷକ ସଂଘ ଆନୁକୂଲ୍ୟରେ ବିଦାୟ ଓ ସ୍ୱାଗତ ସମ୍ବର୍ଦ୍ଧନା

May 31, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ନୟାଗଡ ରଣପୁର ଶିକ୍ଷା ବ୍ଲକର ଗୌରାଙ୍ଗପୁର କ୍ଲଷ୍ଟରରେ ବିଦାୟ ସମ୍ବର୍ଦ୍ଧନା ସହିତ ସ୍ୱାଗତ ସମ୍ବର୍ଦ୍ଧନା ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଗୌରାଙ୍ଗପୁର କ୍ଲଷ୍ଟରର ସମସ୍ତ ବର୍ଗର ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ନେଇ ନୂତନ ଭାବେ ଗଠିତ ହୋଇଥିବା ମିଳିତ ଶିକ୍ଷକ ସଂଘ ପ୍ରୟାସରେ ଆୟୋଜିତ ହୋଇଥିଲା।

ଏଥିରେ ମୂଖ୍ୟ ଅତିଥି ଭାବେ ବଜ୍ରକୋଟ ଗ୍ରାମପଚାଂୟତ ସରପଚଂ ବନିତା ବଳିଆରସିଂହ, ମୂଖ୍ୟ ବକ୍ତା ଭାବେ ସମିତି ସଭ୍ୟ ସୁଦର୍ଶନ ବଳିଆରସିଂହ, ସମ୍ମାନୀତ ଅତିଥି ଭାବେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ ରାଉତ, ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସଭାପତି ତଥା ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ସଂଯୋଜକ ଜ୍ୟୋତି ରଞ୍ଜନ ଦାଶ, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରଫୁଲ ବିଶ୍ୱାଳ, ସମ୍ପାଦକ ଜଗନ୍ନାଥ ଦାଶ, ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ଗୌରାଙ୍ଗପୁର ପଚାଂୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ ପ୍ରମୂଖ ଯୋଗ ଦେଇଥିଲେ।

ଅଧ୍ୟାପକ ସତ୍ୟ ନାରାୟଣ ମହାପାତ୍ର ମଂଚ ପରିଚାଳନା କରିଥିଲେ। ଶିକ୍ଷକ ନରସିଂହ ମାଝୀ ବିଦାୟ ସଙ୍ଗୀତ ଗାନ କରିଥିଲା ବେଳେ ଶିକ୍ଷକ ପ୍ରତାପ କିଶୋର ପ୍ରଧାନ ଓ ବ୍ରଜ କିଶୋର ପ୍ରଧାନ ବାଦ୍ୟ ବାଦନରେ ସହଯୋଗ କରିଥିଲେ।

ଏହି କାର୍ଯ୍ୟକ୍ରମରେ ହରିପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଜୋସ୍ନାମୟୀ ପ୍ରଧାନ, ସହକାରୀ ଶିକ୍ଷୟତ୍ରୀ ରୁକୁଣା ଦେଇ, ଗୌରାଙ୍ଗପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୁରଲିଧର ମହାରଣା, କଙ୍କିଆ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ଏବଂ ଗୌରାଙ୍ଗପୁର କ୍ଲଷ୍ଟରର ପୂର୍ବତନ ସି.ଆର.ସି.ସି. ସନ୍ତୋଷ କୁମାର ମିଶ୍ରଙ୍କୁ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇ ବିଦାୟ ସମ୍ଭର୍ଦ୍ଧନା ଦିଆଯାଇଥିବା ବେଳେ ନୂତନ ସି.ଆର.ସି.ସି. ଭାବେ ଯୋଗ ଦେଇଥିବା ସୁଧାକର ମିଶ୍ରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଉପସ୍ଥିତ ଥିବା ଅତିଥି, ଶିକ୍ଷକ ଶିକ୍ଷୟତ୍ରୀମାନେ ବିଦାୟୀ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁଣଗାନ କରିବା ସହିତ ଅବସର ଜୀବନ ସୁଖମୟ ହେଉ ବୋଲି ପ୍ରଭୁ ଗଜାନନଙ୍କ ନିକଟରେ ପ୍ରାର୍ଥନା କରିଥିଲେ। କିଶୋର ଚନ୍ଦ୍ର ମିଶ୍ର, ଶରତ ଚନ୍ଦ୍ର ମିଶ୍ର, ସୁବାଷ ଚନ୍ଦ୍ର ବେହେରା, ସୁରେଶ ଚନ୍ଦ୍ର ଶତପଥି, ପାର୍ବତୀ ସାହୁ, ଅଜୟ କୁମାର ପ୍ରଧାନ, ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଏବଂ ଗୌରାଙ୍ଗପୁର କ୍ଲଷ୍ଟରର ମିଳିତ ଶିକ୍ଷକ ସଂଘର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମର ସଫଲ ରୂପାୟନ ହୋଇପାରିଛି।

ବଜ୍ରକୋଟ ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ, ମୋ ସକୁଲ ସବାପତି ଗଣେଶ୍ୱର ପ୍ରଧାନ, ପରିଚାଳନା କମିଟି ସଦସ୍ୟ ଚନ୍ଦ୍ରକାନ୍ତ ମଙ୍ଗରାଜ ଓ ଗ୍ରାମବାସୀମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ନୟାଗଡ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.