Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»‘ମୋ ଘର’ ଯୋଜନାର ସଫଳ ରୂପାୟନ ପାଇଁ ବାଣପୁର ବ୍ଲକରେ ଆରମ୍ଭ ହେଲା ସଚେତନତା କର୍ମଶାଳା
ଆଞ୍ଚଳିକ

‘ମୋ ଘର’ ଯୋଜନାର ସଫଳ ରୂପାୟନ ପାଇଁ ବାଣପୁର ବ୍ଲକରେ ଆରମ୍ଭ ହେଲା ସଚେତନତା କର୍ମଶାଳା

June 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ନିକଟରେ ଗ୍ରାମୀଣ ହିତାଧିକାରୀଙ୍କୁ ଘର ଯୋଗାଇଦେବା ଲକ୍ଷରେ ରାଜ୍ୟ ସରକାର ‘ମୋ ଘର’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ବାଣପୁର ବ୍ଲକ ସଭାଗୃହରେ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ଉକ୍ତ କର୍ମଶାଳାରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବିଡ଼ିଓ ଶୀତଲ ଅଗ୍ରୱାଲ, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ଉପ ନିବନ୍ଧକ ରମେଶ ଚନ୍ଦ୍ର ପାଣି ସାମିଲ ହୋଇ ସରକାରଙ୍କ ଏହି ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।

ବିଡ଼ିଓ ଶ୍ରୀମତୀ ଅଗ୍ରୱାଲ ‘ମୋ ଘର’ ଯୋଜନା ସମ୍ପର୍କରେ ଆଲୋକପାତ କରି ଏହି ଯୋଜନା ଦ୍ୱାରା ଗ୍ରାମାଞ୍ଚଳରେ କଚ୍ଚାଘରେ ବସବାସ କରୁଥିବା ପରିବାର ଗୁଡିକ କିପରି ଉପକୃତ ହେବେ ଏବଂ ବ୍ଲକରେ ଏହାକୁ କିପରି ସୁଚାରୁ ରୂପେ କାର୍ଯ୍ୟକାରୀ କରାଯାଇପାରିବ ସେନେଇ ଆଲୋଚନା କରିଥିଲେ।

ସରକାରଙ୍କ ଯୋଗ୍ୟତା ଓ ମାପଦଣ୍ଡ ପୂରଣ କରୁଥିବା ପରିବାର ଆସନ୍ତା ୧୬ ତାରିଖରୁ ଏଚଟିଟିପି/ଆରଏଚଓଡିଶା. ଗଭର୍ଣ୍ଣମେଣ୍ଟ. ଇନ/ମୋ ଘର ୱେବସାଇଟ ମାଧ୍ୟମରେ ଆବେଦନ କରିପାରିବେ ବୋଲି ସୂଚନା ଦେଇଥିଲେ। ‘ମୋ ଘର’ ଯୋଜନାରେ ଅନ୍ତର୍ଭୁକ୍ତ ହେବାକୁ ହେଲେ କଚ୍ଚା ଘରେ କିମ୍ବା ଏକ ବଖରା ଛାତ ଘରେ ବାସ କରୁଥିବା ସମସ୍ତ ପରିବାର ଆବେଦନ କରିପାରିବେ। ଏବଂ ଆଗରୁ ଯଦି କୌଣସି ପରିବାର ସରକାରଙ୍କ କୌଣସି ଯୋଜନାରେ ଘର ପାଈଥିବେ ତେବେ ସେମାନେ ସେମାନଙ୍କର ଗୃହକୁ ବର୍ଦ୍ଧିକରଣ ଓ ଉନ୍ନତିକରଣ ନିମନ୍ତେ ମଧ୍ୟ ଆବେଦନ କରିପାରିବେ।

ତହସିଲଦାର ଶ୍ରୀ ବଡ଼ଜେନା ଉକ୍ତ ଯୋଜନାର ମାର୍ଗଦର୍ଶିକା ଅନୁସାରେ ବ୍ଲକ ଓ ତହସିଲର କର୍ମଚାରୀମାନେ ଆବେଦନ କାରୀଙ୍କୁ ମାର୍ଗଦର୍ଶନରେ ସମ୍ପୂର୍ଣ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ। ଏହାର ସଫଳ ରୂପାୟନ ଦିଗରେ ପଞ୍ଚାୟତ, ବ୍ୟାଙ୍କ ଓ ରାଜସ୍ବ ଅଧିକାରୀ ମାନଙ୍କ ଭୂମିକା ବିଷୟରେ ନିଜର ମତ ରଖିଥିଲେ।

ତେବେ ଯେପରି ଆବେଦନ କାରି କୌଣସି ହଇରାଣ ନ ହୋଇ ଯୋଜନାରେ ଅଂଶୀଦାର ହୋଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ ବିଡ଼ିଓ ଶ୍ରୀମତୀ ଅଗ୍ରୱାଲ ତାଗିଦ କରିଥିଲେ। କର୍ମଶାଳାରେ ଏକାଧିକ ନିର୍ବାଚିତ ଜନପ୍ରତିନିଧି, ବ୍ଲକ ସ୍ତରୀୟ ଅଧିକାରୀ ଏବଂ ରାଜସ୍ବ ଅଧିକାରୀମାନେ ଉପସ୍ଥିତ ଥିଲେ। ଉକ୍ତ କର୍ମଶାଳାକୁ ଗ୍ରାମ୍ୟଗୃହ ନିର୍ମାଣ ବିଭାଗର ଅଧିକାରିଣୀ ସନ୍ତୋଷୀ ମହାରଣା ପରିଚାଳନା କରିଥିଲେ।

'ମୋ ଘର' ଯୋଜନା ଅମରେନ୍ଦ୍ର ରଣସିଂହ ବାଣପୁର ସଚେତନତା କର୍ମଶାଳା ସଫଳ ରୂପାୟନ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026
Latest News

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.